ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲେ ଧର୍ମେନ୍ଦ୍ର! ମନମୋହନଙ୍କ ପୋଷ୍ଟକୁ କଲେ ରିପୋଷ୍ଟ

ଭୁବନେଶ୍ୱର,୨୨।୩: ଆସନ୍ତା ଲୋକ ସଭା ନିର୍ବାଚନରେ ଏକାକୀ ଲଢ଼ିବ ଭାଜପା। ଶୁକ୍ରବାର କିଛି ଏଭଳି କଥା ସୋସିଆଲ ମିଡିଆରେ ପୋଷ୍ଟ କରି ମେଣ୍ଟ ଚର୍ଚ୍ଚାକୁ ନୂଆ ମୋଡ ଦେଇଥିଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଏହାପରେ ତାଙ୍କ ପୋଷ୍ଟକୁ ରି-ପୋଷ୍ଟ କରି ଚର୍ଚ୍ଚାରେ ଏକପ୍ରକାର ପୂର୍ଣ୍ଣଚ୍ଛେଦ ଲଗାଇଛନ୍ତି ବରିଷ୍ଠ ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଗତ କିଛି ଦିନ ଧରି ରାଜ୍ୟରେ ଭାଜପା ଏବଂ ଶାସକ ବିଜେଡି ମେଣ୍ଟ ସରକାର ଗଠନକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। ଭାଜପା ନେତାମାନେ ଦିଲ୍ଲୀ ଗସ୍ତ କରୁଥିବା ବେଳେ ନବୀନ ନିବାସରେ ବିଜେଡି ନେତାଙ୍କ ବୈଠକ ବସୁଥିଲା। ହେଲେ ମେଣ୍ଟ ନେଇ କେହି ସ୍ପଷ୍ଟ ସୂଚନା ଦେଉ ନ ଥିଲେ। ଫଳରେ ଉଭୟ ଦଳର ନେତା ଏବଂ କର୍ମୀମାନେ ଚିନ୍ତାରେ ରହିଥିଲେ। ଏବେ ସେସବୁରେ ବିରାମ ଲାଗିଥିବା ଚର୍ଚ୍ଚା ଜୋର ଧରିଛି।

କହିରଖୁଛୁ, ମନମୋହନ ଏକ୍ସରେ ଲେଖିଛନ୍ତି, ‘ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ୱ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି। ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ ।
ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି, ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ୱରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସମ୍ପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।

କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି। ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁନାହୁଁ ।

ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ଭାଜପା) ଏଥର ସମସ୍ତ ୨୧ ଲୋକ ସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ’ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri