‘ମୋଦିଙ୍କୁ ଆଣିବାକୁ ହେଲେ ଅପରାଜିତାଙ୍କୁ ଜିତାଇବାକୁ ପଡ଼ିବ’

ଭୁବନେଶ୍ୱର,୨୭।୩: ଆଗାମୀ ସାଧାରଣ ନିର୍ବାଚନରେ ଭୁବନେଶ୍ୱର ଲୋକ ସଭା ଆସନରୁ ଲଢ଼ିବେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରାର୍ଥୀଭାବେ ଟିକେଟ ଘୋଷଣା ପରେ ବୁଧବାର ସେ ଭୁବନେଶ୍ୱର ଫେରିଛନ୍ତି। ଏହି ଅବସରରେ ତାଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।
କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖି ଅପରାଜିତା କହିଛନ୍ତି, ବିଗତ ୫ ବର୍ଷ ହେଲା ମୁଁ ନିଷ୍ଠାପର ଭାବେ ସମସ୍ତଙ୍କ ସେବା କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକଶିତ ଭାରତ ସ୍ବପ୍ନରେ ଭୁବନେଶ୍ୱର ପ୍ରମୁଖ ସ୍ଥାନ ନେବ । ମୋଦୀଙ୍କୁ ଆଣିବାକୁ ହେଲେ ଅପରାଜିତାଙ୍କୁ ଜିତାଇବାକୁ ପଡ଼ିବ ବୋଲି ଅପରାଜିତା କହିଛନ୍ତି ।
ସେହିପରି ବିଗତ କିଛି ଦିନ ହେବ ଜଣେ ମହିଳାଙ୍କୁ ପ୍ରର୍ଥୀ କରାଯାଉଥିବା କୁହାଯାଉଥିଲା। ଏମିତିକି ସମ୍ପୃକ୍ତ ମହିଳା ବି ବିଭିନ୍ନ ଅଞ୍ଚଳରେ ବୁଲାବୁଲି ଆରମ୍ଭ କରିଥିଲେ। ଏବେ ସମ୍ପୃକ୍ତ ମହିଳାଙ୍କୁ ହଟାଇ ଆଉ ଜଣଙ୍କୁ ପ୍ରାର୍ଥୀ କରାଯାଉଥିବା ନେଇ ଚର୍ଚ୍ଚା ହେଉଛି । ଜଣେ ମହିଳାଙ୍କୁ ହଟାଯାଇ ଆଉ ଜଣଙ୍କୁ ପ୍ରାର୍ଥୀ କରାଯିବା ଉଚିତ କି ବୋଲି ଅପରାଜିତା ପ୍ରଶ୍ନ କରିଛନ୍ତି ।  ଏହାଛଡ଼ା ବିଜେଡି ଉଦ୍ଦେଶ୍ୟରେ ଅପରାଜିତା ଚର୍ଚ୍ଚିତ ଗବର ସିଂ ଡାଏଲଗ ବି କହିଛନ୍ତି । ଯୋ ଡରଗୟା, ୱ ମରଗୟା(ଯିଏ ଡରିଗଲା ସିଏ ମରିଗଲା) ବୋଲି କହି ଅପରାଜିତା କଟାକ୍ଷ କରିଛନ୍ତି ।
ସୂଚନାଯୋଗ୍ୟ, ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା ପରେ ଅପରାଜିତା ଆଜି ରାଜଧାନୀରେ ବିଶାଳ ପଦଯାତ୍ରା କରିବେ। ଏହସହ ୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ଏହି ପଦଯାତ୍ରା ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ଯିବେ । ସେଠାରେ ବାବା ଲିଙ୍ଗରାଜଙ୍କୁ ଦର୍ଶନ କରି ସେ ଆଶୀର୍ବାଦ ନେବେ । ଏହି ପଦଯାତ୍ରାରେ ବହୁ ଦଳୀୟ କର୍ମୀ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।

Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri