‘ସମୀର ଦାଶଙ୍କୁ ଟିକେଟ ଦିଅ, ନହେଲେ ଦଳ ଛାଡ଼ିବୁ’

ଗୋପ,୧୨ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ନିର୍ବାଚନମଣ୍ଡଳୀରେ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ନ ମିଳିଲେ ଦଳୀୟ ନେତୃତ୍ୱ ଓ କର୍ମୀମାନେ ଦଳ ଛାଡ଼ିବେ ବୋଲି ଶୁକ୍ରବାର ଚେତାବନୀ ଦେଇଛନ୍ତି। ଏକ ପ୍ରତିନିଧି ଦଳ ଏହି ଦସ୍ତଖତ ସମ୍ବଳିତ ଦାବିପତ୍ର ନେଇ ଶନିବାର ନବୀନ ନିବାସକୁ ଯିବ ବୋଲି ସୂଚନା ମିଳିଛି।

ପ୍ରକାଶ ଯେ, ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଥିବା ଗୋପ ବ୍ଲକର ୧୪ଟି ପଞ୍ଚାୟତର ଜିଲାପରିଷଦ, ସରପଞ୍ଚ, ସମିତି ସଭ୍ୟାସଭ୍ୟ, ପଞ୍ଚାୟତ ସଭାପତି, ଯୁବ ଛାତ୍ରଙ୍କ ସହିତ ଅନ୍ୟ ନେତୃତ୍ୱମାନଙ୍କୁ ନେଇ ଗୋପ ବ୍ଲକ ବିଜେଡି କାର୍ଯ୍ୟାଳୟଠାରେ ଏକ ବୈଠକ କରାଯାଇଥିଲା। ଏହି ୧୪ଟି ପଞ୍ଚାୟତର ନିର୍ବାଚନ ଦାୟିତ୍ୱରେ ଥିବା ତଥା ନିମାପଡ଼ା ନଗର ସଭାପତି ଜୀବନାନନ୍ଦ ମହାପାତ୍ରଙ୍କ ସଭାପତିତ୍ୱରେ ବୈଠକ ବସିଥିଲା। ଏଥିରେ ଶତାଧିକ ବିଜେଡି ନେତୃତ୍ୱ ଯୋଗଦେଇଥିଲେ। ବୈଠକ ଆରମ୍ଭରୁ ସମୀରଙ୍କୁ କାହିଁକି ଟିକେଟ ମିଳିବନି ବୋଲି ଆଲୋଚନା ପର୍ଯ୍ୟାଲୋଚନା ଚାଲିଥିଲା। ସମସ୍ତ ନେତୃତ୍ୱଙ୍କ ମତାମତ ସଂଗ୍ରହ ପରେ ଚଳିତ ସାଧାରଣ ନିର୍ବାଚନରେ ଯଦି ସମୀରଙ୍କୁ ଦଳୀୟ ଟିକେଟ ନ ମିଳିଲେ ଆମେ ଓ ଆମ କର୍ମୀମାନେ ଦଳ ପରିବର୍ତ୍ତନ କରିବୁ ବୋଲି ରୋକ୍‌ଠୋକ୍‌ କହିଥିଲେ। ସେହି ଅନୁଯାୟୀ ଏକ ଦାବିପତ୍ର ପ୍ରସ୍ତୁତ କରାଯାଇଥିଲା। ୨ଘଣ୍ଟା ଧରି ଏହି ବୈଠକ ଚାଲିଥିବା ବେଳେ ୫ ଜଣିଆ ଟିମ୍‌ ଗଠନ କରାଯିବା ସହ ଏହି କମିଟି ନବୀନ ନିବାସ ଯିବା ଲାଗି ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri