ନିୟନ୍ତ୍ରଣ ବାହାରେ କରୋନା: ପଶ୍ଚିମ ଓଡ଼ିଶା ସମେତ ଟୁଇନ୍‌ ସିଟିରେ ହୋଇପାରେ ୭ ଦିନିଆ ଲକ୍‌ଡାଉନ୍‌

ଭୁବନେଶ୍ୱର,୩୦।୪(ବ୍ୟୁରୋ): ପଶ୍ଚିମ ଓଡ଼ିଶାର କେତେକ ଜିଲା ସମେତ ଟୁଇନ୍‌ ସିଟିରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ସପ୍ତାହ ପରେ ଅନ୍ତତଃ ପକ୍ଷେ ଏକ ସପ୍ତାହ ପାଇଁ ପ୍ରଭାବିତ ଅଞ୍ଚଳରେ ଲକ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ଯୋଜନା କରୁଛନ୍ତି।

ସ୍ବାସ୍ଥ୍ୟ ସେବା ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, କରୋନା ବ୍ୟାପିବା ପଛର ଅନ୍ୟତମ କାରଣ ହେଉଛି ଗୋଷ୍ଠୀ ସଂକ୍ରମଣ। ବିଭିନ୍ନ ସ୍ଥାନରୁ ସହରକୁ ଅନେକ ଲୋକ ଆସୁଥିବାରୁ ଭୁବନେଶ୍ୱର ଓ କଟକରେ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଜଣେ ପଜିଟିଭ୍‌ ବ୍ୟକ୍ତି ଅନେକଙ୍କୁ ସଂକ୍ରମିତ କରୁଛନ୍ତି। ଏଭଳି ସ୍ଥିତି ଉପରେ ସରକାର ନଜର ରଖିବା ସହ ଆବଶ୍ୟକ ସ୍ଥାନରେ ଶଯ୍ୟା ବୃଦ୍ଧି କରାଯାଉଛି।

ସେହିଭଳି ପଶ୍ଚିମ ଓଡ଼ିଶାର କଳାହାଣ୍ଡି, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ନବରଙ୍ଗପୁର ଆଦି ଜିଲାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ ସପ୍ତାହରେ ସପ୍ତାହାନ୍ତ ଲକ୍‌ଡାଉନ୍‌ ସତ୍ତ୍ୱେ ଏହାର ବିଶେଷ ପ୍ରଭାବ ପଡ଼ିିଥିବା ନଜର ଆସିନାହିଁ। ଫଳରେ ଲକ୍‌ଡାଉନ୍‌ ହିଁ ଏକମାତ୍ର ବିକଳ୍ପ ବୋଲି ମତ ପ୍ରକାଶ ପାଉଛି।

ଗୋଟିଏ ପଟେ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏଠାର କିଛି ସ୍ଥାନରେ ସାମାଜିକ ଦୂରତାକୁ ଖୋଲାଖୋଲି ଭାବେ ଉଲ୍ଲଂଘନ କରାଯାଉଛି। ବିଶେଷକରି ପନିପରିବା, ମାଛ ବଜାର ଏବଂ ମନ ଦୋକାନରେ ଗହଳି ପଜିଟିଭ୍‌ ସଂଖ୍ୟା ବୃଦ୍ଧି ହେବାର ମୁଖ୍ୟ କାରଣ ପାଲଟିଛି। ଏଥିପାଇଁ ବିଏମ୍‌ସି ପକ୍ଷରୁ ବିଭିନ୍ନ ସ୍ଥାନରେ ରେଡ୍‌ କରାଯାଇ ବଜାରକୁ ସିଲ କରାଯାଉଛି।

ତେବେ ଓଡ଼ିଶାର ବିଭିନ୍ନ କୋଭିଡ ସେଣ୍ଟରରେ ୩୧,୪୭୧ ଶଯ୍ୟା ରହିଛି। ସେଥିରୁ ୧୭,୪୯୫ରେ ଅକ୍ସିଜେନ ସୁବିଧା ରହିଛି। ଆସନ୍ତା ୧୦ ଦିନ ମଧ୍ୟରେ କୋଭିଡ୍‌ ଡାକ୍ତରଖାନାରେ ୩୦୦୦ ଶଯ୍ୟା ବୃଦ୍ଧି କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri