ଓଡ଼ିଶାରେ ଭାଜପା ଏକାକୀ ଲଢ଼ିବ: ମନମୋହନ

ଭୁବନେଶ୍ୱର,୨୨।୩: ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ନୂଆ ମୋଡ ନେଇଛି। ଏହାକୁ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋସିଆଲ ମିଡିଆରେ ବଡ଼ ସୂଚନା ଦେଇଛନ୍ତି। ସେ ତାଙ୍କ ଏକ୍ସ ଆକାଉଣ୍ଟରେ ଏକ ପୋଷ୍ଟ କରି ଭାଜପା ଏଥର ଓଡ଼ିଶାର ସମସ୍ତ ୨୧ଟି ଲୋକ ସଭା ଓ ୧୪୭ଟି ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି ଲେଖିଛନ୍ତି।

ମନମୋହନ ଏକ୍ସରେ ଲେଖିଛନ୍ତି, ‘ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ୱ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି। ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ ।
ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି, ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ୱରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସମ୍ପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।

କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି। ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁନାହୁଁ ।

ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ଭାଜପା) ଏଥର ସମସ୍ତ ୨୧ ଲୋକ ସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ’ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?