ଆକର୍ଷିତ କରୁଛି ଓଡ଼ିଶା ପାଭିଲିୟନ ସାଜସଜ୍ଜା

ଭୁବନେଶ୍ୱର, ୨୧।୧୧(ଅସମାପିକା ସାହୁ):ଦିଲ୍ଲୀରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ସୋମବାର ଥିଲା ସପ୍ତମ ଦିବସ। ବାଣିଜି୍ୟକ ଦିବସ ପରେ ରବିବାରଠାରୁ ସର୍ବସାଧାରଣଙ୍କ ପାଇଁ ଏହି ମେଳା ଖୋଲା ହୋଇଥିବାରୁ ପ୍ରଗତି ମଇଦାନ ପରିସର ସମେତ ଓଡ଼ିଶା ପାଭିଲିୟନରେ ପ୍ରବଳ ଜନଗହଳି ଦେଖିବାକୁ ମିଳିଛି। ଓଡ଼ିଶା ମଣ୍ଡପର ସୁଦୃଶ୍ୟ ଆକର୍ଷଣୀୟ ସାଜସଜ୍ଜା ସମସ୍ତଙ୍କର ପ୍ରଥମ ପସନ୍ଦ ପାଲଟିଛି। ଓଡ଼ିଶା ପାଭିଲିୟନ ନିର୍ମାଣର ସୂକ୍ଷ୍ମ ଓ ସୁଦୃଶ୍ୟ କାରୁକାର୍ଯ୍ୟ ସମସ୍ତଙ୍କୁ ବିମୋହିତ କରୁଛି। ପାଭିଲିୟନର ମଧ୍ୟ ସ୍ଥଳରେ କଳିଙ୍ଗର ପ୍ରାଚୀନ ନୌବାଣିଜ୍ୟ ପରମ୍ପରାର ଗୌରବମୟ ସ୍ମୃତି ବହନ କରୁଥିବା ବୋଇତ ଓ ସିନ୍ଦୁକ ସମେତ ପାଭିଲିୟନ ମଧ୍ୟରେ ସ୍ଥାପିତ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପ୍ରତିମୂର୍ତ୍ତି, ବାହ୍ୟ ପାର୍ଶ୍ୱରେ ନିର୍ମିତ କୋଣାର୍କ ଚକ୍ର ଓ କୋଣାର୍କ ମନ୍ଦିର ସେଲ୍‌ଫି ପଏଣ୍ଟରେ ପରିଣତ ହୋଇଛି। ପାଭିଲିୟନର ସମସ୍ତ ଷ୍ଟଲ୍‌ ଓଡିଶାର ମନ୍ଦିରରେ ଶୋଭା ପାଉଥିବାବେଳେ ରଘୁରାଜପୁର ପଟ୍ଟଚିତ୍ର କଳାରେ ଚିତ୍ରିତ ହୋଇଛି। ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ସୋମବାର ଓଡ଼ିଶା ପାଭିଲିୟନ ପରିଦର୍ଶନରେ ଆସି ଷ୍ଟଲ୍‌ ଦାୟିତ୍ୱରେ ଥିବା ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ।
ପାଭିଲିୟନର ଓରମାସ ଏବଂ ମିଶନ ଶକ୍ତିର ଷ୍ଟଲ୍‌ରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଓ ଗ୍ରାମୀଣ କାରିଗରଙ୍କ ଦ୍ୱାରା ନିର୍ମିତ ବିଭିନ୍ନ ହସ୍ତଶିଳ୍ପ ସାମଗ୍ରୀ ଏବଂ ଟସର ବସ୍ତ୍ର ଉପଲବ୍ଧ ରହିଛି। ବୟନିକା ଷ୍ଟଲରେ ଓଡ଼ିଶାର ବୁଣାକାରଙ୍କ ଦ୍ୱାରା ହସ୍ତତନ୍ତ ସାମଗ୍ରୀ, ଉତ୍କଳିକା ଷ୍ଟଲ୍‌ରେ ରଘୁରାଜପୁରର ପଟ୍ଟଚିତ୍ର, କଟକର ରୁପା ତାରକସି, ପିପିଲି ଚାନ୍ଦୁଆ, କାଷ୍ଠ ଓ ପ୍ରସ୍ତର ନିମିର୍ର୍ତ କାରୁକାର୍ଯ୍ୟ ମିଳୁଛି। ସେହିପରି କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଷ୍ଟଲ୍‌ରେ ମିଲେଟ ଓ କନ୍ଧମାଳର ଜୈବ କୃଷିଜାତ ପଦାର୍ଥ, ଏମ୍‌ଏସ୍‌ଏମ୍‌ଇ ଷ୍ଟଲରେ ବିଭିନ୍ନ ହସ୍ତଶିଳ୍ପ ସାମଗ୍ରୀ ସମେତ ତାଳରସରୁ ଉତ୍ପନ୍ନ ଗୁଡ଼ ଓ ଚିନି ମିଳୁଛି। ଜନଜାତି ଉନ୍ନୟନ ବିଭାଗ ଷ୍ଟଲରେ ଲାଞ୍ଜିଆ ସୌରାଙ୍କ ଇଡିତାଳ ଚିତ୍ର ଓ ଧାନରେ ନିର୍ମିତ ବିଭିନ୍ନ ହସ୍ତଶିଳ୍ପ ସାମଗ୍ରୀ ବିକ୍ରି ହେଉଛି। ଦେଶ ବିଦେଶର ବହୁ ପର୍ଯ୍ୟଟକ ପର୍ଯ୍ୟଟନ ବିଭାଗ ଷ୍ଟଲକୁ ଆସି ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଓ ଇକୋ ରିଟ୍ରିଟ ସମ୍ପର୍କରେ ଜ୍ଞାନ ଆହରଣ କରୁଛନ୍ତି। ସେମାବାର ସୁଦ୍ଧା ଓଡ଼ିଶା ପାଭିଲିୟନକୁ ୭୦ ହଜାରରୁ ଊର୍ଦ୍ଧ୍ୱ ଦର୍ଶକ ଆସି ମନପସନ୍ଦର ସାମଗ୍ରୀ କିଣିଥିବାବେଳେ ପାଖାପାଖି ୩୦ ଲକ୍ଷରୁ ଅଧିକ ଟଙ୍କାର ବ୍ୟବସାୟ ହୋଇଛି।
ରବିବାର ଆୟୋଜିତ ଓଡ଼ିଶା ରାଜ୍ୟ ଦିବସ ଉତ୍ସବରେ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ସ୍ବତନ୍ତ୍ର ସଂଖ୍ୟା ଲୋକାର୍ପିତ ହୋଇଥିଲା। ପରେ ଭୁବନେଶ୍ୱର ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର କଳାକାରଙ୍କ ଦ୍ୱାରା ଓଡ଼ିଶୀ, କୋରାପୁଟ ଜିଲା ବୈପାରିଗୁଡ଼ାର ଆଦର୍ଶ ଆଦିବାସୀ ନୃତ୍ୟକଳା ଅନୁଷ୍ଠାନର କଳାକାରଙ୍କ ଦ୍ୱାରା ଧରୁଆ ଜନଜାତି ସମ୍ପ୍ରଦାୟର ବିର୍ଲି ନୃତ୍ୟ ଏବଂ ବରଗଡ଼ ବଉଳ ଝୁପା ସାଂସ୍କୃତିକ ଅନୁଷ୍ଠାନର କଳାକାରଙ୍କ ଦ୍ୱାରା ଡାଲଖାଇ ନୃତ୍ୟ ପରିବେଷିତ ହୋଇଥିଲା। ଦେଶ ବିଦେଶରେ ହରହର ଶମ୍ଭୁ ଗୀତକୁ ନେଇ ଚର୍ଚ୍ଚିତ ଅଭିଲିପ୍ସା ପଣ୍ଡାଙ୍କ ସଙ୍ଗୀତ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri