ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ ବିଶେଷଜ୍ଞ ଡାକ୍ତର ଅଜିତ କୁମାର ଦାସଙ୍କ ସରକାରୀ କ୍ୱାର୍ଟରରେ ପଶି ୪ ଜଣ ମୁଖାପିନ୍ଧା ଡକାୟତ ତାଙ୍କୁ କାବୁ କରିବା ସହ ଲକ୍ଷାଧିକ ଟଙ୍କାର ସୁନାଗହଣା ଓ ନଗଦ ଟଙ୍କା ଲୁଟି ନେଇଛନ୍ତି।

ସୂଚନା ଅନୁସାରେ, ଶୁକ୍ରବାର ବିଳମ୍ବିତ ରାତିରେ ରୋଗୀ ଦେଖାଇବା ବାହାନାରେ ଡକାୟତମାନେ ଡାକ୍ତରଙ୍କ କବାଟ ବାଡ଼େଇଥିଲେ। ଡାକ୍ତର ଦାସ କବାଟ ଖୋଲିବା ମାତ୍ରେ ସେମାନେ ଜୋରଜବରଦସ୍ତ ଘର ଭିତରକୁ ପଶି ଆସିଥିଲେ। ଡକାୟତମାନେ ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧିବା ସହ ମୁହଁରେ ସେଲୋଟେପ୍ ଲଗାଇ ଦେଇଥିଲେ। ଏହି ସମୟରେ ଡାକ୍ତର ଦାସ ସାହସ ସଂଚୟ କରି ଜଣେ ଦୁର୍ବୃତ୍ତଙ୍କ ପକେଟରୁ ବନ୍ଧୁକ ଛଡ଼ାଇ ଗୁଳି ଚଳାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସେଥିରୁ ଗୁଳି ଫୁଟି ନ ଥିଲା। ତେବେ ତିନିଜଣ ଡକାୟତ ତାଙ୍କୁ ପୂଜାଘରେ ଜଗି ରହିଥିବା ବେଳେ ଅନ୍ୟ ଜଣେ ଆଲମିରା ଭାଙ୍ଗି ନଗଦ ପ୍ରାୟ ୮୨ ହଜାର ଟଙ୍କା, ୫୪ ଗ୍ରାମର ସୁନା ଚେନ୍ ଓ ଦୁଇଟି ମୁଦି ଲୁଟି ଚମ୍ପଟ ମାରିଛନ୍ତି।

ଖବର ପାଇ ଧର୍ମଗଡ଼ ପୋଲିସ ସାଇଣ୍ଟିଫିକ୍ ଟିମ୍ ଓ ସନ୍ଧାନୀ କୁକୁର ସହାୟତାରେ ଘଟଣାର ତଦନ୍ତ ଆରମ୍ଭ କରିଛି। ଉପ-ଜିଲାପାଳଙ୍କ ବାସଭବନ କାନ୍ଥକୁ ଲାଗି ରହିଥିବା ଏହି ସରକାରୀ ଆବାସିକ ପରିସରରେ ଏଭଳି କାଣ୍ଡ ଘଟିବା ସହରର ସୁରକ୍ଷା ବ୍ୟବସ୍ଥା ଉପରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସହରରେ କ୍ରମାଗତ ଚୋରି ଓ ଡକାୟତି ବଢ଼ୁଥିଲେ ମଧ୍ୟ ଦୁର୍ବଳ ପୋଲିସ ପେଟ୍ରୋଲିଂ ଯୋଗୁ ଅପରାଧୀଙ୍କୁ ଧରିବାରେ ପୋଲିସ ବିଫଳ ହେଉଥିବା ନେଇ ସ୍ଥାନୀୟ ବ୍ୟବସାୟୀ ସଂଘ, ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବୀମାନେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?