ଛୁଟିରେ ଅଫିସର, କାର୍ଯ୍ୟରେ ଅଚଳାବସ୍ଥା

ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ପରିସରରେ ମାଡ଼ ଘଟଣା ରାଜ୍ୟର ପ୍ରଶାସନିକ କାର୍ଯ୍ୟରେ ଅଚଳାବସ୍ଥା ସୃଷ୍ଟି କରିଛି। ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଅଟଳ ଥିବା ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ସଂଘ ପକ୍ଷରୁ କାଯର୍ର୍‌ୟବନ୍ଦ ଆନ୍ଦୋଳନ ରାଜ୍ୟରେ ରହିଛି। ଓଏଏସ୍‌ ଅଧିକାରୀମାନେ ସମୂହ ଛୁଟିରେ ଚାଲିଯାଇଥିବାରୁ ଅନେକ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟ ହୋଇପାରୁନାହିଁ। ଏଥିଯୋଗୁ ସାଧାରଣ ଲୋକଙ୍କୁ ହଇରାଣ ହେବାକୁ ପଡ଼ୁଛି। ଏନେଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିଛନ୍ତି।

ଭୁବନେଶ୍ୱର,୩ା୭ (ରବିନାରାୟଣ ଜେନା): ବିଏମ୍‌ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ଘଟଣାକୁ ନେଇ ଓଏଏସ୍‌ ସଂଘ ନିଷ୍ପତ୍ତି କ୍ରମେ ଅଫିସରମାନେ ବୁଧବାର ବିଧିବଦ୍ଧ ଭାବେ ସମୂହ ଛୁଟି ନେଇଛନ୍ତି। ଯେପର୍ଯ୍ୟନ୍ତ ମୁଖ୍ୟ ଅଭିଯୁକ୍ତ ଜଗନ୍ନାଥ ପ୍ରଧାନ ଗିରଫ ହୋଇନାହାନ୍ତିି ଏବଂ ସରକାରଙ୍କ ପକ୍ଷରୁ ଅଧିକାରୀଙ୍କ ସୁରକ୍ଷା ନେଇ ପ୍ରତିଶ୍ରୁତି ମିଳିନାହିଁ, ସେପର୍ଯ୍ୟନ୍ତ ଓଏଏସ୍‌ ଅଫିସରମାନେ ଛୁଟିରେ ରହିବେ ବୋଲି ସଂଘ ଚେତାବନୀ ଦେଇଛି। ଘଟଣାକୁ ନେଇ ମଙ୍ଗଳବାର ଦିନତମାମ୍‌ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ବ୍ଲକ, ସବ୍‌ଡିଭିଜନ, ଜିଲାଠାରୁ ଆରମ୍ଭକରି ରାଜ୍ୟସ୍ତର ପର୍ଯ୍ୟନ୍ତ ଓଏଏସ୍‌ ଅଧିକାରୀମାନେ ବୈଠକ କରିିଥିବାବେଳେ ବୁଧବାର ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟାଳୟରେ ଅନୁପସ୍ଥିତ ରହିଥିବା ଦେଖିବାକୁ ମିଳିଛି। ଏପରି କି ଭୁବନେଶ୍ୱରସ୍ଥିତ ଲୋକସେବା ଭବନର ବିଭିନ୍ନ ବିଭାଗରେ ମଧ୍ୟ ଓଏଏସ୍‌ ଅଧିକାରୀଙ୍କୁ ଦେଖିବାକୁ ମିଳି ନ ଥିଲା। ଏଥିଯୋଗୁ ସରକାରୀ କାର୍ଯ୍ୟ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ଯଦି ସରକାର ସଂଘର ପ୍ରତିଶ୍ରୁତି ରକ୍ଷା କରିବାରେ ବିଳମ୍ବ କରିବେ ତେବେ ସ୍ଥିତି ଜଟିଳ ହେବ ବୋଲି ଅଧିକାରୀମାନେ କହୁଛନ୍ତି।

ମଙ୍ଗଳବାର ଜିଲାସ୍ତରରେ ଓଏଏସ୍‌ ସଂଘ ଜିଲାପାଳ ଏବଂ ଆର୍‌ଡିସିଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିବାବେଳେ ବୁଧବାର ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟ ଓଏଏସ୍‌ ସଂଘ ପକ୍ଷରୁ ୩ଦଫା ଦାବି ସମ୍ବଳିତ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଓଏଏସ୍‌ ସଂଘର ସଭାପତି ଜ୍ୟୋତିରଞ୍ଜନ ମିଶ୍ର, ସାଧାରଣ ସମ୍ପାଦକ ବିଜୟ କୁମାର ସ୍ବାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିବା ସ୍ମାରକପତ୍ରରେ ଦର୍ଶାଇଛନ୍ତି ଯେ, ବିଏମ୍‌ସି ଅତିରିକ୍ତ ଆୟୁକ୍ତ ସାହୁଙ୍କ ଉପରେ ଯେଭଳି ଅମାନୁଷିକ ଆକ୍ରମଣ ହେଲା, ତାହା ଅତ୍ୟନ୍ତ ନିନ୍ଦନୀୟ। ଦିନ ଦ୍ୱିପ୍ରହରରେ ଜଣେ କର୍ତ୍ତବ୍ୟରତ ଅଧିକାରୀଙ୍କ ପ୍ରତି ଆକ୍ରମଣ କେବଳ ଯେ ଜଣେ ଅଧିକାରୀଙ୍କୁ ମାଡ଼ ବୋଲି କୁହାଯିବ ତାହା ନୁହେଁ, ଏହାଦ୍ୱାରା ତାଙ୍କ ସମ୍ମାନରେ ମଧ୍ୟ ଆଞ୍ଚ୍‌ ଆସିଛି। ଏହି ଘଟଣାକୁ ନେଇ ଅଧିକାରୀଙ୍କ ମାନସିକତା ଉପରେ ଗଭୀର ଆଘାତ ଲାଗିଛି। ଯଦି ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ କଠୋର ପଦକ୍ଷେପ ଗ୍ରହଣ କରା ନ ଯିବ ତେବେ ପରବର୍ତ୍ତୀ ସମୟରେ ଅଧିକାରୀମାନେ କାର୍ଯ୍ୟକ୍ଷେତ୍ରରେ ଦାୟିତ୍ୱ ସମ୍ପାଦନମ୍‌ବେଳେ ବହୁ ସମସ୍ୟାର ସମ୍ମୁଖୀନ ହେବେ। ଏହାକୁ ଦୃଷ୍ଟିରେ ରଖି ପ୍ରଥମେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କୁ ତୁରନ୍ତ ଗିରଫ କରାଯାଉ ଏବଂ ସମସ୍ତ କ୍ଷେତ୍ର ଅଧିକାରୀଙ୍କୁ କାର୍ଯ୍ୟସ୍ଥଳରେ ସୁରକ୍ଷା ଯୋଗାଇ ଦିଆଯାଉ। ସରକାରଙ୍କ ପକ୍ଷରୁ ଏହି ଘଟଣାକୁ ନିନ୍ଦା କରାଯିବା ସହିତ ସରକାରୀ ଅଧିକାରୀଙ୍କୁ ସୁରକ୍ଷା ଯୋଗାଇ ଦିଆଯିବାର ପ୍ରତିଶ୍ରୁତି ଦେବାକୁ ସଂଘ ପକ୍ଷରୁ ଦାବି କରାଯାଇଛି।
ଗୋଟିଏପଟେ ଓଏଏସ୍‌ ସଂଘର ଆନ୍ଦୋଳନ ଜିଲା ଓ ରାଜ୍ୟସ୍ତରରେ ତୀବ୍ର ହେଉଥିବାବେଳେ ଅନ୍ୟପକ୍ଷରେ ସାଧାରଣ ଲୋକେ ସେମାନଙ୍କ ସରକାରୀ ସହାୟତା ଏବଂ ମୌଳିକ ସୁବିଧା ପାଇବାରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି। ଏକ୍ଷେତ୍ରରେ ସରକାରଙ୍କ ନିଷ୍ପତ୍ତି କ’ଣ ରହିବ ତା’ ଉପରେ ସମସ୍ତଙ୍କ ନଜର ରହିଛି।

ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜିବାକୁ ଯାଉଛି: ଜଗନ୍ନାଥ
ଭୁବନେଶ୍ୱର,୨ା୭(ସୁନିତ୍‌ ମିଶ୍ର): ରାଜ୍ୟ ଏବେ ପ୍ରଶାସନିକ ଅଚଳାବସ୍ଥା ଆଡ଼କୁ ଗତି କରୁଥିବା ବେଳେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବାକୁ ଯାଉଛି। ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ଏବଂ ତାଙ୍କ ସରକାରର ହିତ ପାଇଁ ସେ ଆଇନକୁ ସମ୍ମାନ ଦେଉଛନ୍ତି। ଆଇନ ଅନୁସାରେ ଯାହା କାର୍ଯ୍ୟାନୁଷ୍ଠାନ ନିଆଯିବ, ସେଥିରେ ସେ ସମ୍ପୂର୍ଣ୍ଣ ସହଯୋଗ କରିବେ ବୋଲି ଭାଜପା ନେତା ତଥା ମଧ୍ୟ ନିର୍ବାଚନମଣ୍ଡଳୀର ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ କହିଛନ୍ତି। ସେ ତାଙ୍କ ଏକ୍ସରେ ପୋଷ୍ଟକରି କହିଛନ୍ତି, ରାଜ୍ୟରେ ୨ ଦିନ ହେଲା ବିଏମ୍‌ସି ଘଟଣାରେ ବିରୋଧୀ ଦଳ ଏକ ରାଜନୈତିକ ରୁଟି ସେକିବା ପାଇଁ ପ୍ରୟାସ ଚଳାଇଛନ୍ତି। ସେ ଆଗରୁ କହିଛନ୍ତି ଏବଂ ଏବେ ବି କହିଛନ୍ତି, ଏହି ଘଟଣା ଦୁଃଖଦାୟକ ଓ ନିନ୍ଦନୀୟ। ଏହାକୁ ସେ କଡ଼ା ଶବ୍ଦରେ ନିନ୍ଦା କରୁଛନ୍ତି। ଶେଷରେ ଜୟ ଜଗନ୍ନାଥ ବୋଲି କହିଛନ୍ତି। ଜଗନ୍ନାଥ ଏହି ପୋଷ୍ଟ କରିବା ପରେ ସେ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ସେ ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ଅନ୍ୟ ବରିଷ୍ଠ ନେତୃମଣ୍ଡଳୀ ସହ ଦୀର୍ଘ ସମୟ ଆଲୋଚନା କରିଥିବା ଦେଖିବାକୁ ମିଳିଛି। ବିଏମ୍‌ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ କରିଥିବା ୫ ଭାଜପା କର୍ମୀଙ୍କୁ ଗିରଫ କରାଯିବା ସହ ଦଳରୁ ନିଲମ୍ବିତ କରାଯାଇଛି। ତେଣୁ ଜଗନ୍ନାଥଙ୍କ ଉପରେ କିଛି ଦଳୀୟ କାର୍ଯ୍ୟାନୁଷ୍ଠାନ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ଅନ୍ୟପଟେ ଜଗନ୍ନାଥ ନିଜକୁ ଥାନାରେ ସରେଣ୍ଡର କରିପାରନ୍ତି ବୋଲି ତାଙ୍କ ସାମାଜିକ ଗଣମାଧ୍ୟମ ପୋଷ୍ଟ ପରେ ଚର୍ଚ୍ଚା ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri