କଳାହାଣ୍ଡିରେ ବିଜେଡି ଖେଳିଲା ମହିଳା କାର୍ଡ

ଭବାନୀପାଟଣା,୨୮।୩(ଉତ୍ତମ କୁମାର ଦାଶ): ଆଗାମୀ ସାଧାରଣ ନିର୍ବାଚନ ବିଧାନ ସଭା କ୍ଷେତ୍ର ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ ନାମ ଘୋଷଣା କରାଯାଇଛି। ଏଥିରେ କଳାହାଣ୍ଡି ଜିଲାର ନର୍ଲାକୁ ଛାଡି ୪ଟି ବିଧାନସଭା ମଣ୍ଡଳୀରେ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ ନାମ ଘୋଷାଣା କରାଯାଇଛି। ଜିଲାର ଜୁନାଗଡ ନିର୍ବାଚନ ମଣ୍ଡଳୀରେ ଦିବ୍ୟଶଙ୍କର ମିଶ୍ର, ଧର୍ମଗଡ ପୁଷ୍ପେନ୍ଦ୍ର ସିଂଦେଓ, ଭବାନୀପାଟଣା ଲଳିତା ନାଏକ ଓ ଲାଞ୍ଜିଗଡ ପ୍ରଦୀପ ଦିଶାରୀଙ୍କ ନାମ ଘୋଷଣା କରାଯାଇଛି। ଉପରୋକ୍ତ ୪ଜଣଙ୍କ ମଧ୍ୟରୁ ୩ ପୁରୁଣା ମୁହଁ ଥିବାବେଳେ ନୂଆମୁହଁ ଭାବେ ବିଜେଡି ମହିଳା କାର୍ଡ ଖେଳି ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକଙ୍କ ସ୍ତ୍ରୀ ଲଳିତା ନାଏକଙ୍କୁ ଟିକେଟ ଦେଇଛି। ୨୦୦୦ରେ ବିଜେଡି ସେତେବେଳେ ଥିବା କୋକସରା ନିର୍ବାଚନ ମଣ୍ଡଳୀରେ ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ମା’ ରୋଶନି ସିଂଦେଓଙ୍କୁ ବିଧାୟକ ପ୍ରାର୍ଥିନୀ ଭାବେ ଟିକେଟ ଦେଇଥିଲା। ଏହାପରଠୁ ଜିଲାରେ ବିଜେଡି ମହିଳାଙ୍କୁ ଟିକେଟ ଦେଉ ନ ଥିଲା। ରୋଶନିଙ୍କ ପରେ ଏବେ ଲଳିତା ବିଜେଡିର ଦ୍ୱିତୀୟ ବିଧାୟକ ପ୍ରାର୍ଥିନୀ। ପୂର୍ବରୁ ଲଳିତା ଭବାନୀପାଟଣା ପୌରପାଳିକାରେ ପୌରଧ୍ୟକ୍ଷା ରହିଥିବାବେଳେ ବର୍ତ୍ତମାନ ସେ ଜିଲା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି। ସେହିପରି ଲଳିତାଙ୍କ ସ୍ବାମୀ ଦୁଷ୍ମନ୍ତ ୨୦୧୯ ସାଧାରଣ ନିର୍ବାଚନରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀରେ ବିଜେଡିରୁ ଛିଡା ହୋଇଥିବାବେଳେ ଭାଜପା ପ୍ରାର୍ଥୀ ପ୍ରଦିପ୍ତ ନାଏକଙ୍କଠାରୁ ପରାଜୟ ହୋଇଥିଲେ। ଏବେ ଦୁଷ୍ମନ୍ତଙ୍କୁ ଦଳ ଟିକେଟ ନ ଦେଇ ମହିଳା କାର୍ଡ ଖେଳି ତାଙ୍କ ସ୍ତ୍ରୀ ଲଳିତାଙ୍କୁ ବିଧାୟକ ପ୍ରାର୍ଥିନୀ ଭାବେ ଟିକେଟ ଦେଇଛି। ତେବେ ବିଜେଡିର ଏହି ମହିଳା କାର୍ଡକୁ ଲୋକେ କେତେ ଗ୍ରହଣ କରିବେ ତାହା ଆଗାମୀ ଦିନରେ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା

ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri