ପୋଲିସ ସହ ସଚେତନ କରୁଛି ‘ସାଇରା’

ଭୁବନେଶ୍ୱର,୩।୯(ସତ୍ୟଜିତ୍‌ ରାଉତ):ସଚେତନତା ମାଧ୍ୟମରେ ସାଇବର ଅପରାଧରେ ରୋକ୍‌ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ‘ସାଇବର ସୁରକ୍ଷା ଅଭିଯାନ’ ଆରମ୍ଭ ହୋଇଛି। ଗତ ଶନିବାର ରାଜ୍ୟର ସବୁ ଜିଲା ପାଇଁ ୩୪ଟି ରଥକୁ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଥିବାବେଳେ ସେସବୁ ରଥ ସୋମବାରଠାରୁ ଗଡ଼ିବା ଆରମ୍ଭ କରିଛି। ପୋଲିସ ସହ ମିଶି ସଚେତନତା କରୁଛି ମାସ୍କଟ ‘ସାଇରା’। ଏଥିସହ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଛି। ଏହି କ୍ରମରେ ଭୁବନେଶ୍ୱରରେ ମଧ୍ୟ ସାଇବର ସୁରକ୍ଷା ଅଭିଯାନ ସହ ରଥର ଶୁଭାରମ୍ଭ ସହ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମାଷ୍ଟରକ୍ୟାଣ୍ଟିନ ଛକଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ଅରବିନ୍ଦ ଢାଲି, ସୁରେଶ ରାଉତରାୟ, ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ, ବିଏମ୍‌ସି କମିଶନର ବିଜୟ ଅମୃତ କୁଲାଙ୍ଗେ ଓ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ, ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆର କର୍ମକର୍ତ୍ତା ପ୍ରମୁଖ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ। ପରେ ସାଇବର ସୁରକ୍ଷା ଉପରେ ଏକ ସଚେତନାମୂଳକ ନାଟକ ପରିବେଷଣ କରାଯାଇଥିଲା। ଏଥିସହ ଛୋଟ ପିଲାମାନେ ଗୀତ ଗାଇ ସଚେତନତା ବାର୍ତ୍ତା ଦେଇଥିବାବେଳେ ସାଇବର ସ୍ବେଚ୍ଛାସେବୀମାନେ ଲୋକଙ୍କୁ ସାଇବର ଅପରାଧରୁ ନିଜକୁ ରକ୍ଷା କରିବାକୁ ସଚେତନ କରିଥିଲେ। ପରେ ସାଇବର ରଥ ଇନ୍‌ଫୋସିଟି, ନନ୍ଦନକାନନ, ସିଭିରମଣ କଲେଜ ସମେତ ଭୁବନେଶ୍ୱରର ବିଭିନ୍ନ ଥାନା, ସର୍ବସାଧାରଣ ସ୍ଥାନକୁ ବୁଲି ସଚେତନତାର ବାର୍ତ୍ତା ଦେଇଥିଲା। ସାରେ ରସୁଲଗଡସ୍ଥିତ ଏସ୍‌ପ୍ଲାନେଡ ମଲ୍‌ରେ ସାଇବର ସଚେତନା ସମ୍ପର୍କିତ ଫଟୋ, ଭିଡିଓ ପ୍ରସାର କରାଯାଇଥିଲା। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଏହି ରଥ ସହର ସାରା ବୁଲି ବୁଲି ସାଇବର ଅପରାଧ ସଂକ୍ରାନ୍ତରେ ସଚେତନ କରିବ। ଶିକ୍ଷାନୁଷ୍ଠାନରେ ସାଇବର ସୁରକ୍ଷା ଉପରେ କର୍ମଶାଳା ସହିତ କୁଇଜ୍‌ ପ୍ରତିଯୋଗିତାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?