ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର ବାଲିଆଠାରେ ଆୟୋଜିତ ୬୯ତମ ଜାତୀୟ ବିଦ୍ୟାଳୟ କୁସ୍ତି ପ୍ରତିଯୋଗିତାରେ ଭାଗ ନେବାକୁ ଯାଇଥିବା ଓଡ଼ିଶାର ୧୮ ଜଣ ଖେଳାଳି ଟ୍ରେନର ଟଏଲଟ୍ ପାଖରେ ବସି ଯାତ୍ରା କରୁଥିବା ଦେଖିବାକୁ ମିଳିଛି।

ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ଖେଳାଳିମାନଙ୍କୁ (୧୦ ପୁଅ ଓ ୮ ଝିଅ) ଜାତୀୟ ସ୍ତରର ପ୍ରତିଯୋଗିତା ପାଇଁ ପଠାଯାଇଥିଲା। ମାତ୍ର ସେମାନଙ୍କ ପାଇଁ କୌଣସି କନଫର୍ମ ଟିକେଟ୍ କରାଯାଇନଥିବା ଅଭିଯୋଗ ହୋଇଛି।

ଏହି ହାଡ଼ଭଙ୍ଗା ଶୀତରେ ଖେଳାଳିମାନେ ଟ୍ରେନର ଜେନେରାଲ ବଗିରେ ଟଏଲଟ୍ ପାଖରେ ବସି ପ୍ରାୟ ୧୨୦୦ କିଲୋମିଟର ଯାତ୍ରା କରିବାକୁ ବାଧ୍ୟ ହୋଇଥିଲେ। ଏପରିକି ଯିବା ଓ ଆସିବା ସମୟରେ ମଧ୍ୟ ସେମାନଙ୍କୁ ସମାନ ପରିସ୍ଥିତିର ସାମ୍ନା କରିବାକୁ ପଡ଼ିଥିଲା।

ଖେଳାଳିଙ୍କ ସହ ଯାଇଥିବା ଶିକ୍ଷକମାନେ ଅଭିଯୋଗ କରିଛନ୍ତି ଯେ, କଟକର ଜଣେ ମ୍ୟାନେଜରଙ୍କ ଦାୟିତ୍ୱହୀନତା ଯୋଗୁଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଅନ୍ୟପଟେ ଅଭିଭାବକମାନେ ପ୍ରଶ୍ନ କରିଛନ୍ତି, “ଯଦି ଦେଶ ପାଇଁ ଖେଳୁଥିବା ଖେଳାଳିଙ୍କୁ ସର୍ବନିମ୍ନ ସୁବିଧା ମିଳିବ ନାହିଁ, ତେବେ ସେମାନେ କିଭଳି ପଦକ ଜିତିବେ?”

ଭିଡିଓଟି ଭାଇରାଲ ହେବା ପରେ ଏବଂ ଚାରିଆଡୁ ସମାଲୋଚନାର ଶିକାର ହେବା ପରେ ଖେଳ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ଘଟଣାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି। କେଉଁ ପରିସ୍ଥିତିରେ ଖେଳାଳିମାନଙ୍କୁ ଏଭଳି ଅମାନୁଷିକ ଭାବେ ନିଆଗଲା ଏବଂ ଏଥିପାଇଁ କିଏ ଦାୟୀ, ତାହାର ତଦନ୍ତ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଖୁବଶୀଘ୍ର ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।

ରାଜ୍ୟ ପ୍ରଶାସନ ପକ୍ଷରୁ କ୍ରୀଡ଼ା ଭିତ୍ତିଭୂମି ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଥିବା ବେଳେ, ବାସ୍ତବରେ ଖେଳାଳିମାନେ ଏଭଳି ଅବହେଳାର ଶିକାର ହେବା ଲଜ୍ଜାଜନକ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri