ଓଡ଼ିଶା ପ୍ରକଳ୍ପ ସର୍ବଭାରତୀୟ ସ୍ତରରେ ତୃତୀୟ

ଭୁବନେଶ୍ୱର, ୧୨।୧୦(ଅସମାପିକା ସାହୁ)କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ କାରିଗରି କୌଶଳ ମନ୍ତ୍ରଣାଳୟ ତତ୍ତ୍ବାବଧାନରେ ନ୍ୟାଶନାଲ ଇନୋଭେଶନ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ‘ଜାତୀୟସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା’ରେ ଓଡ଼ିଶାର ୫ଟି ପ୍ରକଳ୍ପ ପୁରସ୍କୃତ ହୋଇଛି। ଏଥିସହିତ ଗୋଟିଏ ପ୍ରକଳ୍ପ ସର୍ବଭାରତୀୟ ସ୍ତରରେ ତୃତୀୟ ସ୍ଥାନ ଅଧିକାର କରି ରାଜ୍ୟ ପାଇଁ ଗୌରବ ଆଣିଛି। ଗତ ୯ ତାରିଖରୁ ନୂଆଦିଲ୍ଲୀସ୍ଥିତ ଇନ୍ଦିରା ଗାନ୍ଧୀ ଇନ୍‌ଡୋର ଷ୍ଟାଡିୟମରେ ଏହି ପ୍ରତିଯୋଗିତା ଆରମ୍ଭ ହୋଇଥିଲା। ବୁଧବାର ଶେଷଦିନରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଦେଶର ଶ୍ରେଷ୍ଠ ବିବେଚିତ ୬୦ଜଣ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ପୁରସ୍କାର ବିତରଣ ଉତ୍ସବରେ ବିଜ୍ଞାନ ଓ କାରିଗରି କୌଶଳ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ। ଓଡ଼ିଶାରୁ ୨୭ ଛାତ୍ରୀଛାତ୍ର ଏଥିରେ ଅଂଶଗ୍ରହଣ କରିଥିଲେ। ତେବେ ପୁରସ୍କୃତ ୫ଟି ପ୍ରକଳ୍ପ ମଧ୍ୟରେ ଖୋର୍ଦ୍ଧା ଜିଲାର ଛାତ୍ର ଶ୍ରେୟାଂଶ ନାୟକଙ୍କ ଦ୍ୱାରା ପ୍ରସ୍ତୁତ ‘ଅଟୋମେଟିକ ଷ୍ଟ୍ର ପ୍ରୋସେସିଙ୍ଗ ଆଣ୍ଡ୍‌ ପ୍ୟାକେଜିଙ୍ଗ ମେଶିନ ଫର୍‌ ଅଏଷ୍ଟର ମସ୍‌ରୁମ୍‌’ ପ୍ରକଳ୍ପଟି ସର୍ବଭାରତୀୟ ସ୍ତରରେ ତୃତୀୟ ସ୍ଥାନ ଅଧିକାର କରି ରାଜ୍ୟ ପାଇଁ ଗୌରବ ଆଣିପାରିଛି। ଅନ୍ୟ ୪ଟି ପୁରସ୍କୃତ ପ୍ରକଳ୍ପ ମଧ୍ୟରେ ବରଗଡ଼ ଜିଲାର ଛାତ୍ରୀ କ୍ରିଷ୍ଣା ସାହୁଙ୍କ ଦ୍ୱାରା ପ୍ରସ୍ତୁତ ପ୍ରକଳ୍ପ ‘ସ୍ମାର୍ଟ ହେଲ୍‌ଥ କେୟାର’, ମୟୂରଭଞ୍ଜ ଜିଲାର ଛାତ୍ରୀ ତୃପ୍ତି ଟଙ୍ଗଙ୍କ ଦ୍ୱାରା ପ୍ରସ୍ତୁତ ପ୍ରକଳ୍ପ ‘ଡେଭେଲପ୍‌ମେଣ୍ଟ ଅଫ୍‌ ରୋଲର ବ୍ରଶ’, ଝାରସୁଗୁଡ଼ା ଜିଲାର ଛାତ୍ର ସୁମୟ ସେନାପତିଙ୍କ ଦ୍ୱାରା ପ୍ରସ୍ତୁତ ପ୍ରକଳ୍ପ ‘ସୋଲ୍ଡରିଙ୍ଗ ସ୍ମୋକ୍‌ ଅବ୍‌ଜର୍‌ଭର୍‌୍‌’ ଓ କଳାହାଣ୍ଡି ଜିଲାର ଛାତ୍ର ସୌମ୍ୟରଞ୍ଜନ ସିଂଙ୍କ ଦ୍ୱାରା ପ୍ରସ୍ତୁତ ପ୍ରକଳ୍ପ ‘ସେଫ୍‌ ସିଓ୍ବିଙ୍ଗ୍‌ ଆଡଭାନ୍ସସେସ୍‌’ ରହିଛି। ଏହି ସଫଳତା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଏବଂ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଛାତ୍ରୀଛାତ୍ରଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri