ଓଡ଼ିଶାରେ ଡବଲ ଇଞ୍ଜିନ୍‌ ସରକାର ଦରକାର: ରାଜନାଥ

ନବରଙ୍ଗପୁର/ବ୍ରହ୍ମପୁର/ ବାରିପଦା,୨୩।୨(ସଦାଶିବ ପ୍ରହରାଜ/ନରସିଂହ ସାହୁ/ତନୁଶ୍ରୀ ନାହାକ/ନୀଳାଦ୍ରି ବିହାରୀ ଦଣ୍ଡପାଟ):ଓଡ଼ିଶାରେ ଡବଲ ଇଞ୍ଜିନ୍‌ ସରକାର ହେଲେ ରାଜ୍ୟର ବିକାଶ ଘଟିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଗୁରୁବାର ନବରଙ୍ଗପୁର, ଗଞ୍ଜାମ ଜିଲାର ବ୍ରହ୍ମପୁର ଓ ମୟୂରଭଞ୍ଜ ଜିଲାର ବାରିପଦାଠାରେ ବିଜୟ ସଂକଳ୍ପ ସମାବେଶରେ ଭାଜପା କର୍ମୀମାନଙ୍କୁ ଉଦ୍‌ବୋଧନ ଦେଇ ସେ ଏହା କହିଛନ୍ତି।
ନବରଙ୍ଗପୁରରେ ସର୍କିଟ ହାଉସ୍‌ ନିକଟ ପଡ଼ିଆରେ ଭାଜପାର କୋର୍‌ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ସିଂ ବଲାଙ୍ଗୀର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁର ଲୋକ ସଭା କ୍ଷେତ୍ରର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କୁ ମାର୍ଗଦର୍ଶନ କରିଛନ୍ତି। ଏଥର ଓଡ଼ିଶାରେ ଭାଜପା ସରକାର ଆସିବ ଓ କେନ୍ଦ୍ରରେ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ସରକାର ଗଢ଼ିବେ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଭାଜପା ସବୁବେଳେ ଯାହା ପ୍ରତିଶ୍ରୁତି ଦେଇଛି ତାହାକୁ ପାଳନ କରିଛି ବୋଲି କହିଥିଲେ। କାର୍ଯ୍ୟକ୍ରମରେ ଏମ୍‌ପି ବସନ୍ତ ପଣ୍ଡା, ଏମ୍‌ପି ସଙ୍ଗୀତା ସିଂଦେଓ, ବିଧାୟକ ମୁକେଶ ମହାଲିଙ୍ଗ, ବିଧାୟକ ପ୍ରଦୀପ ନାୟକ, ବିଧାୟକ ଆଦିତ୍ୟ ମାଢ଼ି ପ୍ରମୁଖ ଉପସ୍ଥିତ ଥିଲେ।
ସେହିପରି ବ୍ରହ୍ମପୁର ମହାନଗର ନିଗମର ୪୨ନଂ ୱାର୍ଡ ଅନ୍ତର୍ଗତ ଆମ୍ବପୁଆ ବିବେକ ବିହାର ପଡ଼ିଆରେ ଆୟୋଜିତ ସମାବେଶରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗଦେଇ ଆଗାମୀ ନିର୍ବାଚନରେ ଓଡ଼ିଶାର ଶାସନ ଗାଦି ଦଖଲ କରିବା ଭାଜପାର ଲକ୍ଷ୍ୟ ଥିବା ସୂଚାଇଛନ୍ତି। ଏଠାରେ ଡବଲ୍‌ ଇଞ୍ଜିନ୍‌ ସରକାର ଉପରେ ସେ ଗୁରୁତ୍ୱ ଦେଇଥିଲେ। ଏଥିପାଇଁ ଦଳର କାର୍ଯ୍ୟକର୍ତ୍ତା ଓ ତୃଣମୂଳ ସ୍ତରର କର୍ମୀମାନଙ୍କୁ କଠିନ ପରିଶ୍ରମ କରିବାକୁ ସେ ଆହ୍ବାନ ଦେଇଥିଲେ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାବେଶରେ ସିଂ ଥରେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାମ ନ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ। ସମାବେଶରେ ଗୋପାଳପୁର ବିଧାୟକ ତଥା ବୁଧବାର ଭାଜପାରେ ଯୋଗଦେଇଥିବା ପ୍ରଦୀପ ପାଣିଗ୍ରହୀଙ୍କ ବହୁ ସମର୍ଥକ ଯୋଗ ଦେଇଥିବା ଦେଖିବାକୁ ମିଳିଥିଲା। ସମାବେଶରେ ଭୁବନେଶ୍ୱର ଏମପି ଅପରାଜିତା ଷଡ଼ଙ୍ଗୀ, ଲେଖାଶ୍ରୀ ସାମନ୍ତସିଂହାର, ସାରଦା ଶତପଥୀ, ସମ୍ବିତ୍‌ ପାତ୍ର ଓ ଅନ୍ୟ ରାଜ୍ୟ ନେତା ଉପସ୍ଥିତ ଥିଲେ।
ଅନୁରୂପ ଭାବେ ବାରିପଦାଠାରେ ଅନୁଷ୍ଠିତ ବିଜୟ ସଙ୍କଳ୍ପ ସମାବେଶରେ ପ୍ରତିରକ୍ଷା ମନ୍ତ୍ରୀ ସିଂ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପାୟୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଦିବାସୀଙ୍କୁ ଅଧିକ ଶ୍ରଦ୍ଧା ଓ ସମ୍ମାନ ଦେଇଆସିଥିବା କହିଥିଲେ। ଏପରି କି ଜଣେ ଆଦିବାସୀ ମହିଳାଙ୍କୁ ଭାରତର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ କରାଇପାରିଛନ୍ତି। ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱର ଜିଲାକୁ ନେଇ ଏହି ସମାବେଶ ଆୟୋଜିତ ହୋଇଥିବା ବେଳେ ଡବଲ ଇଞ୍ଜିନର ସରକାର ଗଠନ ପାଇଁ ରାଜନାଥ ଆହ୍ବାନ ଦେଇଥିଲେ। କ୍ଷମତାରେ ରହିବା ପାଇଁ ରାଜନୀତି କରୁନାହିଁ, ଦେଶ ଗଠନ ପାଇଁ ରାଜନୀତି କ୍ଷେତ୍ରକୁ ଓହ୍ଲାଇଛୁ ବୋଲି ରାଜନାଥ ଭାଜପା କର୍ମୀଙ୍କୁ ଉଦ୍‌ବୋଧନ ଦେଇ ଏହା କହିଥିଲେ। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାବେଶରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ଇଂ.ବିଶ୍ୱେଶ୍ୱର ଟୁଡୁ, ପୂର୍ବତନ ମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?