‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ ଇଞ୍ଜିନ ଥିଲା, ସିଙ୍ଗଲ ଇଞ୍ଜିନ ହୋଇଗଲା। ଏବେ ଆଉ ଗୋଟିଏ ଇଞ୍ଜିନ ଆସିଛି । ଯଦି ଡବଲ୍‌ ଇଞ୍ଜିନ ଭଲ କାମ କରୁଛି ତେବେ ଗୋଟିଏ ଇଞ୍ଜିନ କାହିଁକି ବନ୍ଦ ହୋଇଗଲା ବୋଲି ଭାଜପାକୁ କାର୍ତ୍ତିକ ପାଣ୍ଡିଆନ ପ୍ରଶ୍ନ କରିଛନ୍ତି। ନୂଆପଡାରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧିତ କରି ପାଣ୍ଡିଆନ ଏଭଳି କହିଛନ୍ତି ।

ଏହି ଅବସରରେ ପାଣ୍ଡିଆନ ଗତ ମେ’ ମାସରେ ନୂଆପଡା ଗସ୍ତ ସମୟରେ ପାଇଥିବା ଆବେଦନପତ୍ର ଉପରେ ମୁଖ୍ୟମନ୍ତ୍ରୀ କି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ତାର ହିସାବ ମଧ୍ୟ ଦେଇଛନ୍ତି। ସ୍କୁଲ, କଲେଜ, ଧର୍ମାନୁଷ୍ଠାନ ସମ୍ପର୍କିତ ସବୁ ସମସ୍ୟାର ସମାଧାନ ହୋଇସାରିଛି। କେବଳ ନୂଆପଡା ନିର୍ବାଚନମଣ୍ଡଳୀକୁ ୧୩୧ କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ପାଟୋରା ଯୋଗେଶ୍ବରୀ ମନ୍ଦିରର ରୂପାନ୍ତରଣ ପାଇଁ ୪ କୋଟି ଟଙ୍କା ପ୍ରଦାନ କରାଯାଇଥିବା ବେଳେ ସୁନ୍ଦେଇ ମନ୍ଦିରର ବିକାଶ ପ୍ରକଳ୍ପକୁ ବି ମଞ୍ଜୁରୀ ମିଳିଛି । ଏଥିସହିତ ସୁନାବେଢା ରାସ୍ତା କାମ ଆରମ୍ଭ ହୋଇଛି । ଛଅ ମାସ ମଧ୍ୟରେ କାମ ସରିବ ବୋଲି ସେ କହିଛନ୍ତି। ସେହିପରି ୫ଟି ମେଗା ଉଠା ଜଳସେଚନ ପ୍ରକଳ୍ପ ପାଇଁ ୧୫୦ କୋଟି ଟଙ୍କା ମଂଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୨ କୋଟି ଟଙ୍କା ବ୍ୟୟ ଅଟକଳରେ ନୂଆପଡାରେ ବହୁମୁଖୀ ଇଣ୍ଡୋର ହଲ ନିର୍ମିତ ହୋଇଛି ।

ତେବେ ନିର୍ବାଚନ ଆସିଲେ ଅନ୍ୟଦଳର ବହୁ ନେତାମାନେ ଆସିବେ, ବଡ଼ ବଡ଼ ଭାଷଣ ଦେବେ। କିନ୍ତୁ ନିର୍ବାଚନ ସରିଗଲେ ଆଉ ଦେଖା ମିଳିବନି। କିନ୍ତୁ ବିଜେଡି ଲୋକଙ୍କ ପାଖରେ ସବୁବେଳେ ଉତ୍ତରଦାୟୀ ଏବଂ ସବୁ ଦରଖାସ୍ତର ହିସାବ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତେଣୁ ନୂଆପଡାରେ ବିକାଶ ଧାରାକୁ ବଜାୟ ରଖିବାକୁ ବିଜେଡି ଏମ୍‌ପି ପ୍ରାର୍ଥୀ ଲମ୍ବୋଦର ନିଆଲ ଓ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେଇ ବଡ ବ୍ୟବଧାନରେ ଜିତାଇବାକୁ ସେ ଆହ୍ବାନ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri