ଅପରାଜିତାଙ୍କ ବଡ଼ ବୟାନ: କହିଲେ ‘ମେଣ୍ଟକୁ ନେଇ ବିଜେଡିର ନିବେଦନକୁ ଭାଜପା ପ୍ରତ୍ୟାଖ୍ୟାନ କରିଛି’

ଭୁବନେଶ୍ୱର,୨୨।୩: ରାଜ୍ୟରେ ଭାଜପା ସହ ମେଣ୍ଟ କରିବାକୁ ବିଜେଡି ନିବେଦନ କରିଥିଲା। କିନ୍ତୁ ଭାଜପା ବିଜେଡିର ନିବେଦନକୁ ପ୍ରତ୍ୟାଖ୍ୟାନ କରିଛି ବୋଲି ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ରାଜ୍ୟରେ କିଛି ଦିନ ଧରି ଜାରି ରହିଥିବା ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିବା ପରେ ଅପରାଜିତା ଏହି ବଡ଼ ବୟାନ ଦେଇଛନ୍ତି।

ରାଜ୍ୟ ସଭାପତି ଟୁଇଟ୍‌ କରିବା ପରେ ସବୁକିଛି ସ୍ପଷ୍ଟ ହୋଇଯାଇଛି। ଭାଜପା ରାଜ୍ୟରେ ଏକାକୀ ଲଢ଼ିବ। ୨୧ ଲୋକ ସଭା ଓ ୧୪୭ ବିଧାନସଭା ଆସନରେ ଦଳ ପ୍ରାର୍ଥୀ ଦେବ। ଦଳର ସମସ୍ତ କାର୍ଯ୍ୟକର୍ତ୍ତାଙ୍କ ସହିତ ଓଡ଼ିଶାବାସୀ ଏହା ହିଁ ଚାହୁଁଥିଲେ। ମେଣ୍ଟ ପାଇଁ ବିଜୁ ଜନତା ଦଳ ପକ୍ଷରୁ ଯେଉଁ ନିବେଦନ କରାଯାଇଥିଲା, ମୁଁ ଭାବୁଛି ଆମେ ତାକୁ ରିଜେକ୍ଟ କରିଛୁ ବୋଲି ଅପରାଜିତା କହିଛନ୍ତି।

କହିରଖୁଛୁ, ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ମଧ୍ୟରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ଅପରାହ୍ନରେ ଏକ ବଡ଼ ସୂଚନା ଦେଇଥିଲେ। ସେ ତାଙ୍କ ଏକ୍ସ ଆକାଉଣ୍ଟରେ ଏକ ପୋଷ୍ଟ କରି ଭାଜପା ଏଥର ରାଜ୍ୟର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି କହିଥିଲେ। ଏହାପରେ ତାକୁ ରିପୋଷ୍ଟ କରି ଅପରାଜିତା ଏକ୍ସଲେଣ୍ଟ। ‘ଇମେନ୍ସଲୀ ଗ୍ରେଟ୍ଫୁଲ’ ବୋଲି ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri