ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। କେବଳ ଏତିକି ନୁହେଁ ସମୀର ନିଜେ ମଧ୍ୟ ଏକ ପ୍ରକାର ନିଷ୍ପତ୍ତି ବିରୋଧରେ ବିଦ୍ରୋହ କରିବାରେ ଲାଗିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ନିମାପଡ଼ା ବାରବାଟୀ ପଡ଼ିଆରେ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ସେ। ହଜାର ହଜାର କର୍ମୀ ଏବଂ ପ୍ରଶଂସକଙ୍କ ସହ ସେ ସମାବେଶ କରିଛନ୍ତି।
ବିଜେଡି ସମୀରଙ୍କ ବଦଳରେ ନୂଆ କରି ସାମିଲ ହୋଇଥିବା ଦିଲୀପ ନାୟକଙ୍କୁ ଟିକେଟ ଦେଇଛି। ଏହାକୁ ବିରୋଧ କରିବା ସହ ଟିକେଟକୁ ପୁନର୍ବିଚାର କରିବା ଲାଗି ସମୀର ସମର୍ଥକଙ୍କ ସହ ସମାବେଶ କରିଛନ୍ତି। ଏଥିରେ ସେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ ବୋଲି ନାରା ଦେଇଛନ୍ତି।
ପୂର୍ବରୁ ସମୀର ନିଜର ଶକ୍ତି ପ୍ରଦର୍ଶନକୁ ନେଇ କହିଥିଲେ ଯେ ମୋ’ ନେତା ନବୀନ ପଟ୍ଟନାୟକଙ୍କ ଅଗୋଚରରେ ଏଭଳି ଘଟଣା ଘଟିଛି। ଏହାକୁ ପୁନର୍ବିଚାର କରିବା ମୋର ଦାବି ପୂର୍ବକ ଶକ୍ତି ପ୍ରଦର୍ଶନ କରାଯିବ। ଯଦି ଏହାକୁ ଦଳ ଦୃଷ୍ଟି ନ ଦିଏ ତେବେ ଦଳୀୟ କର୍ମୀ ଏବଂ ନେତୃତ୍ୱମାନଙ୍କ ପରାମର୍ଶରେ ପରବର୍ତ୍ତୀ କାର୍ଯ୍ୟକ୍ରମ କରାଯିବ ବୋଲି ସେ ଚେତାଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri