‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି। ଏହି କ୍ରମରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ସେ ମନ୍ତବ୍ୟ ଦେଇ କହିଛନ୍ତି, ରାଜ୍ୟରେ ପ୍ରାକୃତିକ ସମ୍ପଦ ଏବଂ ପ୍ରତିଭା ଭରପୂର ରହିଛି। ସବୁକିଛି ଥାଇ ବି ଓଡ଼ିଶା ସେହି ଅନୁପାତରେ ବିକଶିତ କି? ଆଜିର ଓଡ଼ିଶାକୁ ଦେଖିଲେ ବିକାଶ ହୋଇଥିବା ଭଳି ଲାଗୁଛି କି? ଓଡ଼ିଶାର କଳା, ସଂସ୍କୃତି କେତେ ସମୃଦ୍ଧ ତାହା କହିବା ଅନାବଶ୍ୟକ। ଏଥିଲାଗି କୋଣାର୍କ ଚକ୍ରକୁ ଜି-୨୦ରେ ସାମିଲ କରାଯାଇଥିଲା। ଏତେ ସବୁ ଥାଉ ଥାଉ ପ୍ରଧାନମନ୍ତ୍ରୀ କୋଣାର୍କ ଚକ୍ରକୁ ବାଛିଲେ କାହିଁକି? ଓଡ଼ିଶାରୁ ଯାହା ଆମେ ସମସ୍ତେ ଆଶା କରୁଛୁ, ତାହା ପାଉଛୁ କି। କଳା ସଂସ୍କୃତି କ୍ଷେତ୍ରରେ ସମୃଦ୍ଧ ଓଡ଼ିଶା ନିଜ ନେତା ସୃଷ୍ଟି ପାଇଁ ସକ୍ଷମ। ଓଡ଼ିଶା ଭଳି ରାଜ୍ୟର ନେତା ନିଜ ମାଟିର ପୁଅ ହୁଅନ୍ତୁ ବୋଲି ସେ କହିଛନ୍ତି।

ଏହାଛଡ଼ା ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ପ୍ରତି ଭଲପାଇବା ନେଇ କହିଛନ୍ତି ଯେ, ତାଙ୍କ ଦୃଷ୍ଟିରେ ଓଡ଼ିଶାର ମର୍ଯ୍ୟାଦା ସ୍ବତନ୍ତ୍ର। ଜି ୨୦ରେ କୋଣାର୍କ ଚକ୍ରକୁ ସ୍ଥାନିତ କରିଥିଲେ ପ୍ରଧାନମନ୍ତ୍ରୀ। ଓଡ଼ିଶାର କଳା, ସଂସ୍କୃତିକୁ ମୋଦିଙ୍କ ଭଲପାଇବାର ଏହା ନିଦର୍ଶନ। ଓଡ଼ିଆ ଲୋକଙ୍କ ମଧ୍ୟରେ ବହୁତ ପ୍ରତିଭା,ଜ୍ଞାନ ରହିଛି। ଗତ ୧୦ ବର୍ଷ ମଧ୍ୟରେ କେନ୍ଦ୍ରରୁ ଓଡ଼ିଶାକୁ ଅନେକ ସହଯୋଗ ମିଳିଛି। ମୋଦିଙ୍କ କାର୍ଯ୍ୟକାଳରେ ୨୦ ପାର୍ସପୋର୍ଟ ସପୋର୍ଟ କେନ୍ଦ୍ର ଖୋଲିଛି। ୨.୭ ଲକ୍ଷ ଲୋକଙ୍କୁ ଆବାସ ଯୋଜନାରେ ଘର ମିଳିଛି। ୫୩ ଲକ୍ଷ ମହିଳାଙ୍କୁ ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ ମିଳିଛି। ସ୍ବନିଧି ଯୋଜନାରେ ୫୪ ହଜାର ଉପଭୋକ୍ତା ଓଡ଼ିଶାରେ ଅଛନ୍ତି। ମୋଦିଙ୍କ ବିକାଶକୁ ଆଗେଇ ନେବା ଭଳି ସରକାର ଏଠାରେ ହେବା ଉଚିତ। ଓଡ଼ିଶା ସହଯୋଗରେ ସଂସଦରେ ୪ଶହ ପାର୍‌ ହେବା ବିଶ୍ୱାସ। ଦେଖିବାକୁ ଗଲେ ଓଡ଼ିଶାରେ ଥିବା ସମ୍ପଦ ତୁଳନାରେ ରାଜ୍ୟର ବିକାଶ ହୋଇନାହିଁ। ଚଳିତ ନିର୍ବାଚନରେ ଓଡ଼ିଶାବାସୀ ମୋଦିଙ୍କୁ ସଶକ୍ତ କରିବେ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri