‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା ସୁନିଶ୍ଚିତ ବୋଲି ଜାଣିବା ପରେ ଭୟରେ ଗୁରୁବାର ଏକ ଭୁଲ୍‌ ଫଟୋ ନିଜ ସାମାଜିକ ଗଣମାଧ୍ୟମରେ ପକାଇଥିଲେ। ୨୦୨୧ ମସିହାର ଏକ ପୁରୁଣା ଫଟୋକୁ ଇଣ୍ଟରନେଟ୍‌ରୁ ଡାଉନ୍‌ଲୋଡ୍‌ କରି ସାଂସଦ ପ୍ରାର୍ଥୀ ତାକୁ ପୋଷ୍ଟକରି ମିଥ୍ୟା ଅଭିଯୋଗ କରିବା ଆଦର୍ଶ ଆଚରଣ ବିଧିର ଉଲ୍ଲଂଘନ। ଏବେ ମଧ୍ୟ ବିଜେଡିର ଜଣେ ରାଜ୍ୟ ସଭା ସଦସ୍ୟ ସେହିଭଳି ମିଥ୍ୟା ଅଭିଯୋଗ ଆଣିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଲୋକପ୍ରିୟତା ପ୍ରତି ବିଜେଡିର ଭୟକୁ ପ୍ରମାଣିତ କରୁଛି ବୋଲି ଭାଜପା ମୁଖପାତ୍ର ଅନିଲ ବିଶ୍ୱାଳ କହିଛନ୍ତି।

ଏହାଛଡ଼ା ବିଜେଡି ଯେତେ ମିଥ୍ୟା ଅଭିଯୋଗ କଲେ ବି ଓଡ଼ିଶା ଲୋକ ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ। ଏନ୍‌ଏଚ୍‌-୫୫ର କାମ ୮୩% ସରିସାରିଛି। ଯେଉଁଠି କାମ ବିଳମ୍ବିତ ହୋଇଛି ସେଥିପାଇଁ ରାଜ୍ୟ ସରକାରଙ୍କ ଜମି ଅଧିଗ୍ରହଣରେ ବିଳମ୍ବିତ କରିବା ହିଁ ମୁଖ୍ୟ କାରଣ। ‘ସବୁ କେନ୍ଦ୍ରର ଦୋଷ’ର ପୁରୁଣା ଗୀତ ଆଉ ବିଜେଡି ଯେତେ ଗାଇଲେ ବି ଚଳିତ ନିର୍ବାଚନରେ ଉଭୟ ଲୋକ ସଭା ଓ ବିଧାନସଭା କ୍ଷେତ୍ରରେ ପରାଜୟରୁ ବର୍ତ୍ତିପାରିବ ନାହିଁ ବୋଲି ଅନିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ଛଟେଇ, ଧାରଣାରେ ବସିଲେ

ଛତ୍ରପୁର,୭ା୫(ଦିଲୀପ ସାମଲ): ଛତ୍ରପୁର ବ୍ଲକ ବଡ଼ ମାଧପୁର ପଞ୍ଚାୟତରେ ଏମ୍‌ବିକେ ଭାବେ କାର୍ଯ୍ୟରତ ମଞ୍ଜୁ ବେହେରାଙ୍କୁ କାର୍ଯ୍ୟରୁ ଛଟେଇ କରାଯାଇଛି। ବିନା କାରଣରେ ତାଙ୍କୁ ବହିଷ୍କାର କରାଯାଇଥିବା…

ପୁଣି କୋଟିଆ ବିବାଦ: ଜନଗଣନା କରୁଛନ୍ତି ଓଡ଼ିଶା, ଆନ୍ଧ୍ର

ପଟ୍ଟାଙ୍ଗି,୭।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ବିବାଦ ଥମିବାର ନା ଧରୁନାହିଁ। ଅନ୍ୟପକ୍ଷେ ଓଡ଼ିଶାକୁ ଚେକ୍‌ ଦେବାରେ ପଛଘୁଞ୍ଚା…

ବିଜୟଙ୍କ ସମର୍ଥନରେ ବାହାରିଲେ କମଲ ହାସନ

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନରେ, ଅଭିନେତା ବିଜୟଙ୍କ ଦଳ, ‘ତାମିଜାଗା ଭେଟ୍ରି କାଝାଗମ’ (ଟିଭିକେ), ଏକକ ବୃହତ ଦଳ ଭାବରେ ଉଭା ହୋଇଛି। ଫଳସ୍ବରୂପ, ରାଜ୍ୟରେ ସରକାର…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ରାମଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏପରିକି ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ…

ସରକାର ଗଠନ ପାଇଁ ବିଜୟଙ୍କ ନୂଆ ପ୍ଲାନ: ଏହି ଦଳଠାରୁ ସମର୍ଥନ ଲୋଡିଲେ, ବିଧାୟକମାନଙ୍କୁ ରିସର୍ଟକୁ ସ୍ଥାନାନ୍ତରିତ

ଚେନ୍ନାଇ,୭।୫: ତାମିଲନାଡୁରେ ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଅଭିନେତା ବିଜୟଙ୍କ ଦଳ, ତାମିଜାଗା ଭେଟ୍ରି କାଝାଗମ (TVK), ଏବେ ଜଣେ ଅତିରିକ୍ତ ବିଧାୟକଙ୍କ…

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ…

ବିଜୟ ଥାଲାପତି ସରକାର ଗଠନ ପାଇଁ BJPର ସମର୍ଥନ ଲୋଡିବେ? ଟିଭିକେଙ୍କ ପ୍ରତିକ୍ରିୟାରେ କଂଗ୍ରେସ ଖୁସି ହେବ ନା ନିରାଶ ହେବ?ଜାଣନ୍ତୁ…

ଚେନ୍ନାଇ,୭।୫: ବିଜୟ ଥାଲାପତିଙ୍କ ଦଳ, TVK (ତାମିଜାଗା ଭେଟ୍ଟ୍ରି କାଝାଗମ), ସରକାର ଗଠନ ପାଇଁ ତା’ର ପ୍ରୟାସକୁ ତୀବ୍ର କରିଛି। ଟିଭିକେ ବିଧାନସଭାରେ ୧୦୮ଟି ଆସନ ପାଇଛି,…

ଫଟୋ ଶେୟାର କରି ଖୁସି ଖବର ଦେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୭।୫: ଚଳିତ IPL 2026 ସିଜିନ ମଧ୍ୟରେ ଭାରତୀୟ T20 ଅଧିନାୟକ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ଘରେ ଖୁସିର ମାହୋଲ। ସୂର୍ଯ୍ୟକୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri