ଖୋର୍ଦ୍ଧାରେ ହେବ ଓଡ଼ିଶା ପାଇକ ଏକାଡେମୀ

ଭୁବନେଶ୍ୱର,୯ା୯(ଅନିଲ ଦାସ): ଖୋର୍ଦ୍ଧା ଜିଲାରେ ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ। ଶୁକ୍ରବାର ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୂହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ କାର୍ଯ୍ୟ କରିବ। ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଢାଞ୍ଚାରେ ଏହା ପ୍ରତିଷ୍ଠା ହେବ। ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ଦେଶ ବିଦେଶରେ ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ ବେଶ୍‌ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି।
ପାଇକମାନଙ୍କ ସାମୂହିକ ବିକାଶ ପାଇଁ ସ୍ବତନ୍ତ୍ର ପାଠ୍ୟକ୍ରମ ଜରିଆରେ ଶିକ୍ଷା ପ୍ରଦାନ ସହିତ ପ୍ରଶିକ୍ଷଣ ଓ ଗବେଷଣାର ବ୍ୟବସ୍ଥା ରହିବ। ଶିକ୍ଷାର୍ଥୀମାନଙ୍କ ପାଇଁ ଛାତ୍ରବୃତ୍ତିର ମଧ୍ୟ ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଏହି କେନ୍ଦ୍ର ଗଡ଼ଖୋର୍ଦ୍ଧାଠାରେ ଅସ୍ଥାୟୀ ଭାବରେ କାର୍ଯ୍ୟ କରିବ। ପରେ ଯଥାଶୀଘ୍ର ଏହି କେନ୍ଦ୍ର ପାଇଁ ସ୍ଥାନ ନିରୂପଣ ଓ ଡିପିଆର ପ୍ରଦାନ କରିବା ପାଇଁ ଖୋର୍ଦ୍ଧା ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ ଯେ ୧୮୧୭ ମସିହାରେ ଖୋର୍ଦ୍ଧା ମାଟିରେ ବକ୍ସି ଜଗବନ୍ଧୁଙ୍କ ନେତୃତ୍ୱରେ ପାଇକ ବିଦ୍ରୋହ ସଂଗଠିତ ହୋଇଥିଲା। ଇଂରେଜ ଶାସନ ବିରୋଧରେ ଏହା ଦେଶର ପ୍ରଥମ ବିଦ୍ରୋହ ଥିଲା ବୋଲି ଐତିହାସିକମାନେ ମତପ୍ରକାଶ କରନ୍ତି। ଏହି ମହାନ୍‌ ପାଇକ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ସହ ଏ ଦିଗରେ ଅଧିକ ଗବେଷଣା ପାଇଁ ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ମାର୍ଗ ପ୍ରଶସ୍ତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
୫-ଟି ସଚିବ ଭି. କେ. ପାଣ୍ଡିଆନ ଗତ ଅଗଷ୍ଟ ଶେଷ ସପ୍ତାହରେ ଖୋର୍ଦ୍ଧା ଜିଲା ଗସ୍ତ ସମୟରେ ବିଭିନ୍ନ ପାଇକ ସଂଗଠନର ସଦସ୍ୟମାନଙ୍କୁ ଭେଟିଥିଲେ। ପାଇକ ପରମ୍ପରାର ସୁରକ୍ଷା ଓ ପ୍ରସାର ସମ୍ପର୍କରେ ସେମାନଙ୍କ ସହିତ ଆଲୋଚନା କରିଥିଲେ। ଓଡ଼ିଶା ଇତିହାସରେ ପାଇକ ପରମ୍ପରାକୁ ଗୌରବମୟ ଅଧ୍ୟାୟ ଭାବରେ ପାଣ୍ଡିଆନ ବର୍ଣ୍ଣନା କରିଥିଲେ। ଏହାର ସୁରକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ। ପରେ ଏ ବିଷୟରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri