ବିଜେଡିରେ ମିଶିଲେ ରାଜନଗର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

ଭୁବନେଶ୍ୱର,୧୬।୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ। ବିଜୁ ଜନତା ଦଳ(ବିଜେଡି)ରେ ମିଶିଲେ ରାଜନଗରର ପୂର୍ବତନ କଂଗ୍ରେସ ବିଧାୟକ ଅଂଶୁମାନ ମହାନ୍ତି। ଶୁକ୍ରବାର ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା ଜିଲାର ବିଜେଡି ବିଧାୟକ ଓ ନିଜ ସମର୍ଥକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛ ଓ ନିର୍ମଳ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ଏବଂ ଏହି ବିକାଶ ଧାରାକୁ ଦ୍ୱିଗୁଣିତ କରିବା ପାଇଁ ସେ ବିଜେଡିରେ ସାମିଲ ହୋଇଥିବା ଅଂଶୁମାନ କହିଛନ୍ତି।

ଅଂଶୁମାନ ହେଉଛନ୍ତି ରାଜନଗରର ୭ ଥରର ବିଧାୟକ ତଥା ଦୁଇ ଥର ମନ୍ତ୍ରୀ ହୋଇଥିବା ସ୍ବର୍ଗତଃ ନଳିନୀ ମହାନ୍ତିଙ୍କ ପୁଅ। ୨୦୧୪ରେ ସେ ରାଜନଗରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତେବେ ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ କେନ୍ଦ୍ରାପଡ଼ା କଂଗ୍ରେସକୁ ଝଟ୍‌କା ଦେଇ ଦୁଇ ଦିନ ତଳେ ଦଳର ପ୍ରାଥମିକ ସଦସ୍ୟ ଓ ଜିଲା ସଭାପତି ପଦରୁ ଅଂଶୁମାନ ଇସ୍ତଫା ଦେଇଥିଲେ । ଏବେ ସେ ବିଜେଡିରେ ଯୋଗ ଦେବା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri