ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ ଧରି ଦଳ ପାଇଁ କାମ କରୁଥିବା ନେତା ନିରାଶ ହୋଇ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏହି କ୍ରମରେ ପୁଣି ଜଣେ ନେତା ଟିକେଟ ଆଶାୟୀ ଥିଲେ ହେଁ ବିଜେଡି ତାଙ୍କ ଟିକେଟ କାଟିଛି। ସେ ହେଲେ ବିଜେଡିର ବରିଷ୍ଠ ନେତା ଅମରପ୍ରସାଦ ଶତପଥୀ।

ଅମର ଯାଜପୁର ଜିଲା ବଡ଼ଚଣାରୁ ପ୍ରାର୍ଥୀ ହେବାକୁ ଆଶାୟୀ ଥିଲେ। ହେଲେ ଦଳ ତାଙ୍କ ଟିକେଟ କାଟି ନିକଟରେ ସାମିଲ ହୋଇଥିବା ବର୍ଷା ପ୍ରିୟଦର୍ଶନୀଙ୍କୁ ପ୍ରାର୍ଥୀ କରିଛି। ଯେତେବେଳେ ବର୍ଷା ଦଳରେ ସାମିଲ ହୋଇଥିଲେ ତାଙ୍କୁ ଷ୍ଟାର କ୍ୟାମ୍ପେନର ଭାବେ ଦେଖିବାକୁ ମିଳିପାରେ ବୋଲି କୁହାଯାଉଥିଲା। ହେଲେ ବିଜେଡ଼ି ତାଙ୍କ ଉପରେ ଭରସା କରିଛି।

ପ୍ରକାଶ ଯେ, ନିକଟରେ ନିମାପଡ଼ା ବିଧାନସଭା ଆସନରୁ ଆଶାୟୀ ଥିବା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଟିକେଟ କାଟିଥିଲା ବିଜେଡି। ଏବେ ଯାଏ ସମୀରଙ୍କ ପ୍ରଶଂସକ ନିଷ୍ପତ୍ତିକୁ ଗ୍ରହଣ କରିପାରିନାହାନ୍ତି। ଏବେ ବର୍ଷାଙ୍କୁ ଟିକେଟ ମିଳିବା ପରେ ଅମରଙ୍କ ପ୍ରଶଂସକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯିବ କି ନାହିଁ ତାହା ଆଗାମୀ ଦିନରେ ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri