ଲୋକଙ୍କ ସହଯୋଗରେ ବିକାଶ ପଥରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ଲୋକମାନଙ୍କ ଆସ୍ଥା ଓ ସମର୍ଥନରେ ଓଡ଼ିଶା ବିକାଶ ପଥରେ ଅଗ୍ରସର ହେଉଛି। ବିକାଶମୂଳକ ଏଜେଣ୍ଡା, ଅଭିବୃଦ୍ଧି ଓ ସଶକ୍ତ ବିକଶିତ ନୀତି ପାଇଁ ଆମ ସରକାର ଉପରେ ଓଡ଼ିଶାବାସୀ ଲଗାତର ଭରସା କରିଛନ୍ତି। ୨୦୦୦ରେ ଶାସନ ଭାର ନେବା ବେଳକୁ ରାଜ୍ୟ ଆର୍ଥିକ ସଙ୍କଟ ଦେଇ ଗତି କରୁଥିଲା। ବିଭିନ୍ନ ସମୟରେ ବାତ୍ୟା ଓ ମହାମାରୀକୁ ସମ୍ମୁଖୀନ ହୋଇ ଆସିଛୁ। ଜନସାଧାରଣ ଉତ୍ସର୍ଗୀକୃତ ଭାବେ ସମର୍ଥନ କରି ଆସିଛନ୍ତି। ଜନସାଧାରଣଙ୍କ ସମର୍ଥନ ଓ ସହଯୋଗରେ ପ୍ରତ୍ୟେକ ସମସ୍ୟାକୁ ଆଡେଇବାରେ ସଫଳ ହୋଇଛୁ। ଗୁରୁବାର ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସରକାର ରାଜ୍ୟର ବିଭିନ୍ନ କ୍ଷେତ୍ରରେ ବିକାଶ ଓ ରୂପାନ୍ତରଣ ପାଇଁ ‘୫-ଟି’ ନୀତି ଆପଣାଇଛନ୍ତି। ହକି ବିଶ୍ୱକପ୍‌ ସଫଳତାର ସହ ଆୟୋଜନ କରି ଓଡ଼ିଶା ସାରା ବିଶ୍ବର ପ୍ରଶଂସା ସାଉଁଟିଛି। କ୍ରୀଡ଼ା କ୍ଷେତ୍ରରେ ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରମାଣିତ କରିଛି। କୋଭିଡ୍‌ ପ୍ରତିବନ୍ଧକ ସତ୍ତ୍ବେ ୧୫ ମାସ ମଧ୍ୟରେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଶେଷ ହେବା ଏକ ବଡ଼ ଉପଲବ୍ଧି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ସଫଳ ହୋଇଛି। ସ୍ଥିର ସରକାର ଓ ନୂଆ ଶିଳ୍ପନୀତି-୨୦୨୨ ପାଇଁ ରାଜ୍ୟରେ ନିବେଶ ଲାଗି ପୁଞ୍ଜିପତିମାନେ ଆଗ୍ରହ ପ୍ରକାଶ କରିଛନ୍ତି। ଆସନ୍ତା ୫ ବର୍ଷରେ ଓଡ଼ିଶା ପୂର୍ବ ଭାରତର ଶିଳ୍ପ ହବ୍‌ରେ ପରିଣତ ହେବ। କୃଷି କ୍ଷେତ୍ରରେ ସରକାର ଅଧିକ ପାଣ୍ଠି ଖର୍ଚ୍ଚ କରୁଛନ୍ତି। ‘କାଳିଆ’ ଓ ‘ବଳରାମ’ ଭଳି ଯୋଜନା ଆୟ ବୃଦ୍ଧି ସହ ଚାଷୀଙ୍କୁ ବେଶ୍‌ ସହାୟକ ହେଉଛି। ଚଳିତ ବର୍ଷ ଅନେକ ଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ ହୋଇଛି। ଏହାର ସୁଫଳ ଆଗକୁ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଶିକ୍ଷା କ୍ଷେତ୍ରରେ ଓଡ଼ିଶାର ରୂପାନ୍ତରଣରେ ସ୍ବର୍ଣ୍ଣିମ ଅଧ୍ୟାୟ ଯୋଡ଼ିହୋଇଛି। ରାଜ୍ୟର ବହୁତ ହାଇସ୍କୁଲ ୫-ଟି ଅଧୀନରେ ନୂଆ ରୂପ ପାଇଛି। ଉଚ୍ଚଶିକ୍ଷାରେ ଗୁଣାତ୍ମକ ମାନ ବୃଦ୍ଧି ଘଟିଛି। ମୋ ସ୍କୁଲ ଓ ମୋ କଲେଜ ଅଭିଯାନକୁ ପୁରାତନ ଛାତ୍ରୀଛାତ୍ରମାନେ ସମର୍ଥନ ଦେଇଛନ୍ତି। ପ୍ରତି ଘରକୁ ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ୨୦୨୪ ସୁଦ୍ଧା ସବୁ ଘରକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯିବ। ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ଯୋଜନାରେ ଓଡ଼ିଶା ନୂଆ ପରିଚୟ ସୃଷ୍ଟି କରିଥିବା ବେଳେ ଆସନ୍ତା ଡିସେମ୍ବର ସୁଦ୍ଧା ସହରାଞ୍ଚଳର ଶତ ପ୍ରତିଶତ ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜାଗା ମିଶନରେ ମୋ ସରକାରକୁ ଅନ୍ତର୍ଜାତୀୟ ସ୍ବୀକୃତି ମିଳିଛି। ବସ୍ତି ବାସିନ୍ଦାକୁ ଜମି ଅଧିକାର ଦେଇ ଥଇଥାନ କରି ସରକାର ସହରକୁ ବସ୍ତିମୁକ୍ତ କରିବାକୁ ଯାଉଛନ୍ତି। ଏଥିପାଇଁ ଜାତିସଂଘ ଓ୍ବାର୍ଲଡ ହାବିଟାଟ୍‌ ବ୍ରୋଞ୍ଜ ପୁରସ୍କାର ପ୍ରଦାନ କରିଛି। ମିଶନ ଶକ୍ତିକୁ ଆହୁରି ଉପରକୁ ନେବା ପାଇଁ ସରକାର ନୂଆ କାର୍ଯ୍ୟକ୍ରମମାନ ହାତକୁ ନେଇଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ପାଇଁ ମମତା, ସୋପାନ, ପ୍ରାରମ୍ଭ ଭଳି ଯୋଜନା ହାତକୁ ନେଇଛନ୍ତି।
ତଫସିଲଭୁକ୍ତ ଜାତି ଓ ଜନଜାତିର ସାମଗ୍ରିକ ବିକାଶ ପାଇଁ ସରକାର ନିଷ୍ଠାବାନ ହୋଇ କାମ କରୁଛନ୍ତି। ଜଙ୍ଗଲ ବୃଦ୍ଧିରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ଭାବେ ପରିଚିତ ହୋଇଥିବା ବେଳେ ପରିବେଶ, ପ୍ରାକୃତିକ ସମ୍ପତ୍ତି, ବନ୍ୟପ୍ରାଣୀଙ୍କ ସୁରକ୍ଷାରେ ଉଦାହରଣ ସୃଷ୍ଟି କରିଛି। ଜନସାଧାରଣଙ୍କୁ ଦୁଆର ମୁହଁରେ ଓ ଧାର୍ଯ୍ୟ ସମୟରେ ସରକାରୀ ସେବା ଯୋଗାଣ ପାଇଁ ମୋ ସରକାର କାର୍ଯ୍ୟ କରୁଛି। ଏହା ଜନସାଧାରଣଙ୍କୁ ସରକାରୀ ସେବା ଯୋଗାଇବାରେ ସହାୟକ ହେଉଛି। ଉପଯୁକ୍ତ ବିତ୍ତୀୟ ପରିଚାଳନା ପାଇଁ ଓଡ଼ିଶା ରାଜସ୍ବ ବଳକା ରାଜ୍ୟ ତାଲିକାରେ ଅଛି। ରାଜ୍ୟକୁ ବଡ଼ ବଡ଼ ନିବେଶର ସୁଅ ଛୁଟିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri