Posted inଖେଳ

ଭାରତ ‘ଡି’ ଦଳରେ ଓଡ଼ିଶାର ପ୍ରିୟଙ୍କା

ଭୁବନେଶ୍ୱର, ୧୬ା୧୧(କ୍ରୀଡ଼ା ପ୍ରତିନିଧି): ୨୦୨୨ ଚ୍ୟାଲେଞ୍ଜର ଟ୍ରଫି ମହିଳା କ୍ରିକେଟ ପାଇଁ ମଙ୍ଗଳବାର ୪ଟି ଦଳ ଘୋଷଣା କରାଯାଇଛି। ଭାରତ ‘ଡି’ ଦଳରେ ଓଡ଼ିଶାର ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ଥାନ ପାଇଛନ୍ତି। ଗଞ୍ଜାମ ହିଞ୍ଜିଳିକାଟୁର ପ୍ରିୟଙ୍କା ସମ୍ପ୍ରତି ଇନ୍ଦିରା ମଇଦାନସ୍ଥିତ ଜାଗୃତି କ୍ରିକେଟ ଏକାଡେମୀ (ଏସ୍‌ଜିଓ କ୍ଲବ)ରେ ରାଜ୍ୟର ପ୍ରତିଷ୍ଠିତ କୋଚ୍‌ କ୍ଷୀରୋଦ ବେହେରାଙ୍କଠାରୁ ପ୍ରଶିକ୍ଷଣ ନେଉଛନ୍ତି। ଗୌରୀ ଓ କିଶୋର ଚନ୍ଦ୍ର ସାହୁଙ୍କ କନ୍ୟା ପ୍ରିୟଙ୍କା ପୂର୍ବରୁ ୨୦୧୮ରେ ଚ୍ୟାଲେଞ୍ଜର ଟ୍ରଫି ଏବଂ ଥରେ ଟ୍ରେଲବ୍ଲେଜର୍ସ ପକ୍ଷରୁ ମହିଳା ଆଇପିଏଲ୍‌ ଖେଳିବାର ଅଭିଜ୍ଞତା ରଖିଛନ୍ତି। ଆଗାମୀ ପ୍ରତିଯୋଗିତା ରାୟପୁରଠାରେ ନଭେମ୍ବର ୨୦ରୁ ୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଭାରତ ‘ଡି’ ଦଳର ନେତୃତ୍ୱ ନେବେ ସ୍ନେହ ରାଣା ଏବଂ ଉପ-ଅଧିନାୟିକା ଅଛନ୍ତି ଜେମିମା ରୋଡ୍ରିଗ୍ବେଜ। ଅଲ୍‌ରାଉଣ୍ଡର ପ୍ରିୟଙ୍କାଙ୍କୁ ଓଡ଼ିଶା କ୍ରିକେଟ ଆସୋସିଏଶନ ସଭାପତି ପ୍ରଣବ ପ୍ରକାଶ ଦାସ ଏବଂ ସମ୍ପାଦକ ସଞ୍ଜୟ ବେହେରା ଅଭିନନ୍ଦନ ଜଣାଇଛନ୍ତି।
ଭାରତ ‘ଡି’ ଦଳ: ସ୍ନେହ ରାଣା (ଅଧିନାୟିକା), ଜେମିମା ରୋଡ୍ରିଗ୍ବେଜ (ଉପ-ଅଧିନାୟିକା), ଜସିଆ ଅଖତର, ଅଶ୍ୱିନୀ କୁମାରୀ, କନିକା ଆହୁଜା, ଦୟଲାନ ହେମଲତା, ୟସ୍ତିକା ଭାଟିଆ, ପ୍ରିୟଙ୍କା ପ୍ରିୟଦର୍ଶିନୀ, ଶିଖା ପାଣ୍ଡେ, ଶ୍ରଦ୍ଧା ପୋଖରକର, ରେଣୁକା ସିଂ ଠାକୁର, ରାଜେଶ୍ୱରୀ ଗାଏକ୍ୱାଡ, ଅପର୍ଣ୍ଣା ମଣ୍ଡଳ (ଉଇକେଟ କିପର), ସୁଷମା ବର୍ମା (ଉଇକେଟ କିପର)।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri