ଇଣ୍ଡିଆ ମେଣ୍ଟ: ପ୍ରାର୍ଥୀ ଦେବାକୁ ଦାବିକଲା ସିପିଆଇ (ଏମ୍‌ଏଲ୍‌)

ଗୁଣପୁର,୨୧ା୩(ପ୍ରଦୀପ କୁମାର ପାଢ଼ୀ): କୋରାପୁଟ ଲୋକ ସଭା ସହ ଗୁଣପୁର ବିଧାନସଭା ନିର୍ବାଚନ ମେ’ ୧୩ ତାରିଖରେ ଅନୁଷ୍ଠିତ ହେବ। ନିର୍ବାଚନ ତାରିଖ ଘୋଷଣା ପରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବିଭିନ୍ନ ଦଳ ପକ୍ଷରୁ ମେଣ୍ଟ ନେଇ ଚର୍ଚ୍ଚା ଆଲୋଚନା ଆରମ୍ଭ ହୋଇଛ। ଇଣ୍ଡିଆ ମେଣ୍ଟରେ ବାମଦଳ ରହିଥିବା ବେଳେ ଓଡ଼ିଶାରେ ମଧ୍ୟ ଏହି ଦଳ କଂଗ୍ରେସ ସହ ମିଶି ନିର୍ବାଚନ ଲଢ଼ିବା ପାଇଁ ମନସ୍ଥ କରିଛି। ଏହି କ୍ରମରେ ସିପିଆଇ(ଏମ୍‌ଏଲ୍‌) ଲିବରେଶନ ପକ୍ଷରୁ ରାୟଗଡ଼ା ଜିଲାର ଗୁଣପୁର ଏବଂ ପୁରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ପ୍ରାର୍ଥୀ ଦେବାକୁ ଦାବି ରଖାଯାଇଥିବା ସିପିଆଇ(ଏମ୍‌ଏଲ୍‌) ଜିଲା ସମ୍ପାଦକ ତ୍ରିପତି ଗମାଙ୍ଗ ପ୍ରକାଶ କରିଛନ୍ତି। ଯଦି ଓଡ଼ିଶାରେ କଂଗ୍ରେସ ସହ ସିପିଆଇ(ଏମ୍‌ଏଲ୍‌)ର ମେଣ୍ଟ ହୁଏ ଏବଂ ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ସିପିଆଇ(ଏମ୍‌ଏଲ୍‌) ପକ୍ଷକୁ ଯାଏ ତେବେ କଂଗ୍ରେସର ଆଶାୟୀ ପ୍ରାର୍ଥୀ କ’ଣ କରିବେ ତାକୁ ନେଇ ଉଠିଛି ପ୍ରଶ୍ନ।

ଏକଦା ଏହି ଅଞ୍ଚଳ କଂଗ୍ରେସର ଗଡ଼ ଥିଲା। ୧୯୯୦ରେ ଜନତା ଦଳ କଂଗ୍ରେସ ଗଡ଼ ଭାଙ୍ଗିବାରେ ସଫଳ ହୋଇଥିଲା। ଏହାପରେ ୧୯୯୫, ୨୦୦୪ରେ କଂଗ୍ରେସ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲା। ଅନ୍ୟ ସମସ୍ତ ନିର୍ବାଚନରେ ବିଜେଡି ବିଜୟୀ ହୋଇଛି ଏବଂ କଂଗ୍ରେସ ଦ୍ବିତୀୟ ସ୍ଥାନରେ ରହିଛି। ଏପରି ରାଜନୈତିକ ଘଟଣା କ୍ରମ ମଧ୍ୟରେ ୨୦୨୪ର ସାଧାରଣ ନିର୍ବାଚନ ହେବାକୁ ଯାଉଛି। ସିପିଆଇ(ଏମ୍‌ଏଲ୍‌) ବର୍ଷର ଅନେକ ସମୟରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ କରି ନିଜ ସ୍ଥିତି ସୁଦୃଢ଼ ରଖିଛି। ତେଣୁ ମେଣ୍ଟ ହେଲେ ଏହି ଆସନ ପାଇଁ ସିପିଆଇ(ଏମ୍‌ଏଲ୍‌) ପ୍ରାର୍ଥୀ ଦେବାକୁ ଦାବି କରାଯାଉଥିବା ତ୍ରିପତି ଗମାଙ୍ଗ କହିଛନ୍ତି। ଯଦି ସେପରି ନ ହୁଏ ତେବେ ଏଠାରେ କଂଗ୍ରେସକୁ ବିରୋଧ କରି ବିଧାୟକ ଏବଂ ଏମ୍‌ପି ପ୍ରାର୍ଥୀ ଦିଆଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ଓଡ଼ିଶାରେ ମେଣ୍ଟ ନେଇ କୌଣସି ଆଲୋଚନା ହୋଇ ନ ଥିବା କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦକ ଦୁର୍ଗା ପ୍ରସାଦ ପଣ୍ଡା ଏବଂ ଜିଲା ସଭାପତି ବିଜୟ କୁମାର ଗମାଙ୍ଗ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି । ଉଭୟ ଦଳର ଏପରି ମତ ପରେ ଆଗାମୀ ଦିନରେ ମେଣ୍ଟ ନେଇ କ’ଣ ଘଟୁଛି ତା’ ଉପରେ ଏବେ ସମସ୍ତଙ୍କ ନଜର।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri