ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ ଓଡ଼ିଶା ପୋଲିସକୁ ସମ୍ମାନିତ କରାଯିବ। ଆସନ୍ତା ଜୁଲାଇ ୫ ତାରିଖରେ ଭୁବନେଶ୍ୱରସ୍ଥିତ ୭ମ ବାଟାଲିଅନ୍ ପଡ଼ିଆରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହି ସମ୍ମାନ ପ୍ରଦାନ କରିବେ।

ଦୀର୍ଘ ବର୍ଷ ଧରି ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ବାମପନ୍ଥୀ ଉଗ୍ରବାଦ ମୁକାବିଲା, ବିପର୍ଯ୍ୟୟ ସମୟରେ ଜନସେବା ଏବଂ ସାଧାରଣ ଲୋକଙ୍କ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ପୋଲିସର ଉଲ୍ଲେଖନୀୟ ଅବଦାନକୁ ସ୍ୱୀକୃତି ଦେଇ ଏହି ସମ୍ମାନ ପ୍ରଦାନ କରାଯାଉଛି।

‘ପ୍ରେସିଡେଣ୍ଟସ୍ କଲର’ ହେଉଛି କୌଣସି ପୋଲିସ ବା ସଶସ୍ତ୍ର ବାହିନୀ ପାଇଁ ସର୍ବୋଚ୍ଚ ସମ୍ମାନ ମଧ୍ୟରୁ ଅନ୍ୟତମ। ଦୀର୍ଘକାଳୀନ ନିଷ୍ଠାପୂର୍ଣ୍ଣ ସେବା, ବୃତ୍ତିଗତ ଦକ୍ଷତା, ଶୃଙ୍ଖଳା ଏବଂ ଜାତୀୟ ସେବାରେ ବିଶେଷ ଅବଦାନ ପାଇଁ ଏହି ସମ୍ମାନ ପ୍ରଦାନ କରାଯାଏ।

ସମାରୋହରେ ଓଡ଼ିଶା ସରକାରଙ୍କ ବରିଷ୍ଠ ମନ୍ତ୍ରୀ, ପୋଲିସ ମହାନିର୍ଦ୍ଦେଶକ (DGP), ବରିଷ୍ଠ ପୋଲିସ ଅଧିକାରୀ ଏବଂ ବିଭିନ୍ନ ବାହିନୀର ପ୍ରତିନିଧିମାନେ ଉପସ୍ଥିତ ରହିବେ। ଏହି ଅବସରରେ ଏକ ଭବ୍ୟ ପରେଡ୍‌ର ମଧ୍ୟ ଆୟୋଜନ କରାଯିବ।

ଏହି ସମ୍ମାନ ମିଳିବା ପରେ ଓଡ଼ିଶା ପୋଲିସର ମନୋବଳ ଆହୁରି ବୃଦ୍ଧି ପାଇବା ସହ ଜନସେବା ଓ ଆଇନ-ଶୃଙ୍ଖଳା ରକ୍ଷା କ୍ଷେତ୍ରରେ ଅଧିକ ନିଷ୍ଠାର ସହ କାର୍ଯ୍ୟ କରିବାକୁ ପ୍ରେରଣା ମିଳିବ ବୋଲି ଆଶା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri