ସମ୍ବଲପୁର ଆସନରେ ଏଥର ହେଭିଓ୍ବେଟ ଲଢ଼େଇ: ଚର୍ଚ୍ଚାରେ ବାହାରିଆ ପ୍ରାର୍ଥୀ

ସମ୍ବଲପୁର,୧୧ା୪(ପ୍ରମୋଦ ବହିଦାର): ସମ୍ବଲପୁର ଲୋକ ସଭା ଆସନରେ ଏଥର ହେଭିଓ୍ବେଟ ଲଢ଼େଇ ହେବ। ଏହି ଆସନ ସମ୍ମାନର ପ୍ରଶ୍ନ ହୋଇଥିବାରୁ ଏହାକୁ ଦଖଲ ପାଇଁ ଉଭୟ ବିଜେଡି ଓ ଭାଜପା ପ୍ରାଣପଣେ ଉଦ୍ୟମ କରିବେ। ଏଠାରେ ବିଜେଡିରୁ ଦଳର ସାଂଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି) ଓ ଭାଜପାରୁ କେନ୍ଦ୍ର ଶିକ୍ଷା, ଦକ୍ଷତା ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ନିିଜନିଜ ଦଳରେ ଉଭୟଙ୍କ ବେଶ ପତିଆରା ରହିଛି। ମାତ୍ର ସମ୍ବଲପୁର ଭୋଟରଙ୍କୁ କିଏ ଅଧିକ ପ୍ରଭାବିତ କରି ଗ୍ରହଣୀୟ ହୋଇ ପାରିବେ ତାହା ଆଗାମୀ ଦିନରେ ଜଣାପଡ଼ିବ।

କଂଗ୍ରେସ ଏପର୍ଯ୍ୟନ୍ତ ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଧର୍ମେନ୍ଦ୍ର ଗତ ଦେଢ଼ବର୍ଷ ହେଲା ସମ୍ବଲପୁର ଲୋକସଭା ନିର୍ବାଚନମଣ୍ଡଳୀର ବିଭିନ୍ନ ଅଞ୍ଚଳ ବୁଲି ଭୋଟରଙ୍କ ନିକଟତର ହେବା ଅଭିଯାନ ଆରମ୍ଭ କରି ଦେଇଛନ୍ତି। ନିୟମିତ ଭାବେ ନିର୍ବାଚନ ମଣ୍ଡଳୀର ବିଭିନ୍ନ ବିଧାନସଭା କ୍ଷେତ୍ର ଗସ୍ତ କରି ସଭା ସମିତିରେ ଯୋଗଦେଇ ଆସିଛନ୍ତି। ଚଳିତମାସ ୩ରେ ସେ ଅନୁଗୋଳ ଜିଲା ବ୍ରାହ୍ମଣବିଲ ଗ୍ରାମରୁ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି। ମୋଦିଙ୍କ ବିକାଶକୁ ପାଥେୟ କରି ସାଧାରଣ ଜନତାଙ୍କ ନିକଟତର ହେବାକୁ ପ୍ରୟାସ କରୁଛନ୍ତି। ଅପରପକ୍ଷେ ପ୍ରଣବ(ବବି) ରାଜ୍ୟରେ ବିଜେଡି ସଂଗଠନକୁ ତୃଣମୂଳ ସ୍ତରରୁ ଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଆସିଛନ୍ତି। ସେ ମଧ୍ୟ ଚଳିତ ମାସ ୪ ରେ ଦେବଗଡ଼ରୁ ପ୍ରଚାର ଆରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପାଇଁ ସେ ପର୍ଯ୍ୟବେକ୍ଷକ ଦାୟିତ୍ୱ ତୁଲାଇ ଭୋଟରଙ୍କ ନିକଟତର ହୋଇଛନ୍ତି। ତେବେ ଉଭୟ ପ୍ରାର୍ଥୀ ସମ୍ବଲପୁର ନର୍ବାଚନମଣ୍ଡଳୀ ବାହାରୁ ଆସିଥିବା ପ୍ରସଙ୍ଗକୁ ନେଇ ଏଠାରେ ଚର୍ଚ୍ଚା ଜୋର ଧରିଛି। ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀର ବହୁ ଗାଁର ଜନସାଧାରଣଙ୍କ ମଧ୍ୟରେ ବିଜେଡି, ଶଙ୍ଖଚିହ୍ନ ଓ ନବୀନ ପଟ୍ଟନାୟକ ବେଶ ପରିଚିତ। ଆଉ ବବିଙ୍କ ପଛରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ଓ ନିର୍ମଳ ଭାବମୂର୍ତ୍ତିର ଛାପ ଏଠାରେ ତାଙ୍କ ବିଜୟ ପଥକୁ ସୁଗମ କରିପାରେ ବୋଲି ଚର୍ଚ୍ଚା ହେଉଛି। ଗୋଟିଏ ପଟେ ମୋଦିଙ୍କ ବିକାଶ ଓ ଅନପଟେ ନବୀନଙ୍କ ସ୍ବଚ୍ଛ ଓ ନିର୍ମଳ ଭାବମୂର୍ତ୍ତିକୁ ପାଥେୟ କରି ଉଭୟ ହେଭିୱେଟ୍‌ ନେତା ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। ତେବେ ଉଭୟଙ୍କ ପ୍ରାର୍ଥିତ୍ୱକୁ ନେଇ ସମ୍ବଲପୁର ଜନସାଧାରଣ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?