ବିଜେଡିରେ ମିଶିଲେ ରାଜନଗର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

ଭୁବନେଶ୍ୱର,୧୬।୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ। ବିଜୁ ଜନତା ଦଳ(ବିଜେଡି)ରେ ମିଶିଲେ ରାଜନଗରର ପୂର୍ବତନ କଂଗ୍ରେସ ବିଧାୟକ ଅଂଶୁମାନ ମହାନ୍ତି। ଶୁକ୍ରବାର ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା ଜିଲାର ବିଜେଡି ବିଧାୟକ ଓ ନିଜ ସମର୍ଥକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସ୍ବଚ୍ଛ ଓ ନିର୍ମଳ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ଏବଂ ଏହି ବିକାଶ ଧାରାକୁ ଦ୍ୱିଗୁଣିତ କରିବା ପାଇଁ ସେ ବିଜେଡିରେ ସାମିଲ ହୋଇଥିବା ଅଂଶୁମାନ କହିଛନ୍ତି।

ଅଂଶୁମାନ ହେଉଛନ୍ତି ରାଜନଗରର ୭ ଥରର ବିଧାୟକ ତଥା ଦୁଇ ଥର ମନ୍ତ୍ରୀ ହୋଇଥିବା ସ୍ବର୍ଗତଃ ନଳିନୀ ମହାନ୍ତିଙ୍କ ପୁଅ। ୨୦୧୪ରେ ସେ ରାଜନଗରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତେବେ ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ କେନ୍ଦ୍ରାପଡ଼ା କଂଗ୍ରେସକୁ ଝଟ୍‌କା ଦେଇ ଦୁଇ ଦିନ ତଳେ ଦଳର ପ୍ରାଥମିକ ସଦସ୍ୟ ଓ ଜିଲା ସଭାପତି ପଦରୁ ଅଂଶୁମାନ ଇସ୍ତଫା ଦେଇଥିଲେ । ଏବେ ସେ ବିଜେଡିରେ ଯୋଗ ଦେବା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri