Posted inଖେଳ

‘ଓଡ଼ିଶା ହକିର ହବ୍‌ ବୋଲି ଦେଖାଇବାକୁ ପଡ଼ିବ’

ଭୁବନେଶ୍ୱର,୨୬।୧୨(କ୍ରୀଡ଼ା ପ୍ରତିନିଧି): ପୁରୁଷ ବିଶ୍ୱକପ୍‌ ହକି ଟ୍ରଫି ରବିବାର ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପରିକ୍ରମା କରିବା ପରେ ଶେଷରେ କିଟ୍‌ ପରିସରରେ ପହଞ୍ଚିଥିଲା। କିଟ୍‌ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ୨ରୁ କିଟ୍‌ ଓ କିସ୍‌ର ଛାତ୍ରୀଛାତ୍ର ଏବଂ କର୍ମଚାରୀମାନେ ଟ୍ରଫିକୁ କିଟ୍‌ ଷ୍ଟାଡିୟମ୍‌ ପର୍ଯ୍ୟନ୍ତ ବିଶାଳ ଶୋଭାଯାତ୍ରାରେ ନେଇଯାଇଥିଲେ। ସେଠାରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଟ୍ରଫି ଗ୍ରହଣ କରିଥିଲେ। ଏହି ଅବସରରେ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ”କ୍ରମାଗତ ଭାବେ ଓଡ଼ିଶାକୁ ଦ୍ୱିତୀୟଥର ପାଇଁ ବିଶ୍ୱକପ୍‌ ହକି ଆୟୋଜନ କରିବାକୁ ସୁଯୋଗ ଦିଆଯାଇଥିବାରୁ ଏହା ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ। ଏବେ ଆମକୁ ଓଡ଼ିଶା ହକିର ବିଶ୍ୱ ହବ୍‌ ଭାବେ ଦେଖାଇଦେବାକୁ ପଡ଼ିବ।]

“ କିଟ୍‌ରେ ଆୟୋଜିତ ଟ୍ରଫି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଅଚ୍ୟୁତଙ୍କ ସମେତ ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ, ବିଏମ୍‌ସି କମିଶନର ବିଜୟ କୁଲାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ। ଅଲିମ୍ପିଆନ୍‌ ଦୂତି ଚାନ୍ଦ, ସିଏ ଭବାନୀ ଦେବୀ, ଶିବପାଲ ସିଂ, ଆଥଲେଟ୍‌ ଅମିୟ ମଲିକ ଓ ସର୍ବଭାରତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତାରେ ଯୋଗଦେବାକୁ ଆସିଥିବା ୧୫ ହଜାର କ୍ରୀଡ଼ାବିତ୍‌, କୋଚ୍‌ ଓ ଅଫିସିଆଲଙ୍କ ଉପସ୍ଥିତିରେ ହକି ବିଶ୍ୱକପ୍‌ ଟ୍ରଫିକୁ କିଟ୍‌ରେ ସ୍ବାଗତ କରାଯିବା କିଟ୍‌ ଓ କିସ୍‌ ପାଇଁ ଗୌରବର ବିଷୟ ବୋଲି ଅଚ୍ୟୁତ କହିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କ୍ରୀଡ଼ା ଓ କ୍ରୀଡ଼ାବିତ୍‌ଙ୍କ ପ୍ରତି ରହିଥିବା ଅହେତୁକ ସ୍ନେହ ଓ ଶ୍ରଦ୍ଧା ପାଇଁ ଆଜି ଓଡ଼ିଶା ଦୁଇଥର ହକି ବିଶ୍ୱକପ୍‌ ଆୟୋଜନ କରିବାରେ ସମର୍ଥ ହେବା ସହ ବିଶ୍ୱ କ୍ରୀଡ଼ା ମାନଚିତ୍ରରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି ବୋଲି ଅଚ୍ୟୁତ କହିଥିଲେ। ଏହି ଅବସରରେ କିସ୍‌ ଛାତ୍ରୀଛାତ୍ରଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଆତସବାଜି ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?