ଆକର୍ଷିତ କରୁଛି ଓଡ଼ିଶା ପାଭିଲିୟନ ସାଜସଜ୍ଜା

ଭୁବନେଶ୍ୱର, ୨୧।୧୧(ଅସମାପିକା ସାହୁ):ଦିଲ୍ଲୀରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ସୋମବାର ଥିଲା ସପ୍ତମ ଦିବସ। ବାଣିଜି୍ୟକ ଦିବସ ପରେ ରବିବାରଠାରୁ ସର୍ବସାଧାରଣଙ୍କ ପାଇଁ ଏହି ମେଳା ଖୋଲା ହୋଇଥିବାରୁ ପ୍ରଗତି ମଇଦାନ ପରିସର ସମେତ ଓଡ଼ିଶା ପାଭିଲିୟନରେ ପ୍ରବଳ ଜନଗହଳି ଦେଖିବାକୁ ମିଳିଛି। ଓଡ଼ିଶା ମଣ୍ଡପର ସୁଦୃଶ୍ୟ ଆକର୍ଷଣୀୟ ସାଜସଜ୍ଜା ସମସ୍ତଙ୍କର ପ୍ରଥମ ପସନ୍ଦ ପାଲଟିଛି। ଓଡ଼ିଶା ପାଭିଲିୟନ ନିର୍ମାଣର ସୂକ୍ଷ୍ମ ଓ ସୁଦୃଶ୍ୟ କାରୁକାର୍ଯ୍ୟ ସମସ୍ତଙ୍କୁ ବିମୋହିତ କରୁଛି। ପାଭିଲିୟନର ମଧ୍ୟ ସ୍ଥଳରେ କଳିଙ୍ଗର ପ୍ରାଚୀନ ନୌବାଣିଜ୍ୟ ପରମ୍ପରାର ଗୌରବମୟ ସ୍ମୃତି ବହନ କରୁଥିବା ବୋଇତ ଓ ସିନ୍ଦୁକ ସମେତ ପାଭିଲିୟନ ମଧ୍ୟରେ ସ୍ଥାପିତ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପ୍ରତିମୂର୍ତ୍ତି, ବାହ୍ୟ ପାର୍ଶ୍ୱରେ ନିର୍ମିତ କୋଣାର୍କ ଚକ୍ର ଓ କୋଣାର୍କ ମନ୍ଦିର ସେଲ୍‌ଫି ପଏଣ୍ଟରେ ପରିଣତ ହୋଇଛି। ପାଭିଲିୟନର ସମସ୍ତ ଷ୍ଟଲ୍‌ ଓଡିଶାର ମନ୍ଦିରରେ ଶୋଭା ପାଉଥିବାବେଳେ ରଘୁରାଜପୁର ପଟ୍ଟଚିତ୍ର କଳାରେ ଚିତ୍ରିତ ହୋଇଛି। ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ସୋମବାର ଓଡ଼ିଶା ପାଭିଲିୟନ ପରିଦର୍ଶନରେ ଆସି ଷ୍ଟଲ୍‌ ଦାୟିତ୍ୱରେ ଥିବା ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ।
ପାଭିଲିୟନର ଓରମାସ ଏବଂ ମିଶନ ଶକ୍ତିର ଷ୍ଟଲ୍‌ରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଓ ଗ୍ରାମୀଣ କାରିଗରଙ୍କ ଦ୍ୱାରା ନିର୍ମିତ ବିଭିନ୍ନ ହସ୍ତଶିଳ୍ପ ସାମଗ୍ରୀ ଏବଂ ଟସର ବସ୍ତ୍ର ଉପଲବ୍ଧ ରହିଛି। ବୟନିକା ଷ୍ଟଲରେ ଓଡ଼ିଶାର ବୁଣାକାରଙ୍କ ଦ୍ୱାରା ହସ୍ତତନ୍ତ ସାମଗ୍ରୀ, ଉତ୍କଳିକା ଷ୍ଟଲ୍‌ରେ ରଘୁରାଜପୁରର ପଟ୍ଟଚିତ୍ର, କଟକର ରୁପା ତାରକସି, ପିପିଲି ଚାନ୍ଦୁଆ, କାଷ୍ଠ ଓ ପ୍ରସ୍ତର ନିମିର୍ର୍ତ କାରୁକାର୍ଯ୍ୟ ମିଳୁଛି। ସେହିପରି କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଷ୍ଟଲ୍‌ରେ ମିଲେଟ ଓ କନ୍ଧମାଳର ଜୈବ କୃଷିଜାତ ପଦାର୍ଥ, ଏମ୍‌ଏସ୍‌ଏମ୍‌ଇ ଷ୍ଟଲରେ ବିଭିନ୍ନ ହସ୍ତଶିଳ୍ପ ସାମଗ୍ରୀ ସମେତ ତାଳରସରୁ ଉତ୍ପନ୍ନ ଗୁଡ଼ ଓ ଚିନି ମିଳୁଛି। ଜନଜାତି ଉନ୍ନୟନ ବିଭାଗ ଷ୍ଟଲରେ ଲାଞ୍ଜିଆ ସୌରାଙ୍କ ଇଡିତାଳ ଚିତ୍ର ଓ ଧାନରେ ନିର୍ମିତ ବିଭିନ୍ନ ହସ୍ତଶିଳ୍ପ ସାମଗ୍ରୀ ବିକ୍ରି ହେଉଛି। ଦେଶ ବିଦେଶର ବହୁ ପର୍ଯ୍ୟଟକ ପର୍ଯ୍ୟଟନ ବିଭାଗ ଷ୍ଟଲକୁ ଆସି ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଓ ଇକୋ ରିଟ୍ରିଟ ସମ୍ପର୍କରେ ଜ୍ଞାନ ଆହରଣ କରୁଛନ୍ତି। ସେମାବାର ସୁଦ୍ଧା ଓଡ଼ିଶା ପାଭିଲିୟନକୁ ୭୦ ହଜାରରୁ ଊର୍ଦ୍ଧ୍ୱ ଦର୍ଶକ ଆସି ମନପସନ୍ଦର ସାମଗ୍ରୀ କିଣିଥିବାବେଳେ ପାଖାପାଖି ୩୦ ଲକ୍ଷରୁ ଅଧିକ ଟଙ୍କାର ବ୍ୟବସାୟ ହୋଇଛି।
ରବିବାର ଆୟୋଜିତ ଓଡ଼ିଶା ରାଜ୍ୟ ଦିବସ ଉତ୍ସବରେ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ସ୍ବତନ୍ତ୍ର ସଂଖ୍ୟା ଲୋକାର୍ପିତ ହୋଇଥିଲା। ପରେ ଭୁବନେଶ୍ୱର ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର କଳାକାରଙ୍କ ଦ୍ୱାରା ଓଡ଼ିଶୀ, କୋରାପୁଟ ଜିଲା ବୈପାରିଗୁଡ଼ାର ଆଦର୍ଶ ଆଦିବାସୀ ନୃତ୍ୟକଳା ଅନୁଷ୍ଠାନର କଳାକାରଙ୍କ ଦ୍ୱାରା ଧରୁଆ ଜନଜାତି ସମ୍ପ୍ରଦାୟର ବିର୍ଲି ନୃତ୍ୟ ଏବଂ ବରଗଡ଼ ବଉଳ ଝୁପା ସାଂସ୍କୃତିକ ଅନୁଷ୍ଠାନର କଳାକାରଙ୍କ ଦ୍ୱାରା ଡାଲଖାଇ ନୃତ୍ୟ ପରିବେଷିତ ହୋଇଥିଲା। ଦେଶ ବିଦେଶରେ ହରହର ଶମ୍ଭୁ ଗୀତକୁ ନେଇ ଚର୍ଚ୍ଚିତ ଅଭିଲିପ୍ସା ପଣ୍ଡାଙ୍କ ସଙ୍ଗୀତ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ...

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି ।...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ...

ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…

ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍‌ ଭାଙ୍ଗିଯାଇଥିଲା। ଏଣୁ ଟେକ୍‌ଅପ୍‌ କରିବାର...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri