୫ ଦିନ ତଳେ ଭଉଣୀ ବାହାଘର ସାରି ଯାଇଥିଲେ, ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

ଗଞ୍ଜାମ,୪।୫(ବିଦ୍ୟାଧର ସାହୁ): କର୍ନାଟକରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା l କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ଏକ ଘରୋଇ କମ୍ପାନୀରେ କାର୍ଯ୍ୟରତ ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକର କୁଶପଲ୍ଲୀ ଗାଁର ଯୁବକଙ୍କୁ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତ ଯୁବକ ଜଣଙ୍କ ହେଉଛନ୍ତି ରବୀନ୍ଦ୍ର ସାହୁ (୨୫ ବର୍ଷ) । ସେ ବାଙ୍ଗାଲୋରର ଏକ ଘରୋଇ କମ୍ପାନୀରେ ସିକ୍ୟୁରିଟି ସୁପରଭାଇଜର ଭାବେ କାର୍ଯ୍ୟ କରୁଥିଲେ । ତେବେ କୌଣସି କାରଣ ନେଇ ସେଠାକାର ଜଣେ ଯୁବକ ରବୀନ୍ଦ୍ରଙ୍କୁ ଗୋଡାଇ ଗୋଡାଇ ଏକ ଧାରୁଆ ଛୁରୀରେ ଆକ୍ରମଣ କରି ହତ୍ୟା କରିଛି ବୋଲି ପରିବାର ପକ୍ଷରୁ ଅଭିଯୋଗ ହୋଇଛି l

ସୂଚନାନୁଯାୟୀ, ବାପାଙ୍କ ମୃତ୍ୟୁବରଣ ପରେ ରବୀନ୍ଦ୍ର ପ୍ରାୟ ୧୧ ବର୍ଷ ଧରି ବାହାର ରାଜ୍ୟରେ କାମ କରି ଆସୁଥିଲେ । ପରିବାର କହିଲେ ମା ଆଉ ଦୁଇ ଭଉଣୀଙ୍କ ସହ ରବୀନ୍ଦ୍ର ଥିଲେ। ଏବେ ରବୀନ୍ଦ୍ରଙ୍କ ମୃତ୍ୟୁକୁ ନେଇ ପରିବାର ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି l ତେବେ ରବୀନ୍ଦ୍ର ଗତ ପାଞ୍ଚ ଦିନ ପୂର୍ବରୁ ଭଉଣୀର ବାହାଘର ପାଇଁ ଗାଁ କୁ ଛୁଟି ନେଇ ଆସିଥିଲେ l ଭଉଣୀର ବାହାଘର ସରିବା ପରେ ପୁଣି ସେହି କମ୍ପାନୀକୁ ଚାଲିଯାଇଥିଲେ । ତାଙ୍କର ନିଷ୍ଠାପର କାର୍ଯ୍ୟ ଲାଗି କମ୍ପାନୀ ପକ୍ଷରୁ ତାଙ୍କୁ ସିନିୟର ସିକ୍ୟୁରିଟି ସୁପରଭାଇଜର ଲାଗି ମନୋନୀତ କରିଥିଲେ ବୋଲି ଶୁଣିବାକୁ ମିଳିଛି l ହେଲେ କିଏ ଓ କାହିଁକି ରବୀନ୍ଦ୍ରକୁ ହତ୍ୟା କଲା ତାହା ଏବେବି ଅସ୍ପଷ୍ଟ ରହିଛି । ନିଜ ପୈତୃକ ଗାଁରେ ରବୀନ୍ଦ୍ରଙ୍କ ପାର୍ଥିବ ଶରୀର ପହଞ୍ଚିଲା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri