ଭୁବନେଶ୍ୱରରେ ହେବ ଆଉ ଏକ ଫୁଟ୍‌ ଓଭର ବ୍ରିଜ

ଭୁବନେଶ୍ୱର, ୧୯।୧(ବ୍ୟୁରୋ): ଭୁବନେଶ୍ୱରରେ ନିର୍ମାଣ ହେବ ଆଉ ଏକ ଫୁଟ୍‌ ଓଭର ବ୍ରିଜ। ୧୬ ନମ୍ବର ଜାତୀୟ ରାଜପଥର ସହିଦନଗର-ସତ୍‌ସଙ୍ଗ ବିହାର ମଧ୍ୟରେ ତିଆରି ହେବ ଏହି ଫୁଟ ଓଭର ବ୍ରିଜ। ଏ ନେଇ ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଭୁବନେଶ୍ୱର ସ୍ଥିତ ଜାତୀୟ ରାଜପଥ ପ୍ରାଧିକରଣର ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟକୁ ଚିଠି ଆସିଛି।

ସତ୍‌ସଙ୍ଗ ବିହାରର ଶ୍ୟାମା ପ୍ରସାଦ ମୂଖାର୍ଜୀ ପାର୍କ ନିକଟରେ ଏହି ଫୁଟ ଓଭର ବ୍ରିଜ ନିର୍ମାଣ ହେବ। ଏହାର ଲମ୍ବ ୧୩୦୦ ମିଟର ହେବ। ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ୧କୋଟି ୨୫ ଲକ୍ଷ ଟଙ୍କା ଅନୁମୋଦନ ହୋଇଛି। ଏହା ସହିତ ଭୁବନେଶ୍ୱର ସ୍ଥିତ ଏନ୍‌ଏଚ୍‌ଏଆଇର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଏହି ଫୁଟ ଓଭର ବ୍ରିଜ୍ର ସବିଶେଷ ବ୍ୟୟ ଅଟକଳ ସହିତ ଡିଜାଇନ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଦୀର୍ଘ ଦିନରୁ ଉଭୟ ସହିଦ ନଗର ଓ ଭିଏସଏସ ନଗର ବାସିନ୍ଦାଙ୍କ ପକ୍ଷରୁ ଏକ ଫୁଟ ଓଭର ବ୍ରିଜ ନିର୍ମାଣ ପାଇଁ ଦାବି ହୋଇଆସୁଥିଲା। ଏବେ ଓଭର ବ୍ରିଜ ହେବା ପରେ ସ୍ଥାନୀୟ ବାସିନ୍ଦାଙ୍କର ଦୀର୍ଘଦିନର ସମସ୍ୟାର ସମାଧାନ ହେବା ନେଇ ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri