ଓଡ଼ିଶାରେ ଭାଜପା ଏକାକୀ ଲଢ଼ିବ: ମନମୋହନ

ଭୁବନେଶ୍ୱର,୨୨।୩: ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ନୂଆ ମୋଡ ନେଇଛି। ଏହାକୁ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋସିଆଲ ମିଡିଆରେ ବଡ଼ ସୂଚନା ଦେଇଛନ୍ତି। ସେ ତାଙ୍କ ଏକ୍ସ ଆକାଉଣ୍ଟରେ ଏକ ପୋଷ୍ଟ କରି ଭାଜପା ଏଥର ଓଡ଼ିଶାର ସମସ୍ତ ୨୧ଟି ଲୋକ ସଭା ଓ ୧୪୭ଟି ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି ଲେଖିଛନ୍ତି।

ମନମୋହନ ଏକ୍ସରେ ଲେଖିଛନ୍ତି, ‘ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ୱ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି। ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ ।
ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି, ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ୱରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସମ୍ପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।

କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି। ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁନାହୁଁ ।

ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ଭାଜପା) ଏଥର ସମସ୍ତ ୨୧ ଲୋକ ସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ’ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri