୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ୧୬ ନମ୍ବର ଜାତୀୟ ରାଜପଥ ସୁକନ୍ୟା ଢାବା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ୧୦ ଫୁଟ ତଳକୁ କାର ଖସିପଡ଼ିବା ଯୋଗୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ବ୍ରହ୍ମପୁର ହୋଣ୍ଡା ଶୋ’ରୁମର ମ୍ୟାନେଜର ସୁଶାନ୍ତ ମିଶ୍ର। ସେହିଭଳି ଗୁରୁତର ଆହତ ବ୍ୟକ୍ତି ଜଣଙ୍କ ହେଲେ ସୁଶାନ୍ତ ମିଶ୍ରଙ୍କ ଡ୍ରାଇଭର ଜୟ ଆନମୂଲ।

ସୂଚନାନୁଯାୟୀ, ଆଜି ଅପରାହ୍ନ ୩ଟା ସମୟରେ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା କାର (ଓଡି ୦୫ ଏଏମ୍‌ ୮୬୯୦) ଭାରସାମ୍ୟ ହରାଇ ୧୦ଫୁଟ ତଳକୁ ଖସି ଏକ ଗଛକୁ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ବ୍ରହ୍ମପୁର ହୋଣ୍ଡା ଶୋ’ରୁମର ମ୍ୟାନେଜରଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଜଣଙ୍କ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ରମ୍ଭା ଥାନା,ରମ୍ଭା ଅଗ୍ନିଶମ ବିଭାଗ ଓ ହାଇୱେ ପାଟ୍ରୋଲିଂ ପୋଲିସକୁ ଖବର ଦେଇଥିଲେ। ପରେ ପୋଲିସ କର୍ମଚାରୀ ,ଅଗ୍ନିଶମ ବିଭାଗର କର୍ମଚାରୀ ,ହାଇୱେ ପୋଲିସ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର କରି ବ୍ରହ୍ମପୁର ଏମ୍‌କେସିଜିକୁ ଚିକିତ୍ସା ପାଇଁ ନେଇଥିଲେ । ପୋଲିସ ମୃତକଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି ।ଏନେଇ ସୁଶାନ୍ତ ମିଶ୍ରଙ୍କ ସ୍ତ୍ରୀ ସାଧନା ଚୌଧୁରୀ ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁ ଦୁର୍ଘଟଣା ହୋଇଥିବା ନେଇ ରମ୍ଭା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri