ଡିଜିଟାଲ ଆରେଷ୍ଟ କରି କୋଟିଏ ଟଙ୍କା ଠକେଇ ମାମଲା, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

କଟକ,୨୮।୧୧: ନିଜକୁ ଟ୍ରାଇ ଏବଂ ମୁମ୍ବାଇ ସାଇବର କ୍ରାଇମ ଡିଭିଜନ ପୋଲିସ କର୍ମଚାରୀର ପରିଚୟ ଦେଇ ଗିରଫ କରିବାର ଧମକ ଦେବା ସହ ଜଣେ ବ୍ୟକ୍ତିଙ୍କ ଠାରୁ କୋଟିଏରୁ ଉର୍ଦ୍ଧ୍ଵ ଟଙ୍କା ଠକିବାର ଅଭିଯୋଗରେ କ୍ରାଇମବ୍ରାଞ୍ଚ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଉଛନ୍ତି ତେଲେଙ୍ଗାନା ନିଜାମାବାଦର ଅବଦୁଲ ସଲିମ (୩୩) । ପୋଲିସ ଅଭିଯୁକ୍ତ ଠାରୁ ମୋବାଇଲ ଫୋନ, ୩ଟି ସିମ କାର୍ଡ, ସାଉଦି ଆରବର ସିମକାର୍ଡ, ପାସବୁକ, ପାସପୋର୍ଟ, ଆଧାର କାର୍ଡ, ପାନ କାର୍ଡ, ଡେବିଟ କାର୍ଡ ଓ କ୍ରେଡିଟ କାର୍ଡ ଜବତ କରିଛି । ଅଭିଯୁକ୍ତ ସଲିମ ନାମରେ ସାରା ଦେଶରେ ୧୩ରୁ ଅଧିକ ମାମଲାରେ ସମ୍ପୃକ୍ତି ଥିବା ତଦନ୍ତରେ ପୋଲିସ ଜାଣିବାକୁ ପାଇଛି।

ବ୍ରହ୍ମପୁରରେ ରହୁଥିବା ଜଣେ ବରିଷ୍ଠ ନାଗରିକ ଏହି ଡିଜିଟାଲ ଗିରଫ ଭଳି ଠକାମୀର ଶିକାର ହୋଇଥିଲେ । ଠକମାନେ ନିଜକୁ ଟ୍ରାଇ ଏବଂ ମୁମ୍ବାଇ ସାଇବର କ୍ରାଇମ ଡିଭିଜନର ପୋଲିସ କର୍ମଚାରୀ ବୋଲି ପରିଚୟ ଦେବା ସହ ତାଙ୍କ ଆଧାରକାର୍ଡରେ ଲିଙ୍କ ହୋଇଥିବା ଏକ ଅଜଣା ମୋବାଇଲ ନମ୍ବର ସମ୍ପର୍କରେ ପଚାରିଥିଲେ । ସେହି ମୋବାଇଲ ନମ୍ବରଟି ବେଆଇନ ଅସ୍ତ୍ରଶସ୍ତ୍ର ଏବଂ ଡ୍ରଗ୍ସ ଭଳି ମାରାତ୍ମକ ଜିନିଷ କିଣିବାରେ ବ୍ୟବହୃତ ହୋଇଛି ବୋଲି ପ୍ରଥମେ ଭୟଭୀତ କରିଥିଲେ । ଏହା ବ୍ୟତୀତ ଉକ୍ତ ନମ୍ବରରୁ ମହାରାଷ୍ଟ୍ରର ଅନେକ ବ୍ୟକ୍ତିଙ୍କୁ ଧମକ ପୂର୍ଣ୍ଣ କଲ୍ ଯାଇଥିବା କଥା ସମ୍ପର୍କରେ ମଧ୍ୟ ଠକମାନେ ଉଲ୍ଲେଖ କରିଥିଲେ । ଏଥିନିମନ୍ତେ ତାଙ୍କୁ ୩ ରୁ ୭ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ହେବ ବୋଲି କହିବା ସହ ଠକ ମାନେ ତାଙ୍କୁ whatsapp ଜରିଆରେ ଭିଡିଓ କଲ କରି ଅଟକ ରଖିଥିଲେ ।

ଅଭିଯୋଗକାରୀ ଜଣକ ମାନସିକ ଅବସାଦର ସମ୍ମୁଖୀନ ହୋଇଥିଲେ । ଯାଞ୍ଚ ପାଇଁ ତାଙ୍କର ସମସ୍ତ ଟଙ୍କାକୁ ଅଭିଯୁକ୍ତର ଆକାଉଣ୍ଟକୁ ଟ୍ରାନ୍ସଫର କରିବାକୁ କହିଥିଲେ । ଏହାସହ ଯାଞ୍ଚ ସମାପ୍ତ ହେବାପରେ ସମ୍ପୂର୍ଣ ଟଙ୍କା ତାଙ୍କ ଆକାଉଣ୍ଟକୁ ଫେରାଇ ଦିଆଯିବ ବୋଲି ଅଭିଯୁକ୍ତ କହିଥିଲେ । ସେହି ଅନୁଯାୟୀ ଅଭିଯୋଗକାରୀ ବରିଷ୍ଠ ନାଗରିକ ଠକର ଆକାଉଣ୍ଟକୁ ଦୁଇଥରରେ ୧ କୋଟି ଟଙ୍କା ଜମା କରିଥିଲେ ।

ପରେ ସେ ଠକାମୀର ଶିକାର ହୋଇଛନ୍ତି ବୋଲି ଜାଣିବା ପରେ କ୍ରାଇମବ୍ରାଞ୍ଚର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ତଦନ୍ତ ଆରମ୍ଭ କରି ଅଭିଯୁକ୍ତ ସଲିମକୁ ଗିରଫ କରିଛି। ଉଲ୍ଲେଖଯୋଗ୍ୟ ଯେ, ୨୦୧୭ ମସିହାରେ ଅଭିଯୁକ୍ତ ସଲିମ ୯ ମାସ ପାଇଁ ଏବଂ ୨୦୨୪ ରେ ମଧ୍ୟ ସାଉଦି ଆରବ ଯାଇଥିଲା ବୋଲି ପୋଲିସ ତଦନ୍ତରେ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri