ଓଡ଼ିଶା ରାଜନୀତି ସରଗରମ

ଭୁବନେଶ୍ବର,୧୦ା୯(ବ୍ୟୁରୋ): ଦୀର୍ଘଦିନ ଧରି ଶାସକ ବିଜେଡି ଏବଂ ବିରୋଧୀ ଭାଜପା ମଧ୍ୟରେ ରାଜନୈତିକ ଆକ୍ଷେପ ଓ ପ୍ରତି ଆକ୍ଷେପ ସେତେଟା ଦେଖିବାକୁ ମିଳୁ ନ ଥିଲା। ହେଲେ କିଛିଦିନ ହେଲା ଉଭୟ ଦଳର ଆଚରଣରେ ପରିବର୍ତ୍ତନ ଆସିଥିବା ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାର ମିଳିବା ପରେ ବିଜେଡି ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧନା ଲାଗି କରାଯାଇଥିବା ଆୟୋଜନ ଦେଖିବା ପରେ ଶାସକ ଦଳ ରାଜନୈତିକ ପାଗଭିଡା ଆରମ୍ଭ କରିଦେଇଥିବା ଚର୍ଚ୍ଚା ହେଉଛି। ସେହିପରି ନିକଟରେ ଓଡ଼ିଶା ଭାଜପାର ନୂଆ ପ୍ରଭାରୀ ସୁନୀଲ ବଂଶଲ ରାଜ୍ୟ ଗସ୍ତ ଶେଷ କରି ଯିବାପରେ ୭ କେନ୍ଦ୍ରମନ୍ତ୍ରୀ ଆସୁଛନ୍ତି। କେନ୍ଦ୍ରର ସଫଳ ଯୋଜନା ସମ୍ପର୍କରେ ସେମାନେ ଲୋକଙ୍କ ପାଖରେ ପହଞ୍ଚିବେ। ତେଣୁ ଭାଜପା ଫୋକସରେ ଏବେ ଓଡ଼ିଶା ଥିବା ଏଥିରୁ ସ୍ପଷ୍ଟ ବାରି ହୋଇପଡୁଛି। କିଛିଦିନ ତଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ସୁନୀଲ ବଂଶଲ ଦଳକୁ ମଜଭୁତ କରିବାର ଗୁରୁମନ୍ତ୍ର ଦେଇଥିବା ବେଳେ ୨ ଦିନ ଭିତରେ ୭ କେନ୍ଦ୍ରମନ୍ତ୍ରୀ ଓଡ଼ିଶା ଆସୁଛନ୍ତି। ଶୁକ୍ରବାର ୫ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅର୍ଜୁନ ମୁଣ୍ଡା, ନିତ୍ୟାନନ୍ଦ ରାୟ, ଅଶ୍ୱିନୀ ଚୌବେ ଏବଂ ବିଶ୍ୱେଶ୍ୱର ଟୁଡୁ ଆସୁଥିବା ବେଳେ ଶନିବାର କେନ୍ଦ୍ରମନ୍ତ୍ରୀ ନିଶିଥ ପାରମାଣିକ ଏବଂ ଭୂପେନ୍ଦ୍ର ଯାଦବ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅର୍ଜୁନ ମୁଣ୍ଡା ଭୁବନେଶ୍ୱରରେ ସକାଳେ ପହଞ୍ଚିସାରିଛନ୍ତି। ଅର୍ଜୁନ ମୁଣ୍ଡା ଯାଜପୁର ଯାଇ ବିଭିନ୍ନ କେନ୍ଦ୍ରୀୟ ଯୋଜନାର ସମୀକ୍ଷା କରିବା ସହ ସଙ୍ଗଠନ କଥା ବୁଝିବେ। ସେହିପରି ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱରରେ ଦଳୀୟ ସଙ୍ଗଠନର ସମୀକ୍ଷା କରିବେ। ଆସନ୍ତା ୨୯ରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଗସ୍ତ ନେଇ ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି। ସେହିପରି କଟକରେ କେନ୍ଦ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଦଳୀୟ ସଙ୍ଗଠନର ସମୀକ୍ଷା କରିବେ। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ଚୌବେ, ଭୂପେନ୍ଦ୍ର ଯାଦବ ଏବଂ ବିଶ୍ୱେଶ୍ୱର ଟୁଡୁଙ୍କ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ଥିବା ସୂଚନା ମିଳିଛି। କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ ପୁରୀ ଯିବା କାର୍ଯ୍ୟକ୍ରମ ରହିଛି। ଶନିବାର ନିଶିଥ ପାରମାଣିକ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ଅଛି। ସେ କେନ୍ଦ୍ରାପଡ଼ା ଯାଇ ଦଳୀୟ ସଙ୍ଗଠନ କଥା ବୁଝିବେ। ରାଜ୍ୟ ଭାଜପା ମୁଖପାତ୍ର ଠାକୁର ରଞ୍ଜିତ ଦାସ କହିଛନ୍ତି, କେନ୍ଦ୍ରର ବହୁ ମନ୍ତ୍ରୀ଼ ଓଡ଼ିଶା ଗସ୍ତରେ ଆସୁଛନ୍ତି। କେନ୍ଦ୍ରରୁ ବିଭିନ୍ନ ଯୋଜନା ମାଧ୍ୟମରେ ଯେଉଁ ଅର୍ଥ ଆସିଛି ତାକୁ ସମୀକ୍ଷା କରିବେ। ଯେଉଁମାନେ ଏହି ଯୋଜନାରୁ ବଞ୍ଚିତ ହୋଇଛନ୍ତି ତାହାର ସମୀକ୍ଷା ହେବ। ଏକାଥରକେ ୭ ଜଣ କେନ୍ଦ୍ରମନ୍ତ୍ରୀ ଓଡ଼ିଶା ଗସ୍ତ ନେଇ ରାଜନୀତି ସରଗରମ ରହିଛି। ୨୦୨୪ ନିର୍ବାଚନକୁ ଆଖି ଆଗରେ ରଖି ଭାଜପା ତା’ର ରଣନୀତି ପ୍ରସ୍ତୁତି ଆରମ୍ଭ କରି ଦେଇଛି। ଏହାସହ ସଙ୍ଗଠନକୁ ସୁଦୃଢ କରିବା ନେଇ ଆପ୍ରାଣ ଉଦ୍ୟମ ଚଳାଇଛି।
କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ ନେଇ ବିଜେଡି ବିଧାୟକ ଶଶିଭୂଷଣ ବେହେରା କହିଛନ୍ତି, ଯଦି ଓଡ଼ିଶାର ବିକାଶ କରିବାକୁ ଆସୁଛନ୍ତି ତେବେ ରାଜ୍ୟବାସୀ ଖୁସି ହେବେ। କିନ୍ତୁ ଅନ୍ୟ କୌଣସି ରାଜନୈତିକ ଉଦ୍ଦେଶ୍ୟ ରଖି ଆସିଥିବେ ତେବେ ନିରାଶ ହେବେ। ଏବେ କେନ୍ଦ୍ର ସରକାର ଓଡ଼ିଶା ପ୍ରତି ଯେଉଁଭଳି ଅତ୍ୟଧିକ ଆଗ୍ରହ ଦେଖାଉଛନ୍ତି ତାହା ରାଜ୍ୟବାସୀଙ୍କ ମନରେ ସନ୍ଦେହ ସୃଷ୍ଟି କରୁଛି। ମନ୍ତ୍ରୀମାନେ ଆସି ଏଠାରେ ସମୟ ଦେଉଛନ୍ତି ନା ଦଳର ସାଙ୍ଗଠନିକ କାର୍ଯ୍ୟ କରୁଛନ୍ତି ବୋଲି ବେହେରା ପ୍ରଶ୍ନ କରିଛନ୍ତି। କଂଗ୍ରେସ ବିଧାୟକ ସୁରେଶ ରାଉତରାୟ କହିଛନ୍ତି, ୨୦୨୩ରେ ନିର୍ବାଚନ ହେବା ଭଳି ରାଜନୈତିକ ପାଣିପାଗରୁ ଜଣାପଡୁଛି। ଦରଦାମ୍‌ ବୃଦ୍ଧି କାରଣରୁ ଭାଜପା ଲୋକଙ୍କ ଆସ୍ଥାଭାଜନ ହୋଇପାରିନାହିଁ। କଂଗ୍ରେସ ନିର୍ବାଚନ ଲାଗି ପ୍ରସ୍ତୁତ ଥିବାବେଳେ ଦଳ ୧୦୦ ବିଧାନସଭା ଆସନ ଲାଗି ଟିକେଟ ଫାଇନାଲ କରିସାରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri