ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର, ୨୫ା୭(ସୁନିତ୍‌ ମିଶ୍ର):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମୁର୍ମୁ ରାଷ୍ଟ୍ରପତି ଭବନରୁ ୩ଟା ୨୫ମିନିଟ୍‌ରେ ବାହାରି ୩ଟା ୪୦ମିନିଟ୍‌ରେ ପାଲମ ବିମାନବନ୍ଦରଠାରେ ପହଞ୍ଚିବେ। ସେଠାରୁ ୩ଟା ୫୦ମିନିଟ୍‌ରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ବାହାରି ସା ୬ଟା ୧୦ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ୬ଟା ୨୦ରେ ରାଜଭବନକୁ ଯିବେ। ସେଠାରେ ୭ଟାରୁ ୭.୩୦ ମିନିଟ୍‌ ପର୍ଯ୍ୟନ୍ତ ଅତୁଟ ବନ୍ଧନ ପରିବାରର ହିତାଧିକାରୀ ମେଡିକାଲ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିବେ। ଏହାପରେ ସେ ରାଜଭବନରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି।
ଆସନ୍ତା ୨୬ ତାରିଖରେ ସେ ୮ଟାରୁ ରାଜଭବନରୁ ବାହାରି ଭୁବନେଶ୍ୱର ବିମାନବନ୍ଦର ଯିବେ। ସେଠାରୁ ୮ଟା ୨୦ରେ ବାହାରି ୯ଟା ୨୦ରେ କଟକରେ ପହଞ୍ଚତ୍ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା କରିବେ। ଉତ୍କଳଗୌରବ ମଧୁସୂଦନ ଦାସଙ୍କ ବାସଭବନ ଓ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ସେଦିନ କଟକରେ ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ସମାରୋହ, କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଏବଂ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ସେ ସାମିଲ ହେବେ। ସବୁ କାର୍ଯ୍ୟକ୍ରମ ଶେଷ କରିବା ପରେ ୬ଟା ୩୦ମିନିଟ୍‌ ସୁଦ୍ଧା ଆସି ପୁଣିଥରେ ରାଜଭବନରେ ପହଞ୍ଚି ରାତ୍ରିଯାପନ କରିବେ। ୨୭ ତାରିଖ ସକାଳ ୯ଟା ୧୫ରୁ ରାଜ୍ୟର ଆଦିମ ଜନଜାତି ସମୁଦାୟର ପ୍ରତିନିଧିମାନଙ୍କ ସହ ଆଲୋଚନା କରିବେ। ୧୦ଟା ୧୫ମିନିଟ୍‌ରେ ରାଜପଥରେ ଯାଇ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍‌ ହାଉସ୍‌ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ। ୧୨ଟାରେ ବ୍ରହ୍ମାକୁମାରୀର ବରିଷ୍ଠ ସଦସ୍ୟଙ୍କ ସହ ଦୁଇ ଘଣ୍ଟା ଆଲୋଚନା କରିବେ। ସେଠାରେ ମଧ୍ୟାହ୍ନଭୋଜନର କାର୍ଯ୍ୟକ୍ରମ ମଧ୍ୟ ରହିଛି। ୪ଟା ୨୫ରେ ଭୁବନେଶ୍ୱର ଛାଡ଼ିବା ସହିତ ୭ଟା ୨୦ରେ ରାଷ୍ଟ୍ରପତି ଭବନରେ ପହଞ୍ଚିବେ। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ନେଇ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri