ଫେରାଦ ହେଲା ଭାଜପା: ୩ ବର୍ଷରୁ ଅଧିକ ସମୟ ଗୋଟିଏ ସ୍ଥାନରେ ଥିବା ଅଧିକାରୀଙ୍କୁ ତୁରନ୍ତ ବଦଳି କରାଯାଉ

ଭୁୁବନେଶ୍ୱର,୯ା୩(ଅନିଲ ଦାସ): ଆଗକୁ ଲୋକ ସଭା ଓ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହି ନିର୍ବାଚନରେ ସରକାରୀ ଦଳ କଳବଳର ଅପପ୍ରୟୋଗ କରି ନିର୍ବାଚନ ଜିତିବାକୁ ଚାହୁଁଛି। ଏଣୁ ନିର୍ବାଚନ ପରିଚାଳନାକୁ ଅବାଧ ଓ ନିରପେକ୍ଷ କରାଇବା ପାଇଁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଅବସ୍ଥାପିତ ଥିବା ବିଭିନ୍ନ ବିଭାଗର ଅଧିକାରୀଙ୍କୁ ତୁରନ୍ତ ବଦଳି କରାଯାଉ । ଏଭଳି ଦାବି ନେଇ ରାଜ୍ୟ ଉପସଭାନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ନେତୃତ୍ୱରେ ଭାଜପାର ଏକ ପ୍ରତିିନିଧି ଦଳ ଶନିବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛନ୍ତି।

ଭୁବନେଶ୍ୱରରେ ଦୀର୍ଘ ବର୍ଷ ଧରି ଅଥବା ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ଅବସ୍ଥାପିତ ଥିବା ବହୁ ଅଧିକାରୀ ଦୃଷ୍ଟିଗୋଚର ହେଉଛନ୍ତି। ସେମାନେ ହେଲେ ପୋଲିସ ଅଧିକାରୀଗଣ ଯଥା ଡିଏସ୍‌ପି ରଜତ ରାୟ, ଏସିପି ମାନସ ଗଡ଼ନାୟକ, ବାନାମ୍ବର ସେଠୀ ଓ ସଞ୍ଜୀବ ଶତପଥୀ, ଏଏସ୍‌ପି ଅଶୋକ ପାଣିଗ୍ରାହୀ, ହିମାଂଶୁ ସ୍ବାଇଁ ଓ ଗିରିଜା ଶଙ୍କର ଚକ୍ରବର୍ତ୍ତୀ, ଆଇଆଇସି ତୃପ୍ତି ରଞ୍ଜନ ନାୟକ, ଏସ୍‌ଆଇ ବିଜୟ ଦାସ ଓ ଷ୍ଟାଲିନ୍‌ଙ୍କ ସମେତ ଅନ୍ୟ ସରକାରୀ ଅଧିକାରୀମାନଙ୍କୁ ତୁରନ୍ତ ବଦଳି କରାଯାଉ ।
ଏପରି କି ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ସରକାରୀ ଅଧିକାରୀମାନେ ନିଜ ଗୃହ ଜିଲାରେ ମଧ୍ୟ ଅବସ୍ଥାପିତ ହୋଇପାରିବେ ନାହିଁ । ଏପରି ଆହୁରି ଅନେକ ଅଧିକାରୀ ଗୋଟିଏ ସ୍ଥାନରେ ଏବଂ ଗୋଟିଏ ପଦବୀରେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରିଆସୁଛନ୍ତି । ଏହା ଦ୍ୱାରା ଅବାଧ ଓ ନିରପେକ୍ଷ ନିର୍ବାଚନରେ ବାଧା ସୃଷ୍ଟି ହେବାରେ ଆଶଙ୍କା ରହିଛି। ସରକାରୀ ଅଧିକାରୀମାନେ ନିଜ କର୍ତ୍ତବ୍ୟ ଓ ଦାୟିତ୍ୱ ଭୁଲି ଶାସକ ଦଳର ଏଜେଣ୍ଟ ଭାବେ କାର୍ଯ୍ୟ କରିବା ସମ୍ପୂର୍ଣ୍ଣ ଅଗଣତାନ୍ତ୍ରିକ ଏବଂ ଅଣସାମ୍ବିଧାନିକ। ଯଥାଶୀଘ୍ର ସେମାନଙ୍କୁ ବଦଳି କରାଯାଉ ବୋଲି ଲେଖାଶ୍ରୀ ଦାବି କରିଛନ୍ତି । ଏହି ପ୍ରତିନିଧିମଣ୍ଡଳୀରେ ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍‌ କୁମାର ଦାସ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri