ସସ୍‌ପେଣ୍ଡ ଭୟରେ କ’ଣ ମୋ’ ପୁଅ ପାଇଁ ପ୍ରଚାର କରିବି ନାହିଁ? ପ୍ରଶ୍ନ କରି ଜବାବ ରଖିଲେ ସୁର…

ଭୁବନେଶ୍ୱର,୨।୪: ବାପା କଂଗ୍ରେସର ବରିଷ୍ଠ ନେତା, ହେଲେ ବିଜେଡି ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି ପୁଅ। ଏହାକୁ ନେଇ ପରିବାର ସହ ଦଳ ପକ୍ଷରୁ ନାନାଦି ପ୍ରଶ୍ନର ସମ୍ମୁଖୀନ ହେଉଛନ୍ତି ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ। ନିକଟରେ ଏକ ସଭାରେ ପୁଅଙ୍କୁ ଭୋଟ ଦେବାକୁ କହିଥିବାକୁ ନେଇ ଦଳ ପକ୍ଷରୁ ନୋଟିସ୍‌ ମିଳିବା ପରେ ଏବେ ମୁହଁ ଖୋଲିଛନ୍ତି ସେ।
ସୁର କହିଛନ୍ତି, ମୁଁ କୌଣସି ଦଳ ପକ୍ଷରୁ ପ୍ରଚାର କରିନାହିଁ କିମ୍ବା ଚିହ୍ନ ନେଇ ଯାଇନାହିଁ। ଏହାସତ୍ତ୍ୱେ ମୋତେ କାହିଁକି ଗଲ ବୋଲି ନୋଟିସ୍‌ ହେଉଛି। ନୋଟିସ୍‌ ପାଇଁ କ’ଣ ମୋ’ ପୁଅକୁ ପୁଅ ବୋଲି କହିବି ନାହିଁ। ମୁଁ ଦଳରେ ଅଛି, କାଲି ରହି ନ ପାରେ। ମୋତେ ପଚରାଯାଉଛି ପୁଅଙ୍କୁ ଟିକେଟ ଦେବାକୁ ମୁଁ କାହିଁକି କହିଲି। ମୁଁ ସିନା ଦଳ ଧରି ବୁଲି ପାରିବିନି, ଚିହ୍ନ ଧରି ବୁଲିପାରିବିନି, ଦଳର ରାଲିକୁ ଯିବିନାହିଁ। ହେଲେ ମୋ’ ପୁଅ ପାଇଁ କ’ଣ ପ୍ରଚାର କରିବି ନାହିଁ। ଏଗୁଡ଼ାକ କିଭଳି କଥା। ଯଦି ଦଳରୁ ବହିଷ୍କାର କରିବେ କରନ୍ତୁ। ମୁଁ ଜଣେ ଶତ ପ୍ରତିଶତ କଂଗ୍ରେସ କର୍ମୀ। ଦଳକୁ ତିଳେମାତ୍ର ଅବହେଳା କରି ନ ପାରେ। ହେଲେ ସସ୍‌ପେଣ୍ଡ ଭୟରେ ମୋ ପୁଅକୁ କ’ଣ ପୁଅ ବୋଲି କହିବି ନାହିଁ ବୋଲି ସୁର ରାଉତରାୟ ପ୍ରଶ୍ନ କରିଛନ୍ତି।
ପ୍ରକାଶ ଥାଉ କି, ନିର୍ବାଚନ ଦୃଷ୍ଟିକୋଣରୁ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର ଗୁରୁତ୍ୱ ଅଧିକ। ୨୦୨୪ ନିର୍ବାଚନରେ ଭାଜପା ପୁଣିଥରେ ଏହି ଆସନରୁ ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ପ୍ରାର୍ଥୀ କରିଥିବା ବେଳେ ସୁରଙ୍କ ସାନପୁଅ ମନ୍ମଥ ରାଉତରାୟଙ୍କୁ ପ୍ରାର୍ଥୀ କରିଛି। ମନ୍ମଥ ଏବଂ ଅପରାଜିତାଙ୍କ ମଧ୍ୟରେ କଡ଼ା ଟକ୍କର ହେବ ବୋଲି କୁହାଯାଉଛି।

Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri