ଆଜିଠୁ ଆନ୍ଦୋଳନ କରିବ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ

ଭୁବନେଶ୍ୱର, ୨୫ା୯(ବନ୍ଦନା ସେଠୀ):ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ। ବୁଧବାର ଓ ଗୁରୁବାର ଜରୁରିକାଳୀନ ରୋଗୀ ସେବାରେ ବାଧା ନ ଦେଇ ରାଜ୍ୟବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ। ଦାବି ପୂରଣ ନ ହେଲେ ୨୭ ତାରିଖରୁ ସମସ୍ତ ସରକାରୀ ହସ୍ପିଟାଲରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଆନ୍ଦୋଳନ ନ କରିବାକୁ ଓଡ଼ିଶା ନର୍ସିଂ ନିର୍ଦ୍ଦେଶାଳୟ ପକ୍ଷରୁ ସଂଘକୁ ତାଗିଦ୍‌ କରାଯାଇଛି। ନିର୍ଦ୍ଦେଶାଳୟ ନିୟମ ନ ମାନି ଆନ୍ଦୋଳନ କଲେ ସମ୍ପୃକ୍ତ ଅଫିସରଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି।

ଏହି କ୍ରମରେ ୨୦୨୪ ଅଗଷ୍ଟ ୭ରୁ ନର୍ସିଂ ଅଫିସରଙ୍କ ବିରୋଧରେ ୬ମାସ ଅର୍ଥାତ୍‌ ୨୦୨୫ ଜାନୁଆରୀ ପର୍ଯ୍ୟନ୍ତ ଲାଗୁ ହୋଇଥିବା ଏସ୍‌ମାକୁ କଡ଼ାକଡ଼ି କାର୍ଯ୍ୟକାରୀ କରିବାକୁ ମଙ୍ଗଳବାର ସମସ୍ତ ସିଡିଏମ୍‌ଓ ଓ ସରକାରୀ ମେଡିକାଲ କଲେଜ କର୍ତ୍ତୃପକ୍ଷଙ୍କୁ ନର୍ସିଂ ନିର୍ଦ୍ଦେଶକ ଆର୍ତ୍ତବନ୍ଧୁ ନାୟକ ଚିଠି ଲେଖିଛନ୍ତି। କୌଣସି ନର୍ସିଂ ଅଫିସର କାର୍ଯ୍ୟ ଛାଡ଼ି ଆନ୍ଦୋଳନ କରୁଥିଲେ ସୂଚନା ଦେବାକୁ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି। ମାତ୍ର ନିର୍ଦ୍ଦେଶନାମା ଜାରି ହେବା ପରେ ମଧ୍ୟ ସଂଘ ନିଜର ପୂର୍ବ ନିଷ୍ପତ୍ତିରେ ଅଟଳ ରହିଛି। ତେଣୁ ବୁଧବାରଠାରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ ବୋଲି ସଂଘ ସଭାନେତ୍ରୀ ଶୁଚିସ୍ମିତା ଦାଶ ସୂଚନା ଦେଇଛନ୍ତି। ନର୍ସିଂ କ୍ଷେତ୍ରରେ ଆଉଟ୍‌ସୋର୍ସିଂ ବ୍ୟବସ୍ଥା ଉଚ୍ଛେଦ କରିବା, ୨୦୧୩ ନଭେମ୍ବର ୧୨ ପୂର୍ବରୁ ନିଯୁକ୍ତି ପାଇଥିବା ନର୍ସିଂ ଅଫିସରଙ୍କ ୬ବର୍ଷିଆ ଚୁକ୍ତିଭିତ୍ତିକ ଅବଧିକୁ ମୂଳ ଚାକିରି ସୀମାରେ ମିଶାଇ ପଦୋନ୍ନତି ପ୍ରଦାନ କରିବା, ଯୋଗ୍ୟ ନର୍ସିଂ ଅଫିସରଙ୍କୁ ବରିଷ୍ଠତା ଭିତ୍ତିରେ ସିନିୟର ନର୍ସିଂ ଅଫିସର ଭାବେ ପଦୋନ୍ନତି କରିବା ଆଦି ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀ ସଂଘ ଦାବି ରଖିଛି। ରୋଗୀ ସେବାକୁ ଦୃଷ୍ଟିରେ ରଖି ୨୫ ଓ ୨୬ ତାରିଖରେ ଜରୁରୀସେବା ବ୍ୟାହତ କରାଯିବନାହିଁ। ନର୍ସିଂ ଅଫିସର ଆଇସିୟୁ, ଓଟି ଭଳି ଜରୁରିକାଳୀନ ସେବା ସ୍ବେଚ୍ଛାକୃତ ଭାବେ ଚଳାଇବେ। ତେବେ ଦୁଇଦିନ ଭିତରେ ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri