ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ନିର୍ବାଚନ: ସଭାପତି-ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଏମ୍‌ସିଏଚ୍‌ କୋଠାର ସଭାଗୃହରେ ରବିବାର ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ କଳାହାଣ୍ଡି ଜିଲା ଶାଖାର ଚଳିତ ୨୦୨୫-୨୭ବର୍ଷ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ପଦ ପାଇଁ ସନ୍ଧ୍ୟାରାଣୀ ରଥ, ଉପସଭାପତି ପାଇଁ ତ୍ରିବିକ୍ରମ ପଧାନ, ସମ୍ପାଦକ ପାଇଁ ବସନ୍ତ କୁମାର, ସହ ସମ୍ପାଦକ (ସଂଗଠନ) ପାଇଁ ଅଜିତ କୁମାର ସାହୁ, ସହ ସମ୍ପାଦକ (ଅର୍ଥ) ପାଇଁ ଅନନ୍ତ ସାହୁ, ସହ ସମ୍ପାଦକ (ସମନ୍ବୟ) ପାଇଁ ହିମାଂଶୁ ଶେଖର ପାଢୀ, ସହ ସମ୍ପାଦକ (ସାଂସ୍କୃତିକ) ପାଇଁ ରୋଶନ ସାହୁ, କୋଷାଧ୍ୟକ୍ଷ ପାଇଁ ଖିରସିନ୍ଧୁ ରାଣା, ଅଡିଟର ପଦ ପାଇଁ ମମତା ଶତପଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ। ହେଲେ ସେମାନଙ୍କ ବିରୋଧରେ ଅନ୍ୟ କେହି କୌଣସି ପଦବୀ ପାଇଁ ନାମାଙ୍କନପତ୍ର କରି ନ ଥିବାରୁ ସମସ୍ତେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିଲେ। ନିର୍ବାଚନ ଅଧିକାରୀ ଭାବରେ ରବିମଣି ସିଂହ ଓ ସୁଭାସିନୀ ଧୁରୁଆ, ପ୍ରିଜାଇଡିଂ ଅଫିସର ଭାବେ କନକଲତା ସେଠୀ ଓ ମେନକା ସ୍ବାଇଁ, ପୁଲିଂ ଅଫିସର ଭାବେ ବେବିଆନା ସାଙ୍ଗା ଓ ସଲିଳା ବିହାରୀଙ୍କ ସମେତ ମୋନୋନିତ ଥିବା ୩୦ ଜଣ ସ୍ବେଚ୍ଛାସେବୀ ମିଶି ସୂଚାରୁରୂପେ ନିର୍ବାଚନ ପରିଚାଳନା କରିଥିଲେ। ଫଳାଫଳ ଘୋଷଣା ହେବା ପରେ ଜିଲାର ସମସ୍ତ ବ୍ଲକରୁ ଆସିଥିବା ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଥିଲେ ନିର୍ବାଚିତପ୍ରତିନିଧି। ଛୁଟି ଦିନରେ ସମୟ ବାହାର କରି ସଂଘର କର୍ମକର୍ତ୍ତାମାନଙ୍କ ସହଯୋଗରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରାଯିବା ସହ ସମସ୍ତେ ଏଥିରେ ସହଯୋଗର ହାତ ବଢ଼ାଇବା ପାଇଁ ସଭାରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ପୋଲିସ ASIଙ୍କ ଆକସ୍ମିକ ମୃତ୍ୟୁ: କାନ୍ଦବୋବାଳିରେ ଫାଟୁଛି ଘର, ଶୋକାକୂଳ ପରିବେଶରେ ଗାଁରେ ହେଲା ଶେଷକୃତ୍ୟ

ଭବାନୀପାଟଣା,୩୧।୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମର ଯୁବ ପୋଲିସ ASI ପରିତୋଷ ମିଶ୍ର(୩୯)ଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri