ହଷ୍ଟେଲରେ ମଦ ପିଉଥିଲେ; ଦେଖିନେଲେ ବୋଲି ବ୍ଲେଡରେ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ହାତକୁ କାଟିଲେ, ଲୁଣ ମାରିଲେ ନବମ ଶ୍ରେଣୀ ଛାତ୍ର

ଉଦଳା,୩।୪(ସନ୍ତୋଷ କୁମାର ବାଛିନି): ଛୋଟ ପିଲା ବୟସରେ ଭୟଙ୍କର ବ୍ୟବହାର। ର଼୍ୟାଗିଂ କରିବାକୁ ଯାଇ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ଦେହକୁ ବ୍ଲେଡରେ କାଟିଲେ। ପରେ କ୍ଷତରେ ଲୁଣ ମାରି ବନ୍ଦ କଠୋରୀରେ ଦେଲେ ନିର୍ଯ୍ୟାତନା। ଖୁଣ୍ଟା ଥାନା ବାସିପିଠା ଏସଏସଡି ହାଇସ୍କୁଲରୁ ଏଭଳି ସାଙ୍ଘାତିକ ଅଭିଯୋଗ ଆସିଛି। ଏହି ଘଟଣା ଅନେକଙ୍କୁ ଚକିତ କରିଥିବା ବେଳେ ଏହାକୁ ନେଇ ପୋଲିସର ତଦନ୍ତ ଆରମ୍ଭ ହୋଇଛି।

ସୂଚନାନୁଯାୟୀ, ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ବାରିପଦା ଭୁଗୁଡାକଟା ଅଞ୍ଚଳର ଷଷ୍ଠ ଶ୍ରେଣୀ ଛାତ୍ର ଦୀପଙ୍କର ବେହେରାଙ୍କୁ ହଷ୍ଟେଲରେ ରହୁଥିବା ନବମ ଶ୍ରେଣୀ ଛାତ୍ରମାନେ ର଼୍ୟାଗିଂ କରିଛନ୍ତି। ନବମ ଶ୍ରେଣୀ ଛାତ୍ରମାନେ ବସି ହଷ୍ଟେଲରେ ମଦ ପିଉଥିବା ଏହି ଷଷ୍ଠ ଶ୍ରେଣୀ ଛାତ୍ର ଜଣକ ଦେଖିନେଇଥିଲେ। ଏ ନେଇ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କୁ ଜଣାଇଥିଲେ। ଯାହା ପରେ ନବମ ଶ୍ରେଣୀ ଛାତ୍ରମାନେ ତାକୁ ପରଦିନ ଏକ ରୁମ ଭିତରେ ଅଟକାଇବା ସହିତ ଲୁହା ରଡ଼ରେ ମାଡ଼ ମାରିଥିଲେ। ବିଧା, ଗୋଇଠା ମାରିବା ସହିତ ବ୍ଲେଡରେ ହାତର ଅନେକ ଜାଗାକୁ କାଟିଥିଲେ। କଟା ଯାଇଥିବା ସ୍ଥାନରେ ଲୁଣ ମାରି ନିର୍ଯାତନା ଦେଇଥିଲେ। କେବଳ ସେତିକି ନୁହେଁ ଛାତ୍ରମାନେ ଛୁରୀ ଦେଖାଇ ତାଙ୍କୁ ଜୀବନରୁ ମାରିଦେବାକୁ ଧମକ ମଧ୍ୟ ଦେଇଥିଲେ। ଏନେଇ ଛାତ୍ରଜଣଙ୍କ ତାଙ୍କ ପରିବାରଲୋକଙ୍କୁ ଜଣାଇବା ପରେ ଦୀପଙ୍କରଙ୍କ ବାପା ଏନେଇ ଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଆଧାର କରି ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?