ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ’ ପୁଅ, ଆମେ ତାକୁ ଜିତାଇବା: ସୁର ରାଉତରାୟ

ଭୁବନେଶ୍ୱର,୨୭।୩: ବିଜେଡିରେ ସାମିଲ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ବୁଧବାର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ମନ୍ମଥ ଭୁବନେଶ୍ୱର ମାଉସୀ ମା’ ମନ୍ଦିର ଛକରୁ ନିଜ କର୍ମୀମାନଙ୍କୁ ନେଇ ଏକ ବିରାଟ ଶୋଭାଯାତ୍ରା କରି ଶଙ୍ଖ ଭବନ ଅଭିମୁଖେ ଆସିଥିଲେ। ପୁଅଙ୍କ ଏହି ବିରାଟ ଶୋଭାଯାତ୍ରାରେ ସୁର ସାମିଲ ହୋଇ ନ ଥିଲେ। ହେଲେ ସେ ନିଜ ପୁଅ ମନ୍ମଥଙ୍କୁ ଜିତାଇବାକୁ ନିଜର କର୍ମୀମାନଙ୍କୁ ଆହ୍ବାନ କରିଛନ୍ତି। ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ ପୁଅ। ତାକୁ ଆମେ ଜିତାଇବା ବୋଲି ସେ କହିଛନ୍ତି।

ଅପରପକ୍ଷେ ବିଜେଡିରେ ଯୋଗ ଦେବା ନେଇ ମନ୍ମଥ କହିଛନ୍ତି, ମୋ ବାପା ସୁର ରାଉତରାୟ ଓ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପ୍ରେରଣାରେ ଆଗକୁ ବଢ଼ିବି। ବିଜେଡିରେ ମିଶିବା ମୋର ଏକା ନିଷ୍ପତ୍ତି ନୁହେଁ। ଏହା ମୋ’ ପରିବାରର ନିଷ୍ପତ୍ତି ବୋଲି ମନ୍ମଥ କହିଛନ୍ତି।

କହିରଖୁଛୁ, ମନ୍ମଥ ଦୀର୍ଘ ଦିନ ଧରି ଏୟାର ଇଣ୍ଡିଆ କ୍ୟାପଟେନ ରହିଥିଲେ । କିଛି ଦିନ ତଳେ ସେ କ୍ୟାପଟେନ ଚାକିରିରୁ ଅବସର ନେଇ ରାଜନୀତିରେ ପ୍ରବେଶ କରିଥିଲେ । ସୁର ଏଥର ନିର୍ବାଚନ ଲଢିବେ ନାହିଁ ବୋଲି ସ୍ପଷ୍ଟ କରିଥିଲେ। ଏଣୁ ମନ୍ମଥ ତାଙ୍କର ଉତ୍ତରାଧିକାରୀ ଭାବେ କଂଗ୍ରେସ ଟିକେଟରେ ବାପାଙ୍କ ସ୍ଥାନ ଜଟଣୀରୁ ନିର୍ବାଚନ ଲଢିବେ ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ କଂଗ୍ରେସରୁ ନିର୍ବାଚନ ଲଢିବେ ନାହିଁ ବୋଲି ସଫା ସଫା କହିଥିଲେ ମନ୍ମଥ । ପରେ ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ତାଙ୍କୁ କଂଗ୍ରେସରୁ ନିଲମ୍ବନ ମଧ୍ୟ କରାଯାଇଥିଲା। ସେବେଠାରୁ ମନ୍ମଥ କେଉଁ ଦଳକୁ ଯିବେ, ତାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା । ଶେଷରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ସମସ୍ତ ଚର୍ଚ୍ଚାରେ ଆଜି ପୂର୍ଣ୍ଣଚ୍ଛେଦ ପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ କ୍ୟାବିନେଟ ମନ୍ତ୍ରୀ ଡି. ସୁଧାକରଙ୍କ ଦେହାନ୍ତ, ହସ୍ପିଟାଲରେ ହେଉଥିଲା ଚିକିତ୍ସା

ବେଙ୍ଗାଲୁରୁ,୧୦।୫: କର୍ନାଟକର ମନ୍ତ୍ରୀ ଏବଂ କଂଗ୍ରେସ ନେତା ଡି. ସୁଧାକରଙ୍କ ଦେହାନ୍ତ ହୋଇଛି। ସେ ବହୁ ସମୟ ଧରି ଚିକିତ୍ସାଧୀନ ଥିଲେ। ଏହି ଅବସରରେ, ଉପମୁଖ୍ୟମନ୍ତ୍ରୀ ଡି.କେ.…

ପୂର୍ବତନ IAS ସୁବ୍ରତ ଗୁପ୍ତା ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ, ନିର୍ବାଚନରେ ଗ୍ରହଣ କରିଥିଲେ ଗୁରୁତ୍ୱପୂର୍ଣ୍ଣ ଭୂମିକା

କୋଲକାତା,୧୦।୫: ଶନିବାର (୯ ମଇ, ୨୦୨୬) ପଶ୍ଚିମବଙ୍ଗରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ନବନିର୍ବାଚିତ ସରକାରଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ…

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ବର୍ଜ୍ୟ ସମସ୍ୟାର ସମାଧାନ ଲାଗି ଡ. ଶାନ୍ତି…

ଆମ ବିଦ୍ୟାଳୟ

ଗ୍ରାଗ୍ରାମୀଣ ଭାରତର ଅନେକ ଅଞ୍ଚଳ ଏପର୍ଯ୍ୟନ୍ତ ଶିକ୍ଷାର ଆଲୋକରୁ ବଞ୍ଚିତ। ବିଶେଷ କରି ନିପଟ ମଫସଲ ଗାଁମାନେ, ଯେଉଁଠି ସହରି ଚାଲି ଚଳନ ସମ୍ପୂର୍ଣ୍ଣ ଭାବେ ପହଞ୍ଚିନାହିଁ,…

ପଶ୍ଚିମବଙ୍ଗର ନୂଆ ଅଧିକାରୀ

ପଶ୍ଚିମବଙ୍ଗ ରାଜନୈତିକ ଇତିହାସରେ ୯ ମେ’ ୨୦୨୬ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ସେଠାରେ ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଆସିବା…

ଉଜୁଡ଼ା ବଣ ଓ ଅସୁରକ୍ଷିତ ପ୍ରାଣୀ

ପ୍ରାକୃତିକ ପରିସଂସ୍ଥାକୁ ପରିପୁଷ୍ଟ, ପ୍ରାଣବନ୍ତ ଓ ପ୍ରଭାବଶାଳୀ କରିବା ଦିଗରେ ବନ୍ୟପ୍ରାଣୀଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି ବିଶ୍ବଖାଦ୍ୟ ଓ ଜଳ ନିରାପତ୍ତା ଏବଂ ଜୈବବିବିଧତାର ପ୍ରାଚୁର୍ଯ୍ୟକୁ ଋଦ୍ଧିମନ୍ତ…

ନିଷ୍ପତ୍ତି ନେବେ ହାଇକମାଣ୍ଡ

ଥିରୁଭାନନ୍ତପୁରମ୍‌,୧୦ା୫: କେରଳ ବିଧାନସଭା ନିର୍ବାଚନରେ କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ୍‌ ସଂଖ୍ୟାଗରିଷ୍ଠତା ହାସଲ କରିଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରିନାହିଁ। ନେତା ଚୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri