ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରାଥମିକ ବିଦ୍ୟାଳୟ ପିଲାଙ୍କର ବଦଳିଲା…

ଭୁବନେଶ୍ୱର,୨୯।୭: ସରକାର ନେଲେ ବଡ଼ ନିଷ୍ପତ୍ତି। ବଦଳିଲା ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଆଇକାର୍ଡ ରଙ୍ଗ। ଛାତ୍ରୀଛାତ୍ରଙ୍କ ଆଇଡେଣ୍ଟିଟି କାର୍ଡ ରଙ୍ଗ ବଦଳିବା ସହ ହାଉସ ୟୁନିଫର୍ମ ଓ ଟୋପି ବି ବଦଳିଛି । ପୂର୍ବରୁ ଲେଗୋରେ ଆମେ ଗଢିବୁ ନୂଆ ଓଡ଼ିଶା ଲେଖାଥିବା ବେଳେ, ଏବେ ‘ବିଦ୍ୟାବନ୍ତ ବିଦ୍ୟାର୍ଥୀ, ବିକଶିତ ଓଡ଼ିଶା’ ଲେଖାଯାଇଛି। ପୂର୍ବରୁ ଆଇ କାର୍ଡର ରଙ୍ଗ ସବୁଜ ଥିବାବେଳେ ଏବେ ତାକୁ ଗେରୁଆ ରଙ୍ଗର କରାଯାଇଛି। ଏଥିରେ ଶ୍ରେଣୀ, ଜନ୍ମ ତାରିଖ, ରୋଲ ନମ୍ବର, ଫୋନ ନମ୍ବର ଓ ବ୍ଲଡ ଗ୍ରୁପ ଉଲ୍ଲେଖ ରହିବ। କ୍ୟାମ୍ପସ ଭିତରକୁ ଆସିଲେ ଏହା ପିନ୍ଧିବା ବଧ୍ୟତାମୂଳକ କରାଯିବ।

ଅନ୍ୟପଟେ ଖୁବଶୀଘ୍ର ସ୍କୁଲ ପିଲାଙ୍କୁ ମିଳିବ ମାଗଣା ୟନିଫର୍ମ। ରାଜ୍ୟ ସରକାରଙ୍କର ନିଷ୍ପତ୍ତି ଅନୁଯାୟୀ ଚଳିତ ଶିକ୍ଷାବର୍ଷ (୨୦୨୫-୨୦୨୬) ପାଇଁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟଗୁଡିକରେ ପ୍ରଥମ ଶ୍ରେଣୀଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ୁ ଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ଟି ସାର୍ଟ, ପ୍ୟାଣ୍ଟ, ଜୋତା, ଟୋପି ଏବଂ ପରିଚୟ ପତ୍ର ମାଗଣାରେ ଯୋଗାଇ ଦିଆଯିବ। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ରାଜ୍ୟର ସମସ୍ତ ଜିଲା ଶିକ୍ଷାଧିକାରୀ ଓ ସମଗ୍ର ଶିକ୍ଷାର ସଂସ୍ଥା ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି ।

ଏଥିପାଇଁ ଜଣେ ଛାତ୍ରୀଛାତ୍ରଙ୍କ ପିଛା ମୋଟ ୫୦୦ ଟଙ୍କା ଖର୍ଚ୍ଚ ହେବ । ଜଣେ ଛାତ୍ରୀଛାତ୍ରଙ୍କ ପିଛା ୨୦୦ଟଙ୍କାରେ ହଳେ ଜୋତା ଓ ଦୁଇ ହଳ ମୋଜା, ୧୨୫ ଟଙ୍କାରେ ଗୋଟିଏ ଟି-ସାର୍ଟ ଓ ୧୨୫ ଟଙ୍କାରେ ଗୋଟିଏ ଟ୍ରାକ ପ୍ୟାଣ୍ଟ, ୩୦ ଟଙ୍କାରେ ଗୋଟିଏ ଟୋପି ଓ ୨୦ ଟଙ୍କାରେ ଗୋଟିଏ ପରିଚୟ ପତ୍ର ବଣ୍ଟନ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri