୨୦୩୬ ସୁଦ୍ଧା ୫୦୦ ବିଲିୟନ ଅର୍ଥନୀତି ପାଇଁ ଓଡ଼ିଶାକୁ ୫ ଗୁଣା ଅଭିବୃଦ୍ଧି କରିବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ ମାଝୀ

ଭୁବନେଶ୍ୱର,୨୫।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର କହିଛନ୍ତି ଯେ, ୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାରର ଅର୍ଥନୀତି ହାସଲ କରିବାକୁ ହେଲେ ଓଡ଼ିଶାକୁ ଆସନ୍ତା ଦଶନ୍ଧି ମଧ୍ୟରେ ପାଞ୍ଚ ଗୁଣା ଅର୍ଥନୈତିକ ଅଭିବୃଦ୍ଧି ହାସଲ କରିବାକୁ ପଡ଼ିବ।

ଉତ୍କଳ ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍ (UCCIL) ଆୟୋଜିତ ଦୁଇ ଦିନିଆ ‘ସମୃଦ୍ଧ ଓଡ଼ିଶା ୨୦୩୬’ ସମାବେଶକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ଓଡ଼ିଶାର ଅର୍ଥନୀତି ପ୍ରାୟ ୧୨୦ ବିଲିୟନ ଡଲାର ଅଟେ। ଏହାକୁ ୨୦୩୬ ସୁଦ୍ଧା ୫୦୦ ବିଲିୟନ୍‌ ଡଲାରରେ ପହଞ୍ଚାଇବା ପାଇଁ ଆମକୁ ଆସନ୍ତା ୧୦-୧୧ ବର୍ଷରେ ପ୍ରାୟ ପାଞ୍ଚ ଗୁଣା ଅଭିବୃଦ୍ଧି ଦରକାର।

ଏହି ଲକ୍ଷ୍ୟ ପୂରଣ ପାଇଁ ରାଜ୍ୟ ସରକାର ଭିତ୍ତିଭୂମି, ଶିଳ୍ପ ଓ ଦକ୍ଷତା ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି। ଏ ପର୍ଯ୍ୟନ୍ତ ପ୍ରାୟ ୨ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ବିନିଯୋଗ ହୋଇଛି, ଯେଉଁଥିରେ ୮୪ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ ୧.୬୪ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି।

ଭୁବନେଶ୍ୱରକୁ ଆଇଟି କ୍ଷେତ୍ରର କେନ୍ଦ୍ର କରିବା ପାଇଁ ଫିନ୍‌ଟେକ୍ ଓ ଇନ୍‌ସୁରଟେକ୍ କମ୍ପାନୀ ସ୍ଥାପନ କରାଯାଉଛି। ବୃହତ ଆଇଟି ଫାର୍ମ ସହ ଦୁଇଟି ସେମିକଣ୍ଡକ୍ଟର ଶିଳ୍ପ ମଧ୍ୟ ପ୍ରତିଷ୍ଠା କରାଯାଉଛି। କ୍ୟାପିଟାଲ୍ ରିଜିଅନ୍ ରିଙ୍ଗ ରୋଡ୍ କଟକ-ଭୁବନେଶ୍ୱର ଯାଆଁଳା ସହରର ବଡ଼ ଧରଣର ସମ୍ପ୍ରସାରଣରେ ସହାୟକ ହେବ।

ମୁଖ୍ୟମନ୍ତ୍ରୀ Indian Oil Corporation ର ୮୦,୦୦୦ କୋଟି ଟଙ୍କାର ପେଟ୍ରୋକେମିକାଲ୍ ବିନିଯୋଗ ଏବଂ ଜାହାଜ ନିର୍ମାଣ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଅନୁମୋଦିତ ୫୦,୦୦୦ କୋଟି ଟଙ୍କାର ବିନିଯୋଗ ଉପରେ ଆଲୋକପାତ କରିଥିଲେ। ସେ କହିଛନ୍ତି ଯେ, ଓଡ଼ିଶା ଶୀଘ୍ର ଦେଶର ଶ୍ରେଷ୍ଠ ପାଞ୍ଚଟି ଅର୍ଥନୈତିକ ରାଜ୍ୟ ମଧ୍ୟରେ ସାମିଲ ହେବ ଏବଂ ୨୦୩୬ ସୁଦ୍ଧା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସ୍ତରରେ ସମ୍ମାନିତ ହେଲେ ଲାଞ୍ଜିଗଡ଼ର ଚାଷୀ ବୁଦ୍ରି ମାଝୀ

ଲାଞ୍ଜିଗଡ଼,୧୩ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ କର୍ଣ୍ଣମୁଣ୍ଡା ଗ୍ରାମର ବୁଦ୍ରି ମାଝୀ ଦୃଢ଼ ଇଚ୍ଛାଶକ୍ତି, ନିଷ୍ଠା ଓ ଅକ୍ଳାନ୍ତ ପରିଶ୍ରମ…

ପରିବେଶକୁ ସୁରକ୍ଷିତ ରଖିବା ସମସ୍ତଙ୍କ ଦାୟିତ୍ୱ

ପ୍ରତିଦିନ ବିଭିନ୍ନ କାରଣରୁ ପ୍ରଦୂଷଣ ବଢ଼ୁଛି। ଏଥିଯୋଗୁ ବାତ୍ୟା ଓ ବନ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ବଢ଼ିବାରେ ଲାଗିଛି। ଠିକ୍‌ ସମୟରେ ବର୍ଷା ହେଉନାହିଁ, ଖରା…

ଓଡ଼ିଶାରେ ବନ୍ଦ ହେବ ଉବେର-ରାପିଡୋ ବାଇକ୍‌ ସେବା! ଜାଣନ୍ତୁ କାରଣ

ଭୁବନେଶ୍ବର,୧୩।୧୧: ଓଡ଼ିଶାରେ ଉବେର ଓ ରାପିଡୋର ବାଇକ୍‌ ଟ୍ୟାକ୍ସି ସେବାକୁ ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି । ଆପ୍‌ ଜରିଆରେ ଯାତ୍ରୀ ପରିବହନରେ ବ୍ୟବହୃତ ହେଉଥିବା ଘରୋଇ…

ଭଦ୍ରକରେ ଭୟଙ୍କର ଦୁର୍ଘଟଣା; ଟ୍ରଲରକୁ ପିଟିଲା ପୋଲିସ ଗାଡ଼ି; ମୃୃତ୍ୟୁ ସଂଖ୍ୟା…

ବାସୁଦେବପୁର,୧୩।୧୧(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲାର ବାସୁଦେବପୁର, ଧାମରା ରାସ୍ତାର ବିରସ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଗୁରୁବାର ବିଲମ୍ବିତ ରାତିରେ ପୋଲିସ ଗାଡ଼ି…

ଖଣି ଅଞ୍ଚଳ: ଜଳବାୟୁ ପରିବର୍ତ୍ତନର ନୂଆ ହଟ୍‌ସ୍ପଟ୍‌

ଖଣିଜ ସମ୍ପଦରେ ଭରପୂର ଯାଜପୁର ଜିଲା ଏବେ ଜଳବାୟୁ ପରିବର୍ତ୍ତନର ନୂଆ ହଟ୍‌ସ୍ପଟ୍‌ ପାଲଟିଛି। ଖଣି ଖନନ, ଜଙ୍ଗଲ କ୍ଷୟ, ପାହାଡ଼ କଟା, ଶିଳ୍ପ ପ୍ରଦୂଷଣ ଓ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୧୫ରେ ଅବପାତ, ବାତ୍ୟା ଆକଳନ କଲା ବିଦେଶୀ ମଡେଲ

ଭୁବନେଶ୍ୱର, ୧୩ା୧୧:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଶୁକ୍ରବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପରବର୍ତ୍ତୀ ସମୟରେ ଏହା…

ଧର୍ମେନ୍ଦ୍ରଙ୍କ କାର୍ଯ୍ୟକ୍ରମରେ କୃଷ୍ଣଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା: ବଢୁଛି ମନାନ୍ତର

ଢେଙ୍କାନାଳ, ୧୩ା୧୧ (ରତନ ନାୟାର):ଢେଙ୍କାନାଳରେ ଗୁରୁବାର ଭାଜପା ପକ୍ଷରୁ ଅନୁଷ୍ଠିତ ‘ଲୋକତନ୍ତ୍ର ବଞ୍ଚାଅ-ଅରାଜକତା ହଟାଅ’ କାର୍ଯ୍ୟକ୍ରମରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଥିଲେ।…

ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟ ସେବା ଠପ୍‌; ଲକ୍ଷ ଲକ୍ଷ ଉପଭୋକ୍ତା ଆଉଟଲୁକ (Outlook) ବ୍ୟବହାର କରିବାରେ ସମସ୍ୟା; OpenAI ଉପରେ ମଧ୍ୟ ପ୍ରଭାବ

ଓ୍ବାଶିଂଟନ,୧୩।୧୧: ଗୁରୁବାର ଏବଂ ଶୁକ୍ରବାର ସକାଳେ ଏକ ବୈଷୟିକ ତ୍ରୁଟି ଯୋଗୁ ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟର ଅନେକ ପ୍ରମୁଖ ପ୍ଲାଟଫର୍ମ ପ୍ରଭାବିତ ହୋଇଥିଲା। ଆଉଟଲୁକ (Outlook), ମାଇକ୍ରୋସଫ୍ଟ ଟିମ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?