୨ ନେତ୍ରୀଙ୍କ ସହ ଭାଜପା ଛାଡ଼ିଲେ ନିରୋଜ ନଳିନୀ

ଢେଙ୍କାନାଳ,୪ା୪(ରତନ ନାୟାର): ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟା ନିରୋଜ ନଳିନୀ ମହାଳିକ ବୁଧବାର ଭାଜପାରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହିତ ଢେଙ୍କାନାଳ ଜିଲା ଭାଜପା ସମ୍ପାଦିକା ଅନିତା ଦାସ ଓ ଜିଲା ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ସସ୍ମିତା ସାମଲ ମଧ୍ୟ ଦଳ ଛାଡ଼ିଛନ୍ତି। ଏ ସମ୍ପର୍କରେ ନିରୋଜ ନଳିନୀ ମହାଳିକ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ଏଥିସହ ଅପରାହ୍ନ ୪ଟାରେ ଏକ ଖବରଦାତା ସମ୍ମିଳନୀ କରି ଦଳ ବିରୋଧରେ ମୁହଁ ଖୋଲିଛନ୍ତି।

ଖବରଦାତା ସମ୍ମିଳନୀରେ ନିରୋଜ ନଳିନୀ କହିଛନ୍ତି, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ଦ୍ୱାରା ଅନୁପ୍ରାଣିତ ହୋଇ ପ୍ରଥମେ ରାଷ୍ଟ୍ର ସେବିକା ସମିତିରେ କାମ କରିଥିଲେ। ୨୦୦୫ରେ ପ୍ରତ୍ୟେକ୍ଷ ଭାବେ ଭାଜପାରେ ଯୋଗଦେଇ ଜଣେ ନିଷ୍ଠାବାନ କାର୍ଯ୍ୟକର୍ତ୍ତା ଭାବେ କାର୍ଯ୍ୟ କରିଆସୁଥିଲେ। ତେବେ ପରିବାରବାଦକୁ ବିରୋଧ କରୁଥିବା ଭାଜପା ଗୋଟିଏ ପରିବାର ହାତରେ ଦଳକୁ ୩୦ ବର୍ଷ ହେଲା ଟେକି ଦେଇଛି। ଭାଜପାରେ ଅଧିକ ନିର୍ଯାତିତ ଓ ନିଷ୍ପେସିତ ହୋଇଛି। ଏଠାରେ ମହିଳାଙ୍କୁ ସମ୍ମାନ ନାହିଁ। ମଙ୍ଗଳବାର ଦଳର ମିଶ୍ରଣ ପର୍ବରେ କରାଯାଇଥିବା ବିଶୃଙ୍ଖଳ ଆଚରଣରେ ସମସ୍ତେ ଦେଖିଥିବେ। ଚଳିତ ନିର୍ବାଚନରେ ପ୍ରାର୍ଥୀ ହେବାକୁ ସେ ଆଶାୟୀ ଥିଲେ। ଓଡ଼ିଶା ପାଇଁ ପ୍ରଭାରୀ ଥିବା ଦଳର ବରିଷ୍ଠ ନେତା ବିଜୟସିଂପାଲ ତୋମାର ୩ଥର ହାରିଥିବା ବ୍ୟକ୍ତିଙ୍କୁ ଟିକେଟ ମିଳିବ ନାହିଁ ବୋଲି ସ୍ପଷ୍ଟ କରିଥିଲେ। କିନ୍ତୁ ଏଠାରେ ୩ଥରରୁ ଅଧିକ ଥର ହାରିଥିବା ବ୍ୟକ୍ତିଙ୍କୁ ଟିକେଟ୍‌ ଦିଆଗଲା। ଏହାକୁ ନେଇ କେବଳ ସେ ନୁହେଁ, ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବହୁ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଅସନ୍ତୋଷ ରହିଛି। ଏଠି ଦଳକୁ ଉଠାଇ ଦିଆଯିବ ନାହିଁ।

କେବଳ ଭାଷଣବାଜିରେ ଦଳ ଚାଲୁଛି, କାର୍ଯ୍ୟରେ ନୁହେଁ। ଏ ପ୍ରକାର କୁତ୍ସିତ ରାଜନୀତି କରିବା ଅପେକ୍ଷା ତାଠାରୁ ଦୂରେଇ ରହି ସାମାଜିକ କାର୍ଯ୍ୟରେ ଲିପ୍ତ ରହିବା ଶ୍ରେୟସ୍କର ମନେକରି ସେ ଦଳରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହ ଜିଲା ସମ୍ପାଦିକା ଅନିତା ଦାସ ଓ ଜିଲା ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ସସ୍ମିତା ସାମଲ ମଧ୍ୟ ଇସ୍ତଫା ଦେଇଛନ୍ତି ବୋଲି ନିରୋଜ ନଳିନୀ ପ୍ରକାଶ କରିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଦଳରୁ ଇସ୍ତଫା ଦେଇଥିବା ଜିଲା ସମ୍ପାଦିକା ଅନିତା ଦାସ କହିଲେ, ମଙ୍ଗଳବାର ଦଳୀୟ କାର୍ଯ୍ୟାଳୟଠାରେ ଜିଲା ସଭାପତି ତାଙ୍କ ପ୍ରତି କରିଥିବା ଅପମାନଜନିତ ବ୍ୟବହାରର ଶେଷ ପରିଣତି ଭାବେ ସେ ଇସ୍ତଫା ଦେଉଛନ୍ତି। ଖବରଦାତା ସମ୍ମିଳନୀରେ ଦଳରୁ ଇସ୍ତଫା ଦେଇଥିବା ଜିଲା ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ସସ୍ମିତା ସାମଲ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?