ଆମ ବାର ବର୍ଷର ତପସ୍ୟା ଶୁଖୁଆ ପୋଡ଼ାରେ ଶେଷ କରିଦେଲେ; କାହିଁକି ଏମିତି କହିଲେ ନବୀନ…

ଭୁବନେଶ୍ୱର,୭।୧୧: କନ୍ଧମାଳ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ମୃତାହତ ଘଟଣାକୁ ନେଇ ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଆମର ବାର ବର୍ଷର ତପସ୍ୟାକୁ ଭାଜପା ସରକାର ଶୁଖୁଆ ପୋଡ଼ାରେ ଶେଷ କରିଦେଲେ। ବିଜେଡି ସରକାରଙ୍କ ବିକାଶମୂଳକ ଯୋଜନା ଲୋକମାନଙ୍କୁ ବଞ୍ଚିବାକୁ ଶକ୍ତି ଦେଉଥିଲା । ଏବେ ଭାଜପା ସରକାର ବିନା କାରଣରେ ଆଦିବାସୀଙ୍କ ଚାଉଳକୁ ବନ୍ଦ କରିଦେଇଛନ୍ତି । ଆଦିବାସୀମାନେ ଆମ୍ବ ଟାକୁଆ ଖାଉଛନ୍ତି, ଏହା ବହୁତ ଦୁଃଖର କଥା ବୋଲି ନବୀନ କହିଛନ୍ତି ।

ଅପରପକ୍ଷେ କନ୍ଧମାଳ ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣାରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଇସ୍ତଫା ସହ ଗିରଫ ଦାବି କରିଛି ବିଜେଡି। ସେହିପରି ଆଦିବାସୀମାନଙ୍କୁ ତାତ୍ସଲ୍ୟ କରିଥିବାରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କ୍ଷମା ମାଗନ୍ତୁ ବୋଲି ମଧ୍ୟ ବିଜେଡି ଦାବି କରିଛି। ଘଟଣାରେ ମୁଖ୍ୟମନ୍ତ୍ରୀ ସାମ୍ନାକୁ ଆସି ଆଦିବାସୀମାନଙ୍କର ପାରମ୍ପରିକ ଖାଦ୍ୟ ଆମ୍ବ ଟାକୁଆ ଜାଉ ବୋଲି ସ୍ପଷ୍ଟୀକରଣ ଦିଅନ୍ତୁ ବୋଲି ଦାବି ହୋଇଛି ।

ସୂଚନାଯୋଗ୍ୟ, ଆମ୍ବ ଟାକୁଆ ଖାଇ ଏଯାବତ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର

ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ.…

ମୃତ୍ୟୁ ଗୁଜବକୁ ନେତନ୍ୟାହୁଙ୍କ ଜବାବ: କହିଲେ “ମୁଁ କଫି ପାଇଁ ମରିବାକୁ ପ୍ରସ୍ତୁତ”

ନୂଆଦିଲ୍ଲୀ,୧୫।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁଙ୍କ ମୃତ୍ୟୁକୁ ନେଇ ଚାଲିଥିବା ଗୁଜବ ଉପରେ ପଡିଛି ପୂର୍ଣ୍ଣଚ୍ଛେଦ। ଏକ ନୂଆ ଭିଡିଓ ଜାରି କରି ନେତନ୍ୟାହୁ ଇରାନକୁ ଚମତ୍କାର…

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲା ଯୋଗାଣ ବିଭାଗ, ଗୋଟିଏ ଘରୁ ଜବତ ହେଲା ୨୧ ଗ୍ୟାସ ସିଲିଣ୍ଡର

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରନ୍ଧନ ଗ୍ୟାସର କଳାବଜାର ଚାଲିଥିବା ଅଭିଯୋଗ ହୋଇଛି। ତେବେ ଏଭଳି କଳାବଜାର ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଆଦିତ୍ୟ ଗୋୟଲ…

କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ

ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨…

ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ; ଦେଶୀରନ୍ଧା ମଦ- ମହୁଲ ଫୁଲ ଜବତ, ୩ ଗିରଫ

ବଞ୍ଚୋ,୧୫ା୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧିକ୍ଷକଙ୍କ ତତ୍ତ୍ବାବଧନରେ ଆନନ୍ଦପୁର ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ କରାଯାଇଛି । ଅବକାରୀ ନିରୀକ୍ଷକ…

ଗାଙ୍ଗଦହଣୀରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଛାରଖାର, ଘରେ କେହି ନଥିବା ବେଳେ…

ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଗାଙ୍ଗଦହଣୀ ଗ୍ରାମ ପଞ୍ଚାୟତ ଧୋବା ସାହିରେ ଅଗ୍ନିକାଣ୍ଡ । ରବିବାର ଅଭି ସେଠୀଙ୍କ ଘରେ ନିଆଁ ଲାଗି…

ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ, ଯୋଗଦେଲେ ୧୧ଜିଲାର ପ୍ରତିନିଧି

ଭେଡେନ,୧୫।୩(ହୃଷୀକେଶ ଖମାରୀ): ବରଗଡ ଜିଲା ଭେଡେନ ବ୍ଲକ ପପଙ୍ଗାଠାରେ ରବିବାରରୁ ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ ହୋଇଥିବା ବେଳେ ସୋମବାର ପର୍ଯ୍ୟନ୍ତ ଏହି ମହାସଭା ଚାଲିବ। ଏହି…

ଓଲଟିଲା ଚାଉଳ ବୋଝେଇ ପିକ୍ଅପ୍ ଭ୍ୟାନ୍, ୩ମୃତ ୬ ଆହତ

ବିଷମକଟକ,୧୫।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡୁକୁମ୍ ଗ୍ରାମ ପଞ୍ଚାୟତର କାଚାପାଜୁ ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ରବିବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri