ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର, ୨୫ା୭(ସୁନିତ୍‌ ମିଶ୍ର):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମୁର୍ମୁ ରାଷ୍ଟ୍ରପତି ଭବନରୁ ୩ଟା ୨୫ମିନିଟ୍‌ରେ ବାହାରି ୩ଟା ୪୦ମିନିଟ୍‌ରେ ପାଲମ ବିମାନବନ୍ଦରଠାରେ ପହଞ୍ଚିବେ। ସେଠାରୁ ୩ଟା ୫୦ମିନିଟ୍‌ରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ବାହାରି ସା ୬ଟା ୧୦ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ୬ଟା ୨୦ରେ ରାଜଭବନକୁ ଯିବେ। ସେଠାରେ ୭ଟାରୁ ୭.୩୦ ମିନିଟ୍‌ ପର୍ଯ୍ୟନ୍ତ ଅତୁଟ ବନ୍ଧନ ପରିବାରର ହିତାଧିକାରୀ ମେଡିକାଲ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିବେ। ଏହାପରେ ସେ ରାଜଭବନରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି।
ଆସନ୍ତା ୨୬ ତାରିଖରେ ସେ ୮ଟାରୁ ରାଜଭବନରୁ ବାହାରି ଭୁବନେଶ୍ୱର ବିମାନବନ୍ଦର ଯିବେ। ସେଠାରୁ ୮ଟା ୨୦ରେ ବାହାରି ୯ଟା ୨୦ରେ କଟକରେ ପହଞ୍ଚତ୍ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା କରିବେ। ଉତ୍କଳଗୌରବ ମଧୁସୂଦନ ଦାସଙ୍କ ବାସଭବନ ଓ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ସେଦିନ କଟକରେ ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ସମାରୋହ, କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଏବଂ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ସେ ସାମିଲ ହେବେ। ସବୁ କାର୍ଯ୍ୟକ୍ରମ ଶେଷ କରିବା ପରେ ୬ଟା ୩୦ମିନିଟ୍‌ ସୁଦ୍ଧା ଆସି ପୁଣିଥରେ ରାଜଭବନରେ ପହଞ୍ଚି ରାତ୍ରିଯାପନ କରିବେ। ୨୭ ତାରିଖ ସକାଳ ୯ଟା ୧୫ରୁ ରାଜ୍ୟର ଆଦିମ ଜନଜାତି ସମୁଦାୟର ପ୍ରତିନିଧିମାନଙ୍କ ସହ ଆଲୋଚନା କରିବେ। ୧୦ଟା ୧୫ମିନିଟ୍‌ରେ ରାଜପଥରେ ଯାଇ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍‌ ହାଉସ୍‌ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ। ୧୨ଟାରେ ବ୍ରହ୍ମାକୁମାରୀର ବରିଷ୍ଠ ସଦସ୍ୟଙ୍କ ସହ ଦୁଇ ଘଣ୍ଟା ଆଲୋଚନା କରିବେ। ସେଠାରେ ମଧ୍ୟାହ୍ନଭୋଜନର କାର୍ଯ୍ୟକ୍ରମ ମଧ୍ୟ ରହିଛି। ୪ଟା ୨୫ରେ ଭୁବନେଶ୍ୱର ଛାଡ଼ିବା ସହିତ ୭ଟା ୨୦ରେ ରାଷ୍ଟ୍ରପତି ଭବନରେ ପହଞ୍ଚିବେ। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ନେଇ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri