ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌ ପ୍ରକାଶ ପାଇଛି। ଏଥିରେ ଜନସାଧାରଣଙ୍କୁ ହାତପାଅନ୍ତାରେ ସୁରକ୍ଷା ସମ୍ପର୍କିତ ବିଭିନ୍ନ ସେବା ଯୋଗାଇବା, ଅନ୍‌ଲାଇନରେ ମାମଲା ପଞ୍ଜୀକରଣ ଓ ସେଗୁଡିକ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ନେଇ ରାଜ୍ୟସ୍ତରୀୟ ରିପୋର୍ଟ ପ୍ରକାଶ ପାଇଥାଏ। ସିସିଟିଏନ୍‌ଏସ୍‌ ପ୍ରଗତି ଡ୍ୟାସବୋର୍ଡରେ ଜିଲା, ଥାନା,ଏସ୍‌ଡିପିଓ ଓ ଥାନା ଅଧିକାରୀଙ୍କ ବର୍ଗରେ ପ୍ରକାଶିତ ରିପୋର୍ଟରେ ଗଞ୍ଜାମ ପୋଲିସ ଜିଲା ବେଶ ସଫଳତା ହାସଲ କରିଛି। ଗଞ୍ଜାମ ଜିଲାର ବିଭିନ୍ନ ଥାନା ଏବଂ ଏସ୍‌ଡିପିଓମାନେ ରାଜ୍ୟ ସ୍ତରରେ ଶ୍ରେଷ୍ଠ ପ୍ରଦର୍ଶନ କରି ଗୌରବ ଅର୍ଜନ କରିଛନ୍ତି। ରାଜ୍ୟର ସମସ୍ତ ଥାନା ମଧ୍ୟରୁ ଗଞ୍ଜାମ ଥାନା ପ୍ରଥମ ସ୍ଥାନ ଅଧିକାର କରିଛି। ଏହା ପରେ ପୋଲସରା ଥାନା ଦ୍ୱିତୀୟ, ପୁରୁଷୋତ୍ତମପୁର ଥାନା ତୃତୀୟ, କୋଦଳା ଥାନା ଚତୁର୍ଥ, ରମ୍ଭା ଥାନା ପଞ୍ଚମ ଏବଂ ଧରାକୋଟ ଥାନା ଦଶମ ସ୍ଥାନରେ ରହିଛି। ସେହିପରି ରାଜ୍ୟର ସମସ୍ତ ଏସ୍‌ଡିପିଓମାନଙ୍କ ମଧ୍ୟରୁ ପୁରୁଷୋତ୍ତମପୁର ଏସ୍‌ଡିପିଓ ସୁଜିତ୍‌ ନାୟକ ପ୍ରଥମ ସ୍ଥାନ ଲାଭ କରି ଜିଲାକୁ ଗୌରବ ଆଣିଛନ୍ତି।
ଏହି ସଫଳତା ପାଇଁ ଏସ୍‌ଡିପିଓ ନାୟକ ଏବଂ ଗଞ୍ଜାମ ଥାନା ଆଇଆଇସି ସୁମିତ୍ରା ପାତ୍ର, ପୋଲସରା ଆଇଆଇସି କୌଶିକ ମାଝି, ପୁରୁଷୋତ୍ତମପୁର ଆଇଆଇସି ରାଜେଶ ନାୟକ, କୋଦଳା ଆଇଆଇସି ସୁବାସ ବେହେରା, ରମ୍ଭା ଆଇଆଇସି କୁମାର ମୁଦୁଲି, ଧରାକୋଟ ଥାନା ଆଇଆଇସି ଚନ୍ଦ୍ରିକା ସ୍ବାଇଁଙ୍କୁ ଅଞ୍ଚଳବାସୀ ଶୁଭେଚ୍ଛା ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri