ଓଡ଼ିଶା ପୋଲିସ କଲା ବଡ଼ ଘୋଷଣା, ବଳଙ୍ଗା ପୀଡିତା ଦେହରେ…

ଭୁବନେଶ୍ୱର,୨।୮: ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡିତା। ଏତେଦିନର ସଂଘର୍ଷ ପରେ ଜୀବନ ହାରିଛନ୍ତି ପୀଡିତା। ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା । ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ହୋଇଥିଲେ ଏୟାରଲିଫ୍ଟ ।

ତେବେ ନାବାଳିକାଙ୍କୁ କିରୋସିନ ଢାଳି ଜାଳିଦେବା ଘଟଣାରେ ଓଡ଼ିଶା ପୋଲିସ ଏକ ବଡ଼ ଖୁଲାସା କରିଛି। ଏହି ଘଟଣାରେ ତଦନ୍ତ ଶେଷ ପର୍ଯାୟରେ ପହଞ୍ଚିଥିବା ଓଡ଼ିଶା ପୋଲିସର ଅଫିସିଆଲ ଏକ୍ସ ହ୍ୟାଣ୍ଡେଲ (@odisha_police) ମାଧ୍ୟମରେ ସୂଚନା ଦିଆଯାଇଛି। ପୋଲିସ ପକ୍ଷରୁ ନିଷ୍ଠାର ସହ ତଦନ୍ତ କରାଯାଇଥିବା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ, ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି।

ଏହି ଘଟଣାରେ ପୀଡ଼ିତାଙ୍କର ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଖବର ଶୁଣି ଓଡ଼ିଶା ପୋଲିସ ଗଭୀର ଦୁଃଖ ପ୍ରକାଶ କରିଛି। ପୀଡ଼ିତାଙ୍କ ଶରୀରର ୭୫ ପ୍ରତିଶତ ପୋଡ଼ିଯାଇଥିବା କାରଣରୁ ତାଙ୍କ ଅବସ୍ଥା ଗୁରୁତର ଥିଲା। ପ୍ରାରମ୍ଭରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିବା ପୀଡ଼ିତାଙ୍କୁ ପରେ ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଥିଲା। ଦିଲ୍ଲୀ ଏମ୍ସରେ ୧୪ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ ତାଙ୍କ ଚିକିତ୍ସା କରୁଥିଲେ, କିନ୍ତୁ ସମସ୍ତ ପ୍ରୟାସ ସତ୍ତ୍ୱେ ତାଙ୍କୁ ବଞ୍ଚାଇ ରଖିବା ସମ୍ଭବ ହୋଇନଥିଲା।

 

ତଦନ୍ତ ପ୍ରକ୍ରିୟାରେ ପୋଲିିସ ପୀଡ଼ିତାଙ୍କ ବୟାନ ଚାରି ଥର ରେକର୍ଡ କରିଥିଲା। ଶେଷ ବୟାନଟି ସଫଦରଜଙ୍ଗ ଅଦାଲତର ନିର୍ଦ୍ଦେଶରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଭିଡିଓଗ୍ରାଫି ସହ ରେକର୍ଡ ହୋଇଥିଲା। ବଳଙ୍ଗା ଥାନା ଅଧିକାରୀ, ପୁରୀ ଡିଏସପି କଳ୍ପନା କାହଁରୀ ଏବଂ କ୍ରାଇମବ୍ରାଞ୍ଚ ଟିମ ଏହି ତଦନ୍ତରେ ସାମିଲ ଥିଲେ। ପୁରୀ ଏସପି ପିନାକ ମିଶ୍ର କହିଥିଲେ ଯେ ତଦନ୍ତ ଠିକ ଢଙ୍ଗରେ ଚାଲିଛି ଏବଂ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି।

ଘଟଣାସ୍ଥଳରୁ ପୋଲିିସ କିରୋସିନ ତେଲ ବୋତଲ, ପୋଡ଼ା କପଡ଼ା ଏବଂ ଏକ ରୂପା ମୁଦି ଜବତ କରିଥିଲା। ୨୦ରୁ ଅଧିକ ସନ୍ଦିଗ୍ଧ ବ୍ୟକ୍ତିଙ୍କ ମୋବାଇଲ ଟ୍ରାକ କରାଯାଇଥିଲା ଏବଂ ସ୍ଥାନୀୟ ସିସିଟିଭି ଫୁଟେଜ ଯାଞ୍ଚ କରାଯାଇଥିଲା। ତଦନ୍ତରେ ପୀଡ଼ିତାଙ୍କ ବୟାନରେ ଅସଙ୍ଗତି ଥିବା ଯୋଗୁଁ ଜଟିଳତା ଦେଖାଦେଇଥିଲା, କିନ୍ତୁ ପୋଲିସର ସମ୍ପୂର୍ଣ୍ଣ ତଦନ୍ତ ପରେ ଏହା ସ୍ପଷ୍ଟ ହୋଇଛି ଯେ ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ।

ଆଖି ବୁଜିଲେ ବଳଙ୍ଗା ପୀଡିତା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା!


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri