ବିଜେଡିରେ ମିଶିଲେ ମନ୍ମଥ ରାଉତରାୟ, ଜଟଣୀ ଆସନରୁ ଲଢ଼ିବା ନେଇ ଚର୍ଚ୍ଚା !

ଭୁବନେଶ୍ୱର,୨୭।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ଆୟୋଜିତ ଏହି ମିଶ୍ରଣ ପର୍ବରେ ବିଜେଡି ଏମ୍‌ପି ମାନସ ମଙ୍ଗରାଜ, ପୂର୍ବତନ ବିଧାୟକ ବିଭୂତି ବଳବନ୍ତରାୟ, ଏମ୍‌ପି ସସ୍ମିତ ପାତ୍ର, ସୁଲତା ଦେଓ ପ୍ରମୁଖ ଉପସ୍ଥିତ ରହିଥିଲେ। ତେବେ ଶହ ଶହ ସଂଖ୍ୟାରେ ସମର୍ଥକଙ୍କ ସହ ରାଲିରେ ଶଙ୍ଖ ଭବନ ଆସି ସେ ବିଜେଡିରେ ମିଶିଛନ୍ତି।

ବିଜେଡିରେ ଯୋଗଦେବା ନେଇ ମନ୍ମଥ କହିଛନ୍ତି, ନବୀନଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛି। ଏହା ମୋ ପାଇଁ ଗର୍ବର ମୁହୂର୍ତ୍ତ। ଓଡ଼ିଶାର ଏକ ନମ୍ବର ଦଳ ମୋତେ ଚୟନ କରିଛି। ଏଣୁ ଯାହା ବି ଦାୟିତ୍ୱ ମିଳିବ ତାହାକୁ ତୁଲାଇବି। ନିର୍ବାଚନ ଲଢ଼ିବି କି ନାହିଁ ତାହା ଦଳ ନିଷ୍ପତ୍ତି ନେବ। ଜଣେ ଶୃଙ୍ଖଳିତ କର୍ମୀ ଭାବେ କାମ କରିବି। ବାପା ସୁର ରାଉତରାୟ ଏବଂ ବିଜେଡି ସୁପ୍ରିମୋ ନବୀନଙ୍କ ପ୍ରେରଣାରେ ଆଗକୁ ବଢ଼ିବି। ବିଜେଡିରେ ସାମିଲ ହେବେ ତାଙ୍କ ଏକା ନିଷ୍ପତ୍ତି ନୁହେଁ। ଏହା ତାଙ୍କ ପରିବାରର ନିଷ୍ପତ୍ତି ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ରାଜନୀତିର ଜଣେ ଚର୍ଚ୍ଚିତ ଚେହେରା ହେଉଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟ। ବୟସାଧିକ କାରଣରୁ ବିଧାନସଭାକୁ ବିଦାୟ କହିବା ପରେ ଏବେ ତାଙ୍କ ବଡ଼ ପୁଅ ସିଦ୍ଧାର୍ଥ ଏବଂ ସାନ ପୁଅ ମନ୍ମଥ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ପ୍ରଥମେ ସେ ପୁଅ କଂଗ୍ରେସରୁ ଲଢ଼ିବ ବୋଲି କହୁଥିବା ବେଳେ ଏବେ ମନ୍ମଥ ବିଜେଡିରେ ଯୋଗଦେଇ ଚର୍ଚ୍ଚାକୁ ବିରାମ ଦେଇଛନ୍ତି। ତେବେ ବିଧାୟକ ହେଲେ ଜଟଣୀ ଏବଂ ଏମ୍‌ପି ପ୍ରାର୍ଥୀ ହେଲେ ତାଙ୍କୁ ଭୁବନେଶ୍ୱରରୁ ଟିକେଟ ମିଳିପାରେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?